ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ଭୟାବହ ପରିସ୍ଥିତି ସୃଷ୍ଟି କରିଛି । ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ କୁଲୁରୁକୁମ୍ପା ପଞ୍ଚାୟତ ଦୁର୍ଗାପ୍ରସାଦ ଗ୍ରାମକୁ ଆଜି ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି । କିଛି କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ତହସିଲଦାର ଅକ୍ଷୟ କୁମାର ଖେମୁଣ୍ଡୁ ଆଜି ସକାଳ ୮ଟାରୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ଦେଇଛନ୍ତି ।






