Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 27, 2021
in Nayagarh
୭ ଦିନର ରିଲିଫ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
64
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ। ଦିନ ସାଢେ ୧୨ଟାରେ ଏରିଏଲ ଭ୍ୟୁ କରିବେ ମୁଖ୍ୟମନ୍ତ୍ରୀ। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଅନୁଧ୍ୟାନ କରିବେ । ଏନେଇ ଚିଠିଲେଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଆଦିତ୍ୟ ମହାପାତ୍ର । ଏପରିକି ବାତ୍ୟା କ୍ଷୟକ୍ଷତି ଆକଳନ ପରେ ସଂଧ୍ୟାରେ କିଛି ପ୍ୟାକେଜ ଘୋଷଣା ହୋଇପାରେ । ଏହା ପୂର୍ବରୁ ଗତକାଲି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ। ବାତ୍ୟା ପ୍ରଭାବିତ ୧୨୮ଟି ଗାଁର ସମସ୍ତ ପରିବାରକୁ ୭ ଦିନ ରିଲିଫ୍ ଦିଆଯିବ ବୋଲି ଘୋଷଣା କରିଥିଲେ। ସେହିପରି ବାତ୍ୟାରେ କ୍ଷତିଗସ୍ତ ହୋଇଥିବା ପ୍ରମୁଖ ରାସ୍ତାଗୁଡ଼ିକୁ ୨୪ ଘଣ୍ଟା ମଧ୍ୟରେ ମରାମତି କରାଯିବ ଏବଂ ପ୍ରଭାବିତ ଜିଲ୍ଲାରେ ୮୦ ପ୍ରତିଶତ ବିଦ୍ୟୁତ ଯୋଗାଣକୁ ସ୍ୱାଭାବିକ କରାଯିବ। ଖୁବ କମ ସମୟ ମଧ୍ୟରେ ତଳିଆ ଅଂଚଳରୁ ୫ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବାରୁ ପଞ୍ଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ ଓ ପୁଲିସକୁ ସେମାନଙ୍କ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ । ସେହିପରି ବାତ୍ୟା ସମୟରେ ସ୍ୱାସ୍ଥ୍ୟ ସେବା ଯୋଗାଇଥିବାରୁ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ସେ ଧନ୍ୟବାଦ ଜଣାଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!