Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ଟି ଜିଲ୍ଲାର ୧୨ ହଜାର ୨୦୭ ହେକ୍ଟର ଜମିରେ ଫସଲର ବିବିଧକରଣ କରାଯିବ

by ସଞ୍ଜୟ ସ୍ୱାଇଁ
May 31, 2021
in State
ଭିକ୍ଷାକାରୀଙ୍କ ପରଲୋକରେ କୃଷି ମନ୍ତ୍ରୀଙ୍କ ଶୋକ
190
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରାଜ୍ୟ ସରକାର କୃଷକମାନଙ୍କ ଆୟ ବହୁଗୁଣିତ କରିବା ଲକ୍ଷ୍ୟରେ ଫସଲର ବିବିଧକରଣ ପାଇଁ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରୁଛନ୍ତି । ଉତ୍ପାଦନ ବୃଦ୍ଧି ସହିତ କୃଷିର ଅଭିବୃଦ୍ଧି ଏବଂ ରାଜ୍ୟର ଖାଦ୍ୟ ସୁରକ୍ଷାକୁ ସୁନିଶ୍ଚିତ କରିବା ଦିଗରେ ଫସଲର ବିବିଧକରଣ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ଚାଷୀମାନଙ୍କୁ ଫସଲର ବିବିଧକରଣ ନିମନ୍ତେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ପ୍ରୋତ୍ସାହିତ କରାଯାଉଛି । ଫସଲର ବିବିଧକରଣ କରାଯାଇ ଅଣଧାନ ଚାଷ ଯଥା: ଡାଲି, ତୈଳବୀଜ, କପା, ମକା ଆଦି ଅର୍ଥକରୀ ଫସଲ ଚାଷ କରୁଥିବା ଚାଷୀଙ୍କୁ ପ୍ରୋତ୍ସାହନ ରାଶି ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି । ଏହି ପରିପ୍ରେକ୍ଷୀରେ ବିଭାଗ ପକ୍ଷରୁ ଚଳିତ ଖରିଫରେ ରାଜ୍ୟର ମୋଟ ୧୨ ହଜାର ୨୦୭ ହେକ୍ଟର ଚାଷଜମିରେ ଫସଲର ବିବିଧକରଣର ଏକ ପାଇଲଟ୍‌ ପ୍ରୋଜେକଫକୁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଅନୁମୋଦନ କରିଛନ୍ତି । ରାଜ୍ୟର ୪ଟି ଜିଲ୍ଲା କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାର ୧୮ଟି ମେଗା ଉଠାଜଳସେଚନ ପ୍ରକଳ୍ପ ଅନ୍ତର୍ଗତ ୧୦୧ଟି ଗ୍ରାମର ୧୨ ହଜାର ୨୦୭ ହେକଫର ଜମିକୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି । ୧୨ଟି କ୍ଲଷ୍ଟରରେ ଏହି ଚାଷ କରାଯିବ ଏବଂ ପ୍ରତି କ୍ଲଷ୍ଟର ୧୦୦୦ ହେକ୍ଟର ଚାଷଜମିରେ ଫସଲର ବିବିଧକରଣ କରାଯାଇ ଚାଷ କରାଯିବ । ଉପରୋକ୍ତ ୪ଟି ଜିଲ୍ଲାର ସମସ୍ତ ମେଗା ଉଠାଜଳସେଚନ ପ୍ରକଳ୍ପକୁ ଏଥିରେ ସାମିଲ କରାଯାଇଛି ଏବଂ ମୃତ୍ତିକା ଓ ସ୍ଥାନୀୟ ଜଳବାୟୁ ଅନୁସାରେ ଚଳିତ ଖରିଫରେ ଫସଲର ବିବିଧକରଣ କରାଯାଇ ଅଣଧାନ ଅର୍ଥକରୀ ଫସଲ ଚାଷ ପାଇଁ ପଦକ୍ଷେପ ନିଆଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!