Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡିଶାରେ ବଢ଼ିପାରେ ଲକଡାଉନ ଅବଧି!

by ସଞ୍ଜୟ ସ୍ୱାଇଁ
May 30, 2021
in Health, State
ଓଡିଶାରେ ବଢ଼ିପାରେ ଲକଡାଉନ ଅବଧି!
481
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): କରୋନାର ଦ୍ରୁତଗତିକୁ ରୋକିବା ପାଇଁ ରାଜ୍ୟରେ ଲକଡାଉନ ସଞ୍ଜିବନି ସଦୃଶ ହୋଇଛି । ରାଜ୍ୟରେ ଲକଡାଉନ ବୃଦ୍ଧି ଲାଗି ଦିନକୁ ଦିନ କରୋନା ସଂକ୍ରମଣ କମିବାରେ ଲାଗିଛି । ଆଉ ଗୋଟିଏ ଦିନ ପରେ ଲକଡାଉନର ଅବଧି ଶେଷ ହେବ । ଆଗକୁ ଲକଡାଉନ ବୃଦ୍ଧି ହେବକି ନାହିଁ ଏହାକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଦେଶରେ ତିନୋଟି ରାଜ୍ୟ ଓ ଦୁଇଗୋଟି କେନ୍ଦ୍ରଶାସିତ ଅଞ୍ଚଳରେ ଲକଡାଉନ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି । ଦେଶର ୮୦ ପ୍ରତିଶତ ଅଞ୍ଚଳ ଏବେ ତାଲା ବନ୍ଦ ଥିବା ବେଳେ ୩ଟି ରାଜ୍ୟ ଏବଂ ଦୁଇଟି କେନ୍ଦ୍ର ଶାସିତ ଅଂଚଳ ଲକ ଡାଉନକୁ ବଢ଼ାଇବା ପାଇଁ ନିଷ୍ପତି ନେଇଛନ୍ତି । ଦିଲ୍ଲୀରେ କଟକଣା ସାମାନ୍ୟ କୋହଳ ହେବା ସହ ଜୁନ ୭ ତାରିଖ ସକାଳ ୫ଟା ଯାଏଁ ଲକ୍ଡାଉନକୁ ବଢ଼ାଇ ଦିଆଯାଇଛି । ସେହିପରି କେରଳ ମୁଖ୍ୟମନ୍ତ୍ରୀ ଜୁନ ୯ ତାରିଖ ଯାଏଁ ରାଜ୍ୟବ୍ୟାପି ତାଲାବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପଡୁଚେରୀ, ମେଘାଳୟ ଓ ହିମାଂଚଳ ପ୍ରଦେଶରେ ମଧ୍ୟ ତାଲାବନ୍ଦକୁ ବୃଦ୍ଧି କରାଯାଇଛି । ଠିକ୍ ଏତିକି ବେଳେ ଓଡ଼ିଶାରେ କ’ଣ ହେବ ତାକୁ ନେଇ ଚର୍ଚ୍ଚା ଆରମ୍ଭ କରାଯାଇଛି । ଦେଶରେ କରୋନା ସଂକ୍ରମଣ ଯେଉଁ ହାରରେ କମୁଛି ସେହି ହାରରେ ଓଡ଼ିଶାରେ ସଂକ୍ରମଣ କମୁନାହିଁ । ଓଡ଼ିଶାରେ ସଂକ୍ରମଣ ସାମାନ୍ୟ କମିଥିଲେ ବି ଏବେବି ସଂକ୍ରମଣ ହାର ପ୍ରାୟ ୧୪ ପ୍ରତିଶତ ରହୁଛି । ଏଭଳି ସ୍ଥିତିରେ ରାଜ୍ୟ ସରକାର କ’ଣ ନିଷ୍ପତି ନେବେ ତା ଉପରେ ସମସ୍ତଙ୍କ ନଜର ରହିଛି । ଆଗକୁ ଯେହେତୁ ସାବିତ୍ରୀ ବ୍ରତ, ଶୀତଳ ଷଷ୍ଠୀ ଏବଂ ରଜ ପର୍ବ ଥିବାରୁ ଜନ ଗହଳି ବଢ଼ିବାର ଆଶଙ୍କା ରହିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ କିଭଳି ନିଷ୍ପତି ନେବ ତା ଦେଖିବାକୁ ବାକି ରହିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!