Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲକଡାଉନରେ କଣ ରହିବ ଖୋଲା, କଣ ରହିବ ବନ୍ଦ, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

by ସଞ୍ଜୟ ସ୍ୱାଇଁ
May 30, 2021
in State
ଲକଡାଉନରେ କଣ ରହିବ ଖୋଲା, କଣ ରହିବ ବନ୍ଦ, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ
952
VIEWS
Share on FacebookShare on Twitter

ଭୁବନେଶ୍ଵର (ବାଘୁଆବାର୍ତ୍ତା): କରୋନାର ସାଂପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍ ଅବଧି ୧୬ ଦିନ ବୃଦ୍ଧି କରିଛନ୍ତି। ଜୁନ ୧ ସକାଳ ୫ଟାରେ ସରୁଥିବା ଲକ୍‌ଡାଉନ୍ ଜୁନ ୧୭ ସକାଳ ୫ଟା ଯାଏଁ ବଢାଯାଇଛି। ଏଥିସହ ରାଜ୍ୟରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ପୂର୍ବ ପରି ଜାରି ରହିବ। ଅନ୍ୟପଟେ ସଂକ୍ରମଣ କମୁଥିବାରୁ ୩ଟି ଜିଲ୍ଲାରେ ଲକ୍‌ଡାଉନ୍‌ କୋହଳ କରାଯାଇଛି। ନୂଆପଡା, ଗଜପତି ଓ ସୁନ୍ଦରଗଡ ଜିଲ୍ଲାରେ କୋହଳ କରାଯାଇଛି। ପୂର୍ବପରି ୨୫ ଜଣଙ୍କୁ ନେଇ ବିବାହ କାର୍ୟ୍ୟ ଏବଂ ୨୦ ଜଣଙ୍କୁ ନେଇ ଶୁଦ୍ଧିକ୍ରିୟା କରାଯିବ। ପୂର୍ବ ଲକ୍‌ଡାଉନ୍‌ରେ ଜାରି ସମସ୍ତ କଟକଣା ପୂର୍ବ ପରି ଜାରି ରହିବ। ପୂର୍ବ ଘୋଷଣାରେ ଯାହା କଟକଣାମୁକ୍ତ ତାହା ଜାରି ରହିବ। ଦୋକାନ ସକାଳ ୭ଟାରୁ ୧୧ଟା ଯାଏଁ ଖୋଲା ରହିବ। ଲକ୍‌ଡାଉନ୍‌ରେ ୨୭ ଜିଲ୍ଲାରେ ଦୈନିକ ୪ ଘଣ୍ଟା ସକାଳ ୭ଟାରୁ ସକାଳ ୧୧ଟା ଯାଏଁ ଏବଂ ବାକି ତିନି ଜିଲ୍ଲା ନୂଆପଡା, ଗଜପତି ଓ ସୁନ୍ଦରଗଡରେ ୭ଟାରୁ ଦିନ ୧ଟା ଯାଏଁ ଖୋଲା ରହିବ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ। ପରିବା, ସଉଦା, ଛାତ୍ରଛାତ୍ରୀଙ୍କ ପଢାବହି ଦୋକାନ ଖୋଲା ରହିବ। ପୂର୍ବଭଳି ଗ୍ୟାରେଜ୍ ଓ ଗାଡି ମରାମତି ଦୋକାନ ଖୋଲା ରଖିବାକୁ ଅନୁମତି ମିଳିଛି। କମ୍ପ୍ୟୁଟର, ମୋବାଇଲ ମରାମତି, ଇଲେକ୍ଟ୍ରି, ଇଲେକ୍ଟ୍ରିକାଲ ମରାମତି ଦୋକାନ, ଏସି, କୁଲର, ଓ୍ଵାଟର ପ୍ୟୁରିଫାୟର ମରାମତି ଦୋକାନା ଖୋଲା ରହିବ। ଏହି ପରି ସିମେଣ୍ଟ, ରଡ୍, ଚିପ୍ସ ଆଦି ନିର୍ମାଣ ସାମଗ୍ରୀ ଦୋକାନ ମଧ୍ୟ ଖୋଲା ରହିବ। କ୍ଷୀର ବିକିବାକୁ କେବଳ ଓମଫେଡ ଦୋକାନ ଖୋଲା ରହିବ ବୋଲି ଗାଇଡ୍‌ଲାଇନ୍‌ରେ କୁହାଯାଇଛି। କିନ୍ତୁ ଓମଫେଡ ଦୋକାନରେ ଚା, କଫି ବିକ୍ରି ମନା। ସକାଳ ୫ଟାରୁ ୮ଟା ପର୍ୟ୍ୟନ୍ତ ଖବର କାଗଜ ବିତରଣ ପାଇଁ ଅନୁମତି ଦିଆଯାଇଛି। ଅଫିସ୍ କାର୍ୟ୍ୟ ପାଇଁ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଜରୁରୀକାଳୀନ ସେବା ବ୍ୟତୀତ ଅନ୍ୟ ସବୁ ସରକାରୀ ଅଫିସ୍‌ରେ କର୍ମଚାରୀ ସଂଖ୍ୟା କମାଯିବ। ଅଣଅତ୍ୟାବଶ୍ୟକ ସେବା ସରକାରୀ ଅଫିସ୍‌ରେ ୧୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାମ ଚାଲିବ। ଜିଲ୍ଲା ପ୍ରଶାସନ ଓ ଟ୍ରେଜେରୀ ଅଫିସ୍‌ରେ କର୍ମଚାରୀଙ୍କ ସଂଖ୍ୟା ଯଥେଷ୍ଟ କମାଯିବ। ବେସରକାରୀ, କର୍ପୋରେଟ୍ ଅଫିସ୍‌ ୩୩ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ। ଲକ୍‌ଡାଉନ୍‌ରେ ପୋଲିସ, ହୋମଗାର୍ଡ, ଅଗ୍ନିଶମ କର୍ମଚାରୀଙ୍କ ପାଇଁ କୌଣସି କଟକଣା ନାହିଁ। ପୂର୍ବପରି ବାହାଘର ସମାରୋହରେ ୨୫ ଜଣଙ୍କୁ ସାମିଲ ହେବାକୁ ଅନୁମତି ଦିଆଯାଇଛି। ସାମୂହିକ ଭୋଜି ଉପରେ ପୂର୍ବବତ୍ତ ପ୍ରତିବନ୍ଧକ ଲଗାଯାଇଛି। ଅତିଥିମାନେ ଏକାଠି ବସି ଖାଇପାରିବେ ନାହିଁ । ସେମାନଙ୍କୁ ଖାଦ୍ୟ ପ୍ୟାକେଟ୍ କରି ପ୍ରଦାନ କରାଯିବ । ଅନ୍ତ୍ୟେଷ୍ଟି କ୍ରିୟା ଓ ବ୍ରତଘର ସମାରୋହରେ ସର୍ବାଧିକ ୨୦ ଜଣ ସାମିଲ ହେବା ସହ ସମାନ କଟକଣା ଲାଗୁ ହୋଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!