Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୧ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
May 25, 2021
in Crime, Nayagarh
୨୧ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ
2.9k
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା) ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅଞ୍ଚଳରୁ ପ୍ରଥମ କରି ବ୍ରାଉନସୁଗାର ଜବତ କରାଯାଇଛି । ଓଡ଼ଗାଁ ପୁଲିସ ପ୍ରେଟୋଲିଂ କରୁଥିବା ସମୟରେ ଜଣେ ବ୍ରାଉନସୁଗାର ବ୍ୟବସାୟୀକୁ ଗିରଫ କରିବା ସହ ୨୧ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ଗିରଫ ହୋଇଥିବା ବ୍ୟକ୍ତି ଜଣଙ୍କ ହେଲେ ସ୍ଥାନୀୟ ସାକେରୀ ଗ୍ରାମର ଦୁର୍ଯ୍ୟୋଧନ ପ୍ରଧାନଙ୍କ ପୁଅ ପ୍ରକାଶ ପ୍ରଧାନ ବୋଲି ଜଣାଯାଇଛି । ପ୍ରକାଶ ଦୀର୍ଘଦିନ ଧରି ଓଡ଼ଗାଁ ଅଞ୍ଚଳରେ କାରବାର କରୁଥିବା ନେଇ ପୁଲିସ ସୂଚନା ପାଇଥିଲା । ଏଣୁ ତା ଉପରେ ଆଦର୍ଶ ଥାନା ଅଧିକାରିଣୀ ପ୍ରଜ୍ଞା ପାରମିତା ଜେନା ଏବଂ ଏସଆଇ ସଞ୍ଜୟ ପରିଡ଼ା ନଜର ରଖିଥିଲେ । ପୁଲିସ ପ୍ରେଟୋଲିଂ କରୁଥିବା ସମୟରେ ପ୍ରକାଶ କାରବାର କରୁଥିବା ଜାଣିବାକୁ ପାଇଥିଲା । ସରକାରୀ ଡିପ୍ଲୋମା କଲେଜ ନିକଟରୁ ପ୍ରକାଶକୁ ଗିରଫ କରାଯାଇଥିବା ସୂଚନା ମିଳିଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୁଲ୍ୟ ୨ ଲକ୍ଷରୁ ଉଦ୍ଧ୍ୱର୍ ହେବ ବୋଲି ଜଣାଯାଇଛି । ଏନେଇ ଓଡ଼ଗାଁ ଥାନାରେ ୫୬/୨୧ରେ ଏକ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି । ଜାମିନ ନାମାଞ୍ଜୁର ହେବାରୁ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!