Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପେଟ୍ରୋଲ ପରେ ଶତକ ଛୁଇଁଲା ଡିଜେଲ, ରାଜସ୍ଥାନରେ ଡିଜେଲ ଦର ଲିଟର ପିଛା ୧୦୦ ଟଙ୍କା

by ସଞ୍ଜୟ ସ୍ୱାଇଁ
June 12, 2021
in Feature News
ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର
74
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ସାରା ଦେଶରେ ତୈଳଦର ବୃଦ୍ଧିକୁ ନେଇ ବିରୋଧ ପ୍ରଦର୍ଶନ ଚାଲିଥିବା ବେଳେ ଆଜି ପୁଣି ଥରେ ତୈଳ କମ୍ପାନିମାନେ ଡିଜେଲ ଓ ପେଟ୍ରୋଲର ଦର ବୃଦ୍ଧି କରିଛନ୍ତି । ଆଜି ପେଟ୍ରୋଲ ଲିଟର ପିଛା ୨୭ ପଇସା ଓ ଡିଜେଲ ୨୩ ପଇସା ବୃଦ୍ଧି କରାଯାଇଛି । ଏଭଳି ବୃଦ୍ଧି ପରେ ପେଟ୍ରାଲ ୯୬.୧୨ ଟଙ୍କା ଓ ଡିଜେଲ ୮୬.୯୮ ଟଙ୍କାକୁ ବୃଦ୍ଧି ପାଇଛି । ହେଲେ ରାଜସ୍ଥାନରେ ଡିଜେଲ ଲିଟର ପିଛା ୧୦୦ ଟଙ୍କାରେ ପହଂଚିଛି ।ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ଏହିଭଳି ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬.୧୨ ଟଙ୍କା ଓ ଡିଜେଲ ଲିଟର ପିଛା ୮୬.୯୮ ଟଙ୍କା ରହିଛି । କୋଲକତାରେ ପେଟ୍ରୋଲ ଲିଟର ପିଛା ୯୬.୦୬ ଓ ଡିଜେଲ ୮୯.୮୩ ଟଙ୍କା ରହିଛି । ମୁମ୍ବାଇରେ ପେଟ୍ରୋଲ ୧୦୨.୩୦ ଓ ଡିଜେଲ ଲିଟର ପିଛା ୯୪.୩୯ ଟଙ୍କା ରହିଛି । ସେହିଭଳି ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୭.୪୩ ରହିଥିବା ବେଳେ ଡିଜେଲ ୯୧.୬୪ ଟଙ୍କା ରହିଛି । ଜୟପୁର ପେଟ୍ରୋଲ ୧୦୨.୭୩ ଓ ଡିଜେଲ ୯୫.୯୨ ଟଙ୍କା । ଭୋପାଳ ପେଟ୍ରୋଲ ଲିଟର ପିଛା ସର୍ବାଧିକ ୧୦୪.୨୯ ଟଙ୍କା ବିକ୍ରି ହେଉଥିବା ବେଳେ ଡିଜେଲ ୯୫.୬୦ ଟଙ୍କା ରହିଛି । ନୋଏଡାରେ ପେଟ୍ରୋଲ ଲିଟର ପିଛା ୯୩.୪୬ ଟଙ୍କାରେ ବିକ୍ରି ହେଉଥିବା ବେଳେ ଡିଜେଲ ୮୭.୪୬ ଟଙ୍କା ରହିଛି । ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା ଓ ଲଦାଖରେ ପେଟ୍ରୋଲ ଲିଟର ପିଛା କିଛିଦିନ ହେବ ୧୦୦ ଟଙ୍କା ପାର କରିଥିବା ବେଳେ ଆଜି ରାଜସ୍ଥାନରେ ଡିଜେଲ ବି ଲିଟର ପିଛା ୧୦୦ ଟଙ୍କା ଛୁଇଁଛି । ରାଜସ୍ଥାନର ଶ୍ରୀଗଙ୍ଗାନଗର ଜିଲ୍ଲାରେ ପେଟ୍ରୋଲ ୧୦୭ ଟଙ୍କାରେ ବିକ୍ରି ହେଉଥିବା ବେଳେ ଡିଜେଲ ଲିଟର ପିଛା ୧୦୦.୦୫ ଟଙ୍କା ରହିଛି । ଅନ୍ୟପଟେ ଡିଜେଲ ଓ ପେଟ୍ରୋଲର ଏଭଳି ଅହେତୁକ ଦରବୃଦ୍ଧିକୁ ବିରୋଧ କରି ସାରା ଦେଶରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି । କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି କି ଯେତେବେଳେ ଦେଶବାସୀ ବିପଦରେ ଅଛନ୍ତି, ଲୋକ ରୋଜଗାର ହରାଇ ଆର୍ଥିକ ସଂକଟ ଭିତରେ ଗତି କରୁଛନ୍ତି ସେତେବେଳେ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟ୍ୟାକ୍ସ ଲଗାଇ ୨.୫ ଲକ୍ଷ କୋଟି ଟଙ୍କା ରୋଜଗାର କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!