Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୫ ଦିନ ଭିତରେ ଗଠନ ହେବ ବିଶେଷଜ୍ଞ କମିଟି, +୨ ପରୀକ୍ଷା ମାମଲା

by ସଞ୍ଜୟ ସ୍ୱାଇଁ
June 5, 2021
in Education, State
୧୫ ଦିନ ଭିତରେ ଗଠନ ହେବ ବିଶେଷଜ୍ଞ କମିଟି, +୨ ପରୀକ୍ଷା ମାମଲା
110
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା) ଯୁକ୍ତ ୨ ମୂଲ୍ୟାୟନ ନେଇ ୧୫ ଦିନ ଭିତରେ ବିଶେଷଜ୍ଞ କମିଟି ଗଠନ କରାଯିବ। ପିଲାମାନଙ୍କୁ କେମିତି ମାର୍କ ଦିଆଯିବ, ସେ ନେଇ କମିଟି ତର୍ଜମା କରିବ ବୋଲି ଆଜି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି। ସେ କହିଛନ୍ତି, ମୂଲ୍ୟାୟନ ନେଇ ଏକ ବିଶେଷଜ୍ଞ କମିଟି ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି କମିଟି ବିଚାର କରିବ କେମିତି ମୂଲ୍ୟାୟନ କରାଯିବ। ୟା ଭିତରେ ସୁପ୍ରିମକୋର୍ଟ ସିବିଏସ୍‌ଇ ଓ ଆଇସିଏସ୍‌ଇକୁ କେମିତି ମୂଲ୍ୟାୟନ କରାଯିବ ସେ ନେଇ ଜଣାଇବାକୁ କହିଛନ୍ତି। ଆମ ବିଶେଷଜ୍ଞ କମିଟି ସିବିଏସ୍‌ଇ ଓ ଆଇସିଏସ୍‌ଇର ମୂଲ୍ୟାୟନ ପଦ୍ଧତିକୁ ମଧ୍ୟ ଅନୁଧ୍ୟାନ କରିବ। ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି, ଯୁକ୍ତ ୨ ମୂଲ୍ୟାୟନ ନେଇ ଯେତେ ପ୍ରକାର ପ୍ରସଙ୍ଗ ରହିଛି, ସବୁଗୁଡ଼ିକୁ ତର୍ଜମା କରାଯିବ। ବିଶେଷଜ୍ଞ କମିଟି ତା’ର ମତ ରଖି ସାରିବା ପରେ ଆମେ ନିଶ୍ଚିତ ଭାବେ ଯେତେ ଶୀଘ୍ର ସମ୍ଭବ ରେଜଲ୍ଟ ପ୍ରକାଶ କରିବାକୁ ପ୍ରୟାସ କରିବୁ। କରୋନାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାର ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ ଘୋଷଣା କରିଥିଲେ। ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲ ଯେ ପରୀକ୍ଷା ଅପେକ୍ଷା ପିଲାଙ୍କ ଜୀବନ ଗୁରୁତ୍ୱପୂର୍ଣ୍ଣ। ସରକାର ପରୀକ୍ଷା ବାତିଲ କରିବା ସହିତ ବିଶେଷଜ୍ଞ କମିଟିର ପରାମର୍ଶ ଅନୁଯାୟୀ ମୂଲ୍ୟାୟନ କରାଯିବ ବୋଲି ଘୋଷଣା କରିଥିଲେ। ତେବେ ଯେଉଁ ଛାତ୍ରଛାତ୍ରୀ ସେମାନଙ୍କ ମୂଲ୍ୟାୟନରେ ଅସନ୍ତୁଷ୍ଟ ହେବେ, ସେମାନେ ପରୀକ୍ଷା ଦେଇପାରିବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। କରୋନା ସ୍ଥିତି ସୁଧୁରିବା ପରେ ସେମାନେ ପରୀକ୍ଷା ଦେଇପାରିବେ। ପରିସ୍ଥିତିକୁ ଦେଖି କେବେ ପରୀକ୍ଷା କରାଯିବ, ତାହା ସିଏଚ୍‌ଏସ୍‌ଇ କର୍ତ୍ତୃପକ୍ଷ ସ୍ଥିର କରିବେ। ରାଜ୍ୟ ସରକାର ଏହା ପୂର୍ବରୁ ମାଟ୍ରିକ୍ ପରୀକ୍ଷାକୁ ମଧ୍ୟ ବାତିଲ କରି ଦେଇଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!