Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀର ମୃତଦେହ ଧରି ଫେରୁଥିଲେ ସ୍ୱାମୀ, ଘଟିଲା ଦୁର୍ଘଟଣା ଚାଲିଗଲା ସ୍ୱାମୀର ଜୀବନ

by ସଞ୍ଜୟ ସ୍ୱାଇଁ
June 2, 2021
in Accident, State
ସ୍ତ୍ରୀର ମୃତଦେହ ଧରି ଫେରୁଥିଲେ ସ୍ୱାମୀ, ଘଟିଲା ଦୁର୍ଘଟଣା ଚାଲିଗଲା ସ୍ୱାମୀର ଜୀବନ
495
VIEWS
Share on FacebookShare on Twitter

ବଲାଙ୍ଗିର (ବାଘୁଆବାର୍ତ୍ତା): ସ୍ତ୍ରୀର ମୃତଦେହ ନେଇ ଘରକୁ ଫେରୁଥିବା ବେଳେ ବାଟରେ ଦୁର୍ଘଟଣା ଘଟି ଚାଲି ଯାଇଛି ସ୍ୱାମୀର ଜୀବନ। ଏମିତି ଏକ ଦୁଃଖଦ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଅଞ୍ଚଳରେ। ମୃତ ବ୍ୟକ୍ତିଙ୍କ ନାଁ ବିପିନ ସେଠ। ତାଙ୍କ ଘର ତୁରେଇକେଲା ବ୍ଲକ୍‌ ଅନ୍ତର୍ଗତ ଲର୍କି ଗାଁରେ। ବିପିନଙ୍କ ପତ୍ନୀ ସାଏବାନୀ ସେଠ ପକ୍ଷାଘାତ ରୋଗରେ ପୀଡ଼ିତ ହୋଇ ବୁର୍ଲା ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଗତକାଲି ରାତିରେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ବିପିନ ଏକ ଘରୋଇ ଆମ୍ବୁଲାନ୍ସ ଭଡ଼ା କରି ସ୍ତ୍ରୀଙ୍କ ମୃତଦେହ ଧରି ଘରକୁ ଫେରୁଥିଲେ। ବିଧିର ବିଧାନ ଅଲଗା ଥିଲା। ପଦ୍ମପୁର-ପାଟଣାଗଡ଼ ରାସ୍ତାର ଝୁଲେନବର ଗାଁ ନିକଟରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଏଥିରେ ବିପିନଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଆମ୍ବୁଲାନ୍ସ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ପୁଲିସ୍ ଘଟଣାର ତଦନ୍ତ କରୁଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!