Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ଏନ୍‌ଏଚ୍‌ଆର୍‌ସି’ର ଅଧ୍ୟକ୍ଷ ହେଲେ ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ର

by ସଞ୍ଜୟ ସ୍ୱାଇଁ
June 2, 2021
in NATIONAL NEWS
‘ଏନ୍‌ଏଚ୍‌ଆର୍‌ସି’ର ଅଧ୍ୟକ୍ଷ ହେଲେ ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ର
97
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ର ଆଜି ‘ଜାତୀୟ ମାନବ ଅଧିକର ଆୟୋଗ’ର ଅଧ୍ୟକ୍ଷଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ଗତବର୍ଷ ଅଗଷ୍ଟ ମାସରେ ସେ ସୁପ୍ରିମ୍‌ କୋର୍ଟରୁ ଅବସର ଗ୍ରହଣ କରିଥିଲେ। ସୋମବାର ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ରାଜ୍ୟସଭାର ଉପାଧ୍ୟକ୍ଷ ହରିବଂଶ, ଲୋକସଭାର ବାଚସ୍ପତି ଓମ୍‌ ବିର୍ଲା ଏବଂ ରାଜ୍ୟସଭା ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ନେଇ ଗଠିତ କମିଟି ଉକ୍ତ ପଦବୀ ନିମନ୍ତେ ବିଚାରପତି ମିଶ୍ରଙ୍କ ନାମ ସୁପାରିସ କରିଥିଲେ। ନିଯୁକ୍ତି କମିଟି ମଧ୍ୟ ସୁପ୍ରିମ୍‌ କୋର୍ଟର ପୂର୍ବତନ ବିଚାରପତି ଅରୁଣ କୁମାର ମିଶ୍ରଙ୍କ ନାମ ମାନବ ଅଧିକାର କମିଟିକୁ ସୁପାରିସ କରିଥିଲା। ୧୯୭୮ ମସିହାରେ ବିଚାରପତି ଅରୁଣ କୁମାର ମିଶ୍ର ଜଣେ ଓକିଲ ଭାବେ ତାଲିକାଭୁକ୍ତ ହୋଇଥିଲେ। ୧୯୯୮-୯୯ ବର୍ଷ ପାଇଁ ସେ ‘ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ’ର କନିଷ୍ଠତମ ଅଧ୍ୟକ୍ଷଭାବେ ମଧ୍ୟ ନିର୍ବାଚିତ ହୋଇଥିଲେ। ଅକ୍ଟୋବର ୧୯୯୯ରେ ମଧ୍ୟପ୍ରଦେଶ ଉଚ୍ଚ ନ୍ୟାୟାଳୟରେ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୧୪ ଜୁଲାଇ ୭ ତାରିଖରେ ସୁପ୍ରିମ୍‌ କୋର୍ଟରେ ଯୋଗ ଦେବା ପୂର୍ବରୁ ସେ ରାଜସ୍ଥାନ ଓ କାଲ୍‌କାଟା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!