Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ଚାଷୀମାନଙ୍କୁ ନୂତନ କିସମର ଧାନ ବିହନ ପ୍ରୟୋଗ ନିମନ୍ତେ ଉତ୍ସାହିତ କରିବା ଆବଶ୍ୟକ’

by ସଞ୍ଜୟ ସ୍ୱାଇଁ
June 13, 2021
in Feature News
‘ଚାଷୀମାନଙ୍କୁ ନୂତନ କିସମର ଧାନ ବିହନ ପ୍ରୟୋଗ ନିମନ୍ତେ ଉତ୍ସାହିତ କରିବା ଆବଶ୍ୟକ’
152
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଚଳିତ ଖରିଫ୍‌ରେ ଚାଷୀମାନଙ୍କୁ ଚାହିଦା ମୁତାବକ ଉନ୍ନତ ମାନର ବିହନ ସଠିକ ସମୟରେ ଓ ନିର୍ଦ୍ଧାରିତ ମୂଲ୍ୟରେ ଯୋଗାଇଦେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଓଡ଼ିଶା ରାଜ୍ୟ ବିହନ ନିଗମ ଦ୍ୱାରା ବିହନ ଯୋଗାଣ ସଂପର୍କରେ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଡ. ସାହୁ ବିହନ ନିଗମ ଦ୍ୱାରା ପ୍ରସ୍ତୁତ ପ୍ରାମାଣିକ ଧାନ ବିହନ ଚାଷୀମାନଙ୍କ ନିକଟରେ ଯେପରି ନିରନ୍ତର ଯୋଗାଣ ହୋଇପାରିବ ସେଥି ନିମନ୍ତେ ସମସ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପ୍ରତିକୁଳ ପାଣିପାଗ ଯୋଗୁ ବିହନ ଯୋଗାଣରେ ଯେପରି ବାଧା ନଉପୁଜେ ସେଥି ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ କହିଥିଲେ । ଆଗାମୀ ଏକ ମାସ ଖରିଫ ଚାଷ ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏହି ସମୟ ମଧ୍ୟରେ ଚାଷୀମାନଙ୍କ ନିକଟରେ ସମସ୍ତ ଆବଶ୍ୟକୀୟ ବିହନ ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଚାଷୀମାନେ ଯେପରି ଉନ୍ନତ ମାନର ବିହନ ନିର୍ଦ୍ଧାରିତ ମୂଲ୍ୟରେ ପାଇପାରିବେ ସେଥି ନିମନ୍ତେ କ୍ଷେତ୍ର ସ୍ତରରେ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ବିହନ ଯୋଗାଣ ଦିଗରେ ଅସାଧୁ ବ୍ୟବସାୟୀଙ୍କ ପ୍ରତି ସତର୍କ ଦୃଷ୍ଟି ରଖିବା ପାଇଁ କହିଥିଲେ । ବିହନ ଯୋଗାଣ କ୍ଷେତ୍ରରେ କୌଣସି ଅଭିଯୋଗ ଆସିଲେ ତୁରନ୍ତ ତାହାର ସମାଧାନ କରିବା ପାଇଁ ଅଧିକାରୀମାନଙ୍କୁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଚାଷୀମାନଙ୍କୁ ନୂତନ କିସମର ଧାନ ବିହନ ପ୍ରୟୋଗ ନିମନ୍ତେ ଉତ୍ସାହିତ କରିବା ଆବଶ୍ୟକ ବୋଲି ମନ୍ତ୍ରୀ କହିଥିଲେ । ୧୦ ବର୍ଷରୁ ଅଧିକ ପୁରୁଣା ପୂଜା ଏବଂ ସ୍ୱର୍ଣ୍ଣ ପ୍ରଜାତିର ଧାନରେ ରୋଗପୋକ ଆକ୍ରମଣର ଅଧିକ ସମ୍ଭାବନା ଥିବାରୁ ଏହାର ବ୍ୟବହାରକୁ କମ୍‌ କରିବା ଆବଶ୍ୟକ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଉନ୍ନତ ମାନର ଓ ଅଧିକ ଉତ୍ପାଦନକ୍ଷମ ନୂତନ କିସମର ବିହନ ବ୍ୟବହାର ନିମନ୍ତେ ଚାଷୀମାନଙ୍କୁ ବିଭିନ୍ନ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ଜରିଆରେ ସଚେତନ କରିବା ପାଇଁ ମନ୍ତ୍ରୀ ଡ. ସାହୁ କହିଥିଲେ । ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ କହିଲେ ଚଳିତ ଖରିଫରେ ଚାଷୀମାନଙ୍କୁ ପର୍ଯ୍ୟାପ୍ତ ବିହନ ଯୋଗାଣ କ୍ଷେତ୍ରରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି ଓ ଏ ଦିଗରେ ସମବାୟ ବିଭାଗ ସହିତ ଉପଯୁକ୍ତ ସମନ୍ୱୟ ରଖାଯାଇଛି । ଏଥି ସହିତ ଚାଷୀମାନଙ୍କୁ ବାସନାଯୁକ୍ତ ଚାଉଳ ଉତ୍ପାଦନ ନିମନ୍ତେ ଧାନ ବିହନ ବ୍ୟବହାରକୁ ପ୍ରୋତ୍ସାହିତ କରାଯାଉଛି ବୋଲି କହିଥିଲେ । ଚଳିତ ଖରିଫରେ ଓଡ଼ିଶା ରାଜ୍ୟ ବିହନ ନିଗମ ପକ୍ଷରୁ ୫ ଲକ୍ଷ କ୍ୱିଣ୍ଟାଲ ଧାନ ବିହନ ଯୋଗାଇଦେବାର ଲକ୍ଷ୍ୟ ରଖାଯାଇଛି ବୋଲି ବିହନ ନିଗମର ପରିଚାଳନା ନିର୍ଦ୍ଦେଶକ କହିଥିଲେ । ବୈଠକରେ ଓଡ଼ିଶା ରାଜ୍ୟ ବିହନ ନିଗମର ଅଧ୍ୟକ୍ଷ ଶ୍ରୀ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, କୃଷି ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର, ସମବାୟ ସମିତି ସମୂହର ନିବନ୍ଧକ ଶ୍ରୀ ସୁଶାନ୍ତ କୁମାର ବାରିକଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!