Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡିଶା ଓ ପଶ୍ଚିମବଙ୍ଗ ଆସିବେ ମୋଦି, କରିବେ ବାତ୍ୟାର ସମୀକ୍ଷା

by ସଞ୍ଜୟ ସ୍ୱାଇଁ
May 27, 2021
in State
ଓଡିଶା ଓ ପଶ୍ଚିମବଙ୍ଗ ଆସିବେ ମୋଦି, କରିବେ ବାତ୍ୟାର ସମୀକ୍ଷା
82
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା ‘ୟାସ’ ଯୋଗୁ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ଓଡିଶା ଏବଂ ପଶ୍ଚିମବଙ୍ଗ ଆସିବେ । ଶୁକ୍ରବାର ପ୍ରଧାନମନ୍ତ୍ରୀ ଦୁଇ ରାଜ୍ୟ ଗସ୍ତ କରିବେ । ସେ ପ୍ରଥମେ ଓଡିଶାରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚି ସମୀକ୍ଷା ବୈଠକ କରିବେ । ତାପରେ ସେ ବାଲେଶ୍ୱର, ଭଦ୍ରକ ଏବଂ ପଶ୍ଚିମବଙ୍ଗର ପୂର୍ବ ମେଦିନପୁରରେ ଆକାଶ ମାର୍ଗରୁ ବାତ୍ୟା ସ୍ଥିତିର ସମୀକ୍ଷା କରିବେ । ଏହା ସହ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗରେ ମଧ୍ୟ ଏକ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସେପଟେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଣ୍ଟନାୟକ ଆକାଶ ମାର୍ଗରୁ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳରେ କ୍ଷୟକ୍ଷତି ଆକଳନ ପାଇଁ ହେଲିକପ୍ଟର ଯୋଗେ ବାତ୍ୟା ଅଞ୍ଚଳ ପରିଦର୍ଶନ କରିଛନ୍ତି । ବାଲେଶ୍ୱର, ଭଦ୍ରକ, କନ୍ଦ୍ରୋପଡା ଜିଲ୍ଲାର ବିଭିନ୍ନ ଅଞ୍ଚଳ ଦେଖିଛନ୍ତି ମୁଖ୍ୟମନ୍ତ୍ରୀ । ଅପରାହ୍ନ ୧୨ଟା୩୦ ମିନିଟରେ ହେଲିକପ୍ଟର ଯୋଗେ ଏରିଏଲ ସର୍ଭେ ପାଇଁ ମୁଖ୍ୟମନ୍ତ୍ରୀ ବାହାରିଥିଲେ । ବାତ୍ୟା ‘ୟାସ’ ଯୋଗୁଁ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ବେଶୀ କ୍ଷୟକ୍ଷତି ହୋଇଛି । ବିଭିନ୍ନ ସ୍ଥାନରେ ରାସ୍ତାରେ ବଡ଼ ବଡ଼ ଗଛ ପଡିଛି । କେଉଁଠି ମୂଳ ମାଟିରୁ ଉପୁଡି ଯାଇଛି । ଲୋକଙ୍କ ଘର ଉପରେ ମଧ୍ୟ ପଡିଛି ଗଛ । ବିଦ୍ୟୁତ ଖୁଣ୍ଟି ଭାଙ୍ଗି ଯାଇଛି । ବଡ଼ ବଡ଼ ହୋର୍ଡିଂ ସବୁକୁ ଫିଙ୍ଗି ଦେଇଛି ପବନ । ବାତ୍ୟା ଅପସରି ଯାଇଥିବା ବେଳେ ଜୋରଦାର ହୋଇଛି ପୁନରୁଦ୍ଧାର କାମ । ପ୍ରଭାବିତ ଅଞ୍ଚଳରେ ଓଡ୍ରାଫ, ଏନଡିଆରଏଫ ଓ ଅଗ୍ନିଶମ ବାହୀନି ଗଛ ପଡିଥିବା ସ୍ଥାନରେ ସଫେଇକୁ ଜୋରଦାର କରିଛନ୍ତି । ବିଭିନ୍ନ ଜିଲ୍ଲାରେ ୬୦ ରୁ ଓଡ୍ରାଫ ଟିମ, ଏନଡିଆରଏଫର ୫୨ଟି ଟିମ ଓ ଅଗ୍ନିଶମ ବାହିନୀର ଶହେରୁ ଅଧିକ ଟିମ ମୃତୟନ ଅଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!