Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରସ୍ପର ଭିତରେ ନଲଢ଼ି ଏକାଠି ହୁଅ, ଟିକା ପାଇଁ ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

by ସଞ୍ଜୟ ସ୍ୱାଇଁ
June 2, 2021
in Health, State
ପରସ୍ପର ଭିତରେ ନଲଢ଼ି ଏକାଠି ହୁଅ, ଟିକା ପାଇଁ ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
135
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ଟିକା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । କରୋନା ସମୟରେ ସମସ୍ତେ ଏକାଠି ହୋଇ ପାରିଲେ ଟିକାର ସମାଧାନ ହୋଇପାରିବ । ଟିକା ସଂକଟ ଦୂର କରିବା ନେଇ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି ନବୀନ । ଟିକା ପାଇଁ ପରସ୍ପର ଭିତରେ ନଲଢ଼ି, ଏକାଠି ଲଢ଼ିବାକୁ ହେବ। ଆମ ଲୋକଙ୍କୁ ସୁରକ୍ଷା ଦେବାର ଏକମାତ୍ର ମାଧ୍ୟମ ହେଉଛି ଟିକା। ଯୁଦ୍ଧକାଳୀନ ଭିତ୍ତିରେ ଟିକାକରଣ ନକଲେ କୌଣସି ରାଜ୍ୟ ସୁରକ୍ଷିତ ନୁହେଁ। କେନ୍ଦ୍ର ନିୟମ କୋହଳ କଲା ପରେ କିଛି ରାଜ୍ୟ ଟେଣ୍ଡର ଡାକିଛନ୍ତି। କିନ୍ତୁ ଟିକା କଂପାନୀମାନେ କେନ୍ଦ୍ର ସରକାରଙ୍କ ଠାରୁ କ୍ଲିୟରାନ୍ସ ଚାହୁଁଛନ୍ତି। ସେମାନେ ସିଧାସଳଖ ରାଜ୍ୟ ସରକାରଙ୍କ ସହ ଚୁକ୍ତି ଚାହୁଁ ନାହାନ୍ତି। ଏଭଳି ସ୍ଥିତିରେ ଏକମାତ୍ର ବିକଳ୍ପ କେନ୍ଦ୍ର ଟିକା ଆଣି ରାଜ୍ୟକୁ ବାଣ୍ଟୁ। ସମସ୍ତଙ୍କୁ ଟିକାକରଣ ପାଇଁ ନିୟମରେ କୋହଳ ପାଇଁ ରାଜ୍ୟକୁ ଅନୁମତି ମିଳୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନା ଅନୁଯାୟୀ, କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଡାକିଥିବା ଗ୍ଲୋବାଲ ଟେଣ୍ଡର ଫେଲ୍ ମାରିଛି। ଗ୍ଲୋବାଲ ଟେଣ୍ଡରରେ ଦେଶର ଦୁଇ ପ୍ରମୁଖ ଟିକା ଉତ୍ପାଦନକାରୀ କମ୍ପାନୀ ଶିରମ ଇନଷ୍ଟିଚ୍ୟୁଟ(କୋଭିଶିଲଡ) ଓ ଭାରତ ବାୟୋଟେକ(କୋଭାକ୍ସିନ)ରେ ସାମିଲ ହୋଇନାହାନ୍ତି। ଏପରିକି ଏହି ଦୁଇ କମ୍ପାନୀ ପ୍ରି-ବିଡ୍ ବୈଠକରେ ମଧ୍ୟ ସାମିଲ ହେଲେନି। ତା’ଛଡ଼ା ବିଦେଶୀ ଟିକା କମ୍ପାନୀ ଫାଇଜର ଓ ମଡେର୍ଣ୍ଣା ମଧ୍ୟ ଟିକା ଯୋଗାଇବା ପାଇଁ ରାଜ୍ୟ ନୁହେଁ ବରଂ କେନ୍ଦ୍ର ସରକାରଙ୍କ ସହ ଚୁକ୍ତିବଦ୍ଧ ହେବାକୁ ଚାହୁଁଛନ୍ତି । ଗ୍ଲୋବାଲ ଟେଣ୍ଡରରେ ଟିକା ଉତ୍ପାଦନକାରୀ କମ୍ପାନୀଗୁଡ଼ିକ ଆଗ୍ରହ ଦେଖାଉନଥିବା ଦର୍ଶାଇ ରାଜ୍ୟ ସରକାର ଗତକାଲି କେନ୍ଦ୍ର ସରକାରଙ୍କୁ ଟିକା କ୍ରୟ କରି ଯୋଗାଇବା ନିମନ୍ତେ ଅନୁରୋଧ କରିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!