Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରାଦୀପରେ ମାଡ଼ ହେବ ବାତ୍ୟା ‘ୟସ’

by ସଞ୍ଜୟ ସ୍ୱାଇଁ
May 23, 2021
in Nayagarh
ବଙ୍ଗୋପସାଗରରେ ୱେଲମାର୍କ ଲୋ-ପ୍ରେସରରେ ପରିଣତ ହେଲା ଲଘୁଚାପ
416
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଅନୁମାନ ସତ ହେଲା । ବାତ୍ୟା ୟସ ପାରାଦୀପ ଓ ଏହାର ଆଖାପାଖ ଅଞ୍ଚଳରେ ମାଡ଼ ହେବା ନେଇ ଚିତ୍ର ସ୍ପଷ୍ଟ ହୋଇଛି । ଅବପାତରେ ପରିଣତ ହୋଇଛି ବଙ୍ଗୋପସାଗରରେ ୱେଲମାର୍କରେ ଲୋ- ପ୍ରେସର । ଏହା ୨୪ ତାରିଖ ଅର୍ଥାତ୍ ଆସନ୍ତାକାଲି ବାତ୍ୟାର ରୂପ ନେବା ପରେ ‘ୟସ’ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ତେବେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ପାରାଦ୍ବୀପ ଓ ସାଗର ଦ୍ବୀପ ମଧ୍ୟଦେଇ ବାତ୍ୟା ଉପକୂଳ ଅତିକ୍ରମ କରିବ | ସେହିପରି ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗକୁ ଛୁଇଁବାର ଆଶଙ୍କା କରାଯାଉଥିବାବେଳେ ଆସନ୍ତାକାଲି ସକାଳ ସୁଦ୍ଧା ଏହା ବାତ୍ୟାର ପରିଣତ ହୋଇପାରେ | ୨୬ ତାରିଖ ସନ୍ଧ୍ୟାରେ ପାରାଦ୍ବୀପ ଓ ସାଗର ଦ୍ବୀପ ମଧ୍ୟରେ ଏହା ଲ୍ୟାଣ୍ଡଫଲ କରିବ ବୋଲି ସେ କହିଛନ୍ତି | ସେହିପରି ଲ୍ୟାଣ୍ଡଫଲ ବେଳେ ପବନର ବେଗ ୧୫୫ରୁ ୧୬୫ କିଲୋମିଟର ରହିବ | ବେଳେବେଳେ ପବନର ବେଗ ୧୮୫ କିଲୋମିଟର ମଧ୍ୟ ଛୁଇଁବ | ୨୪ ତାରିଖ ସନ୍ଧ୍ୟାରୁ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ | ୨୫ରୁ ପବନର ବେଗ ବଢିବାକୁ ଥିବାବେଳେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ | ଏହାର ପ୍ରଭାବରେ ଓଡିଶାର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୨୬ ତାରିଖରେ ବାତ୍ୟା ସମୁଦ୍ର ପଥରେ ଓଡିଶା ଉପକୂଳ ଗତି କରିବା ସମୟରେ ବାଲେଶ୍ୱର, ଭଦ୍ରକ ଓ ମୟୂରଭଂଜରେ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି । ଅନ୍ୟପକ୍ଷେ, ମହାବାତ୍ୟା ପରେ ୟସ ପାରାଦୀପରେ ମାଡ଼ ହେବାର ଆଶଙ୍କା ଥିବାରୁ ବାତ୍ୟା ଭୟାବହ ରୂପ ନେବା ଆଶଙ୍କା କରାଯାଉଛି । ଓଡ୍ରାଫ ଟିମ ଏବଂ ଏନଡିଆରଏଫ୍ ଟିମ ବାତ୍ୟା ଅଞ୍ଚଳରେ ସଜାଗ ରହିବା ନେଇ ପ୍ରସ୍ତୁତି ସରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!