Wednesday, July 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଯୋଗଦେଲେ ଇନ୍ଦ୍ରମଣି ତି୍ରପାଠୀ

by ସଞ୍ଜୟ ସ୍ୱାଇଁ
June 3, 2021
in Feature News
ସୂଚନା ଓ ଲୋକସଂପର୍କ ବିଭାଗର  ନିର୍ଦ୍ଦେଶକ ଭାବେ ଯୋଗଦେଲେ ଇନ୍ଦ୍ରମଣି ତି୍ରପାଠୀ
58
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ସୂଚନା ଓ ଲୋକସଂପର୍କ ବିଭାଗକୁ ଅଧିକ କ୍ରିୟାଶୀଳ କରିବା ଉପରେ ନୂତନ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ଗୁରୁତ୍ୱ ଆରୋପ କରଛନ୍ତି । ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀ ତି୍ରପାଠୀ ଆଜି ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପରେ ସୂଚନା ପ୍ରଦାନ କ୍ଷେତ୍ରରେ ଆଧୁନିକ ବୈଷୟିକ ଜ୍ଞାନ ପ୍ରୟୋଗ ମାଧ୍ୟମରେ ସର୍ବଦା ଆଗୁଆ ରହିବା ଏବଂ କାର୍ଯ୍ୟଦକ୍ଷତା ସହ ନିୟମିତ ଭାବେ କାର୍ଯ୍ୟ ତୁଲାଇବାକୁ ବିଭାଗର ଅଧିକାରୀ ତଥା କର୍ମଚାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ନିର୍ଦ୍ଦେଶକ ଶ୍ରୀ ତି୍ରପାଠୀ ଆଜି ପୂର୍ବାହ୍ନରେ ଅଧିକାରୀମାନଙ୍କ ସହିତ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସଂପର୍କରେ ସବିଶେଷ ଆଲୋଚନା କରିଥିଲେ । ସେ ଲୋକସଂପର୍କ ଭବନରେ ବିଭାଗର ବିଭିନ୍ନ ଶାଖା ପରିଦର୍ଶନ କରିଥିଲେ । ଶ୍ରୀ ତି୍ରପାଠୀ ଆଜିର ଯୁଗରେ ବିଜ୍ଞାନ ଓ ବୈଷୟିକ ବିଦ୍ୟାର ପ୍ରୟୋଗକୁ ବିଭାଗ ଆପଣେଇବା ସହ ଜନସାଧାରଣଙ୍କ ନିକଟରେ ସମ୍ବାଦ ସରବରାହ କ୍ଷେତ୍ରରେ ଅଧିକ ଆଗୁଆ ହେବା ସହିତ ଅଭିନବତ୍ୱ ପ୍ରଦାନ କରି ସୂଚନା ବିତରଣ କ୍ଷେତ୍ରରେ ବିଶ୍ୱସନୀୟତା ଅର୍ଜନ କରିବାକୁ ଅଧିକାରୀମାନେ ତତ୍ପରତା ପ୍ରକାଶ କରିବାକୁ ପରାମର୍ଶ ଦେଇଛନ୍ତି । ସେ ମଧ୍ୟ କର୍ମଚାରୀମାନଙ୍କ ଶୃଙ୍ଖଳା ଓ ନିଷ୍ଠା ଉପରେ ବିଶେଷ ଗୁରୁତ୍ୱ ଦେଇଛନ୍ତି । ଆଜି ଲୋକସଂପର୍କ ଭବନରେ ଶ୍ରୀ ତି୍ରପାଠୀଙ୍କୁ ବିଭାଗର ଯୁଗ୍ମ ସଚିବ ଶ୍ରୀମତୀ ବିଷ୍ଣୁପିି୍ରୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ଡ. ପ୍ରମୋଦ କୁମାର ମଲ୍ଲିକ ଏବଂ ସୁରେନ୍ଦ୍ର ପରିଡ଼ାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ନୂତନ ନିର୍ଦ୍ଦେଶକ ବିଭିନ୍ନ ଅଧିକାରୀଙ୍କ କାର୍ଯ୍ୟଧାରା ଓ ଦାୟିତ୍ୱ ସଂପର୍କରେ ସୁବିସ୍ତୃତ ଅବଗତ ହୋଇଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!