Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀଙ୍କ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା

by ସଞ୍ଜୟ ସ୍ୱାଇଁ
June 17, 2021
in State
ମୁଖ୍ୟମନ୍ତ୍ରୀଙ୍କ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା
90
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହାଦ୍ୱାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, ଆଦିମ ଜନଜାତି, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଏନ୍‌.ଆର.ଇ.ଜି.ଏ ଶ୍ରମିକ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ଦ୍ୱାରା ସମାଜର ସବୁ ବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି । କିନ୍ତୁ ସାମାଜିକ ତଥା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ଲୋକମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। କୋଭିଡ ମହାମାରୀର ପ୍ରଥମ ଲହର ସମୟରେ ଗତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ବିଭିନ୍ନ ସହାୟତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ କୋଭିଡ ମହାମାରୀର ପ୍ରତିକୂଳ ପ୍ରଭାବରୁ ବହୁ ପରିମାଣରେ ଆଶ୍ୱସ୍ତି ଦେଇଥିଲା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ସେ ପୁଣି କହିଛନ୍ତି କୋଭିଡର ଦ୍ୱିତୀୟ ଲହର ଯୋଗୁ ରାଜ୍ୟର ବିଭିନ୍ନ ଅଂଚଳରେ ପର୍ୟ୍ୟାୟକ୍ରମେ ଗତ ଦୁଇ ମାସ ହେଲା ଲକ୍‌ଡାଉନ ଜାରି ରହିଛି । ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି । ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ ଘୋଷଣା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହି ପ୍ୟାକେଜ ଅନୁଯାୟୀ କାଳିଆ ଯୋଜନାର ହିତାଧିକାରୀ ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଚ୍ଛା ୧୦୦୦ ଟଙ୍କା ସ୍ୱତନ୍ତ୍ର ସହାୟତା ଦିଆଯିବ । କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି କୋଭିଡ ଲକ୍‌ଡାଉନ ସମୟରେ ସହରାଂଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ମୁକ୍ତା ଯୋଜନା କାର୍ୟ୍ୟକାରୀ କରୁଛନ୍ତି । ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥା ମାନଙ୍କରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ୟ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ । ଏନ୍‌.ଆର.ଇ.ଜି.ଏ ଏନ.ଆର.ଇ.ଜି.ଏସ. ଯୋଜନାରେ କାମ କରୁଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀ ଙ୍କ ସହାୟତା ଭାବରେ ଦିଆଯିବ । ଅପ୍ରେଲ ୨୧ରୁ ଜୁନ୍‌ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ । ସୂଚନାଯୋଗ୍ୟ ଯେ ଏହି ସମୟ ମଧ୍ୟରେ ଏନ.ଆର.ଇ.ଜି.ଏସ. ଯୋଜନାରେ ୬ କୋଟି ମାନବ ଦିବସ ସୃଷ୍ଟି କରାଯାଇଛି । ଖାଦ୍ୟ ନିରାପତ୍ତା ସବୁବେଳେ ରାଜ୍ୟ ସରକାରଙ୍କର ପ୍ରାଥମିକତା ରହିଆସିଛି । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ୟ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଓଡିଶାରେ ଆମର ୧୩ଟି ଆଦିମ ଜନଜାତିର ୬୬,୨୧୪ ଜଣ ବ୍ୟକ୍ତି ବାସ କରୁଛନ୍ତି । ସେମାନଙ୍କୁ ଜୀବନଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩୩.୧୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ଟଙ୍କା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ । ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ଛାତ୍ରଛାତ୍ରୀଙ୍କର ଅପ୍ରେଲରୁ ୨୧ରୁ ସେପ୍ଟେମ୍ବର ୨୧ ପର୍ୟ୍ୟନ୍ତ ସେମାନଙ୍କ pre-matric ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଦୁଇଟି ପର୍ୟ୍ୟାୟରେ ଜମା କରାଯିବ । ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ଏବଂ ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ । ରାଜ୍ୟରେ ପଞ୍ଜୀକୃତ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୧୫୦୦ ଟଙ୍କା ଲେଖାଏ ସ୍ୱତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏ ବାବଦରେ ୩୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ସ୍ୱତନ୍ତ୍ର ବିଦ୍ୟାଳୟ ମାନଙ୍କରେ ପଢୁ ନ ଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି ଜାରି ରହିବ ଏବଂ ଅପ୍ରେଲରୁ ଜୁନ୍‌ ୨୧ ପର୍ୟ୍ୟନ୍ତ ସେମାନଙ୍କୁ ୨୦୦ରୁ ୩୫୦ ଟଙ୍କା ପର୍ୟ୍ୟନ୍ତ (ଶ୍ରେଣୀ ଅନୁସାରେ) ଛାତ୍ରବୃତ୍ତି ଯୋଗାଇ ଦିଆଯିବ । ଏହାଦ୍ୱାରା ୨୬, ୪୬୫ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଘରେ ରହି ଅନ୍‌ଲାଇନ ଜରିଆରେ ପାଠ ପଢୁଥିବା ସ୍ୱତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କର ଅପ୍ରେଲରୁ ଜୁନ୍ ୨୧ ପର୍ୟ୍ୟନ୍ତ ଖାଦ୍ୟ ଖର୍ଚ୍ଚ ବାବଦକୁ ପ୍ରତି ମାସରେ ୧୨୪୫ ଟଙ୍କା ଦିଆଯିବ। ଏହାଦ୍ୱାରା ୬୪୭୧ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୨ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଅପ୍ରେଲରୁ ଜୁନ୍‌ ୨୧ ପର୍ୟ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ରୀ ମାନଙ୍କୁ ମାସିକ ୩୭୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ୩୪୪ ଜଣ ଅଣ-ଆବାସିକ ଛାତ୍ରଛାତ୍ରୀମାନଙ୍କୁ ଅପ୍ରେଲ ୨୧ରୁ ଜୁନ୍‌ ୨୧ ପର୍ୟ୍ୟନ୍ତ ୩୭୦ ଟଙ୍କା ଲେଖାଏ ମାସିକ ଅନୁଦାନ ଯୋଗାଇ ଦିଆଯିବ । ଏଥିପାଇଁ ୩ ଲକ୍ଷ ୮୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!