Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୁଣିଗାରେଡ଼ି ସନ୍ଦେହରେ ବାପପୁଅଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
June 13, 2021
in Crime, State
ଗୁଣିଗାରେଡ଼ି ସନ୍ଦେହରେ ବାପପୁଅଙ୍କୁ ହତ୍ୟା
233
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ଗୁଣିଗାରେଡ଼ି ଭଳି ଅନ୍ଧ ବିଶ୍ୱାସକୁ ନେଇ ପୁଣି ଘଟିଛି ହତ୍ୟାକାଣ୍ଡ। ଗଜପତି ଜିଲ୍ଲା ଅଡ଼ବା ଥାନା ମୁଠାଗୁଡ଼ା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡା। ବାପପୁଅଙ୍କୁ ଅତିନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଦ୍ୱୟ ହେଉଛନ୍ତି, ଲୁକ ଦଳବେହେରା ଓ ତାଙ୍କ ପୁଅ ଅନକ ଦଳବେହେରା। ସେମାନେ ମୁଠାଗୁଡ଼ା ଗାଁର ବାସିନ୍ଦା ଥିଲେ। ଗତକାଲି ସନ୍ଧ୍ୟାରେ ଗାଁର କିଛି ଲୋକ ବୈଠକ କରି ଏହି ବାପପୁଅଙ୍କୁ ନିକଟସ୍ଥ ଜଙ୍ଗଲକୁ ଡାକି ନେଇଥିଲେ। ସେଠାରେ ଉଭୟଙ୍କୁ ନିର୍ଧୁମ ପିଟି ଥିଲେ। ଲୋକଙ୍କ ମାଡ଼ରେ ଲୁକ ଦଳବେହେରାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। କିନ୍ତୁ ତାଙ୍କ ପୁଅ ଅନକ ସେଠାରୁ ଖସି ପଳାଇ ଆସିଥିଲେ। ତେବେ ରାତିରେ ଘରେ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣା ସଂପର୍କରେ ସ୍ଥାନୀୟ ସରପଞ୍ଚ ଥାନାରେ ଅଭିଯୋଗ କରିବା ପରେ ଆର.ଉଦୟଗିରି ଏସ୍‌ଡିପିଓ ଦିଲ୍ଲୀପ କୁମାର ନାୟକ ଅନ୍ୟ ଅଧିକାରୀଙ୍କ ସହିତ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୁଲିସ୍ ପକ୍ଷରୁ ଘଟଣାସ୍ଥଳରେ ତଦନ୍ତ କରାଯାଇଛି। ବିଭିନ୍ନ ଦିଗ ଉପରେ ତଦନ୍ତ ପରେ ପୂରା ଘଟଣା ସାମ୍ନାକୁ ଆସିବ ବୋଲି କହିଛନ୍ତି ଆର.ଉଦୟଗିରି ଏସ୍‌ଡିପିଓ। ଲୁକ ଦଳବେହେରା ଗୁଣିଗାରେଡ଼ି କରି ଗାଁରେ ଲୋକଙ୍କୁ ହତ୍ୟା କରୁଛି ବୋଲି କିଛି ଲୋକ ସନ୍ଦେହ କରିଆସୁଥିଲେ। କିଛି ଦିନ ପୂର୍ବରୁ ଗାଁରେ ଜଣେ ନାବାଳକର ମୃତ୍ୟୁ ହେବା ପରେ ଲୋକେ ତାଙ୍କ ଉପରେ ଦୋଷ ଲଦିଥିଲେ। ସେଥିପାଇଁ ତାଙ୍କୁ ଓ ତାଙ୍କ ପୁଅକୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!