Sunday, July 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାହାଙ୍ଗାର ପୂର୍ବତନ ବିଧାୟକ ବିକ୍ରମ କେଶରୀ ବର୍ମାଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
June 5, 2021
in Lifestyle, State
ମାହାଙ୍ଗାର ପୂର୍ବତନ ବିଧାୟକ ବିକ୍ରମ କେଶରୀ ବର୍ମାଙ୍କ ପରଲୋକ
163
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ମାହାଙ୍ଗାର ପୂର୍ବତନ ବିଧାୟକ ବିକ୍ରମ କେଶରୀ ବର୍ମାଙ୍କର ଆଜି ପରଲୋକ ଘଟିଛି । ଶ୍ରୀ ବର୍ମା ଅସୁସ୍ଥ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ବିୟୋଗରେ ପଞ୍ଚାୟତିରାଜ, ପାନୀୟଜଳ, ଆଇନ, ଗୃହ ଓ ନଗରଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଗଭୀର ଶୋକ ପ୍ରକାଶ କରିଛନ୍ତି । ମନ୍ତ୍ରୀ ପ୍ରତାପ ଜେନା ତାଙ୍କ ଶୋକ ବାର୍ତାରେ କହିଛନ୍ତି ଯେ, ବିକ୍ରମ କେଶରୀ ବର୍ମାଙ୍କ ବିୟୋଗ ଖବର ପାଇ ସେ ଦୁଃଖିତ । ସ୍ୱର୍ଗତ ବିକ୍ରମ କେଶରୀ ବର୍ମା ଓଡ଼ିଶା କାଜୁ ନିଗମର ଅଧ୍ୟକ୍ଷ ହୋଇଥିଲେ । ଜଣେ ଶିକ୍ଷକ ନେତା ଭାବେ ବେଶ୍ ଖ୍ୟାତି ଅର୍ଜନ କରିଥିଲେ । ସେ ଜଣେ ମିଷ୍ଠଭାଷୀ , ସରଳ , ନିଷ୍କପଟ ପରୋପକାରୀ , ବନ୍ଧୁବତ୍ସଳ , ସମାଜସେବୀ ଥିଲେ । ମାହାଙ୍ଗା ଅଞ୍ଚଳର ବିକାଶ ପାଇଁ ସେ ସ୍ମରଣୀୟ ହୋଇ ରହିବେ । ତାଙ୍କର ବିୟୋଗ ଅତ୍ୟନ୍ତ ଦୁଃଖ ଦାୟକ ବୋଲି ମନ୍ତ୍ରୀ ପ୍ରତାପ ଜେନା ଶୋକ ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦଗତି କାମନା କରିଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!