ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଆଜି ଶହେ ଶର୍ଯ୍ୟା ବିଶିଷ୍ଟ ଡାକ୍ତରଖାନା ଗୃହ ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ କରାଯାଇଛି । ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ଜିଲ୍ଲାପାଳ ଡ. ପୋମା ଟୁଡୁ, ବନଖଣ୍ଡ ଅଧିକାରୀ ଧନରାଜ ଏଚ୍.ଡି, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଶକ୍ତି ପ୍ରସାଦ ମିଶ୍ର ପ୍ରମୂଖ ଉପସ୍ଥିତ ରହି କାର୍ଯ୍ୟାରମ୍ଭ କରାଯାଇଛି । ୨୯ କୋଟି ବ୍ୟୟରେ ୬ ମହଲା ବିଶିଷ୍ଟ ଏହି ଗୃହ ନିର୍ମାଣ କରାଯିବ । ଗତବର୍ଷ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିଲେ । ନିର୍ମାଣ କାର୍ଯ୍ୟ ଯଥାଶୀଘ୍ର ସାରିବାକୁ ମନ୍ତ୍ରୀ ଆଜି ପରାମର୍ଶ ଦେଇଛନ୍ତି ।






