Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଭିଡରେ ଅନାଥ ହୋଇଥିବା ଶିଶୁଙ୍କୁ ଅଗ୍ରୀମ ସହାୟତା

by ସଞ୍ଜୟ ସ୍ୱାଇଁ
June 14, 2021
in Planning and Development, State
କୋଭିଡରେ ଅନାଥ ହୋଇଥିବା ଶିଶୁଙ୍କୁ ଅଗ୍ରୀମ ସହାୟତା
97
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା) : ଲକ୍ଷ ଲକ୍ଷ ଘର ଉଜାଡ଼ି ଦେଇଛି ମହାମାରୀ କରୋନା। କେଉଁଠି ବାପା-ମା ନିଜର ଭେଣ୍ଡା ପୁଅକୁ ହରାଉଛନ୍ତି ତ ଆଉ କେଉଁଠି ପିଲାମାନେ ବାପା-ମା’ଙ୍କୁ ହରାଇ ଅନାଥ ହୋଇ ଯାଉଛନ୍ତି। ଯେଉଁ ପିଲାମାନେ ନିଜର ପିତାମାତାଙ୍କୁ ହରାଇ ଅନାଥ ହୋଇଛନ୍ତି ସେମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ରାଜ୍ୟରେ ଅନାଥ ଶିଶୁଙ୍କୁ ମିଳିବ ଅଗ୍ରୀମ ସହାୟତା। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି । ଶନିବାର ସୁଧା ୩୫ ଜଣ ଅନାଥ ଶିଶୁ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ ମଧୁବାବୁ ପେନସନ ଯୋଜନା ଅଧୀନରେ ୫୦୦ ଟଙ୍କା ଭତ୍ତା ଦିଆଯିବ। ଜୁନ, ଜୁଲାଇ ଓ ଅଗଷ୍ଟ ପାଇଁ ଏହା ଅଗ୍ରୀମ ଭାବେ ମିଳିବ। ଘର ଘର ଯାଇ ଅନାଥ ଶିଶୁଙ୍କୁ ଏହି ଭତ୍ତା ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଉପଦେଷ୍ଟା ସୁଲତା ଦେଓ କହିଛନ୍ତି ଯେ, କୋଭିଡରେ ଅନାଥ ହୋଇଥିବା ଶିଶୁଙ୍କୁ ଗ୍ରୀନ୍ ପାସେଜ୍ ଯୋଜନାରେ ସାମିଲ କରାଯିବ। ବର୍ତ୍ତମାନ ଅନାଥ ଶିଶୁଙ୍କୁ ୨ ହଜାର ଟଙ୍କା ଭତ୍ତା ମିଳୁଛି। କୋଭିଡରେ ଅନାଥ ହୋଇଥିବା ଶିଶୁଙ୍କ ପାଇଁ ଯୋଜନା କରାଯିବ। ସେମାନଙ୍କୁ ବୈଷୟିକ ଶିକ୍ଷା ଯଥା ମେଡିକାଲ ଓ ଇଂଜିନିୟରିଂ ପାଠ ଖର୍ଚ୍ଚ ବି ବହନ କରିବେ ରାଜ୍ୟ ସରକାର। ଏପରିକି ଯଦି ଘରୋଇ ଶିକ୍ଷାନୁଷ୍ଠାନରେ ପଢୁଥିଲେ, ସମ୍ପୃକ୍ତ ଶିକ୍ଷାନୁଷ୍ଠାନକୁ ସମସ୍ତ ଖର୍ଚ୍ଚ ଦିଆଯିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!