Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେଜ୍‌ କଲଚର ମାଧ୍ୟମରେ ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି : ମନ୍ତ୍ରୀ ଡ. ସାହୁ

by ସଞ୍ଜୟ ସ୍ୱାଇଁ
June 4, 2021
in Nayagarh
କେଜ୍‌ କଲଚର ମାଧ୍ୟମରେ ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି : ମନ୍ତ୍ରୀ ଡ.  ସାହୁ
203
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): କେଜ କଲଚର ମାଧ୍ୟମରେ ରାଜ୍ୟର ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି । ସଂପ୍ରତି କେଜ କଲଚରକୁ ଜଳଭଣ୍ଡାରରେ ମାଛଚାଷର ଭବିଷ୍ୟତ ବୋଲି ବିବେଚନା କରାଯାଉଛି । କେଜ କଲଚର ମାଧ୍ୟମରେ ରାଜ୍ୟରେ ଥିବା ଜଳଭଣ୍ଡାରଗୁଡ଼ିକରୁ ବର୍ଷକୁ ୧ ଲକ୍ଷ ୨୫ ହଜାର ଟନରୁ ଅଧିକ ମାଛ ଉତ୍ପାଦନ କରାଯାଇପାରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି ଆୟୋଜିତ ଏକ ଭର୍ଚୁଆଲ ବୈଠକରେ ହୀରାକୁଦ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷ ନିମନ୍ତେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ୱାକ୍ଷର କରିଥିବା ଉଦ୍ୟୋଗୀମାନଙ୍କ ସହିତ ସେମାନଙ୍କ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଆଲୋଚନା କରିଥିଲେ । ମନ୍ତ୍ରୀ ଡ. ସାହୁ ଉଦ୍ୟୋଗୀମାନଙ୍କୁ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ କହିଥିଲେ । ବିଭାଗ ପକ୍ଷରୁ ପ୍ରକଳ୍ପ ପ୍ରତିଷ୍ଠା ଦିଗରେ ଉଦ୍ୟୋଗୀମାନଙ୍କୁ ସବୁ ପ୍ରକାର ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଉଦ୍ୟୋଗୀମାନେ ଯେପରି ସହଜରେ ବ୍ୟାଙ୍କ ଋଣ ପାଇପାରିବେ ସେଥି ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସଂପ୍ରତି ହୀରାକୁଦ ଜଳଭଣ୍ଡାରର ୪୪ଟି ସବ୍‌ଜୋନ୍‌ରେ ଏହି ମାଛଚାଷ କରାଯିବ । ଜଳଭଣ୍ଡାରରେ ପଂଜୁରୀ ନିର୍ମାଣ କରି ମାଛଚାଷ କରିବା ଯେହେତୁ ଏକ ନୂତନ ପଦ୍ଧତି, ତେଣୁ ଏ ବିଷୟରେ ସରକାରଙ୍କ ପକ୍ଷରୁ ଉଦ୍ୟୋଗୀମାନଙ୍କୁ ପ୍ରଶିକ୍ଷଣର ବ୍ୟବସ୍ଥା କରାଯାଉଛି । ରାଜ୍ୟ ସରକାର ବୃହତ ଓ ମଧ୍ୟମ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷକୁ ପ୍ରୋତ୍ସାହିତ କରିବା ନିମନ୍ତେ ନୂତନ ନୀତି ପ୍ରଣୟନ କରିଛନ୍ତି ଏବଂ ଏଥି ନିମନ୍ତେ ଉଦ୍ୟୋଗୀମାନଙ୍କୁ ରିହାତି ଯୋଗାଇ ଦେବାର ବ୍ୟବସ୍ଥା ରହିଛି । ଏହା ଦ୍ୱାରା ନୂତନ ଉଦ୍ୟୋଗୀ ସୃଷ୍ଟି ହେବା ସହିତ ଅନେକ ନିଯୁକ୍ତିର ସୁଯୋଗ ରହିଛି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ ।
ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ କହିଲେ ଯେ ହୀରାକୁଦ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷ କରିବା ପାଇଁ ୩୯ ଜଣ ଉଦ୍ୟୋଗୀ ରାଜ୍ୟ ସରକାରଙ୍କ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି । ହୀରାକୁଦ ଜଳଭଣ୍ଡାରରେ ଭବିଷ୍ୟତରେ ପ୍ରାୟ ୧୫ ହଜାର କେଜ ନିର୍ମାଣ କରାଯାଇ ମାଛଚାଷ କରିବାର ସୁବିଧା ରହିଛି । ଜଳଭଣ୍ଡାରରେ ଜେଟି, ଅବତରଣ କେନ୍ଦ୍ର ଆଦି ଭିତ୍ତିଭୂମି ନିର୍ମାଣ ତ୍ୱରାନ୍ୱିତ କରିବା ନିମନ୍ତେ ଇଡ୍‌କୋ ସହିତ ସ୍ୱତନ୍ତ୍ର ବୈଠକ କରାଯିବ ବୋଲି ସଚିବ ଶ୍ରୀ ରଘୁପ୍ରସାଦ କହିଥିଲେ । ବୈଠକ ପ୍ରାରମ୍ଭରେ ମତ୍ସ୍ୟ ନିର୍ଦ୍ଦେଶକ ଶ୍ରୀ ସ୍ମୃତିରଞ୍ଜନ ପ୍ରଧାନ କେଜ କଲଚର ନିର୍ମାଣର ଅଗ୍ରଗତି ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ବୈଠକରେ ମତ୍ସ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ସମେତ କେଜ କଲଚର ଉଦ୍ୟୋଗୀମାନେ ଯୋଗଦେଇଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!