Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦୩ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ

by ସଞ୍ଜୟ ସ୍ୱାଇଁ
June 17, 2021
in Nayagarh
103
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ‘ମୋ ସ୍କୁଲ୍ ଅଭିଯାନ’ର ୨୫ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଗୁରୁବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ୍ ପରିସ୍ଥିତିକୁ ଦୃଷ୍ଟିରେ ରଖି ଚଳିତ ମାସ ଭର୍ଚୁଆଲ୍ ମୋଡ୍ରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଓଡ଼ିଶାର ୨୩ଟି ଜିଲ୍ଲାର ମୋଟ ୧୦୩କୋଟିଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଗତ ୧ ମାସ ମଧ୍ୟରେ ୧୭ ହଜାରରୁ ଊଦ୍ଧ୍ୱର୍ ପୁରାତନ ଛାତ୍ରଛାତ୍ରୀ ମୋ ସ୍କୁଲ୍ ଅଭିଯାନ ସହ ଯୋଡ଼ି ହୋଇଥିବା ବେଳେ ସେମାନେ ନିଜ ନିଜ ବିଦ୍ୟାଳୟର ବିକାଶ ପାଇଁ୫ କୋଟି ୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ବାଲେଶ୍ୱରରେ ସର୍ବାଧିକ ୨.୨୮ କୋଟି, ଭଦ୍ରକରେ ୩୫ ଲକ୍ଷ ୮୧ ହଜାର, ମୟୁରଭଞ୍ଜରେ ୨୫ ଲକ୍ଷ୧ ହଜାର, ଜଗତସିଂହପୁରରେ ୨୫ ଲକ୍ଷ ଏବଂ ନୟାଗଡ଼ରେ ୨୧ ଲକ୍ଷ ୮୮ ହଜାର ଟଙ୍କା ପୁରାତନ ଛାତ୍ରଛାତ୍ରୀମାନେ ପ୍ରଦାନ କରିଛନ୍ତି । ଅନ୍ୟପକ୍ଷରେ ବିଭିନ୍ନ ସିଏସ୍ଆର୍ ପାଣ୍ଠିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ମୋ ସ୍କୁଲ୍ ଅଭିଯାନକୁ ୩୦ କୋଟି ଟଙ୍କାର ଅନୁଦାନ ଆସିଛି । ପୁରାତନ ଛାତ୍ରଛାତ୍ରୀ ଏବଂ ସିଏସ୍ଆର୍ ପାଣ୍ଠି ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତାକୁ ମିଶାଇ ମୋଟ ୧୦୩ କୋଟି ଟଙ୍କାର ପ୍ରକଳ୍ପକୁ କାର୍ଯ୍ୟନିର୍ବାହୀ ପରିଷଦଅନୁମୋଦନ ପ୍ରଦାନ କରିଛି । ବାଲେଶ୍ୱର ଜିଲ୍ଲାରେ ଲଗାତାର ୬ଷ୍ଠ ଥର ପାଇଁ ପୁରାତନ ଛାତ୍ରଛାତ୍ରୀମାନେ ସର୍ବାଧିକ ଆର୍ଥିକ ଅନୁଦାନ ପ୍ରଦାନ କରିଛନ୍ତି ।ବର୍ତ୍ତମାନ ସୁଦ୍ଧା ୫ଲକ୍ଷ ୨୪ହଜାର ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍ ଅଭିଯାନ’ରେ ସାମିଲ ହୋଇଥିବା ବେଳେ ରାଜ୍ୟରେ ସମସ୍ତ ଜିଲ୍ଲାର ୩୪ ହଜାରରୁ ଊଦ୍ଧ୍ୱର୍ ସ୍କୁଲ୍ ‘ମୋ ସ୍କୁଲ୍ ଅଭିଯାନ’ରେ ସାମିଲ ହୋଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ‘ମୋ ସ୍କୁଲ୍ ଅଭିଯାନ’ ଅନ୍ତର୍ଗତ ସ୍କୁଲ୍ ଆଡପ୍ଶନ୍ ବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମକୁ ସଫଳ କରିବାକୁ ‘ମୋ ସ୍କୁଲ୍’ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ପର୍ଯ୍ୟାୟକ୍ରମେ ପୋଷ୍ୟ ବିଦ୍ୟାଳୟର ପ୍ରଧାନଶିକ୍ଷକମାନଙ୍କୁ ନେଇ ଭର୍ଚୁଆଲ୍ ବୈଠକର ଆୟୋଜନ କରାଯାଉଥିବା ବେଳେ ପ୍ରଧାନଶିକ୍ଷକମାନଙ୍କ ପାଇଁ କାର୍ଯ୍ୟକ୍ରମ ସମ୍ପର୍କିତ ଏକ ଗାଇଡାନ୍ସ ନୋଟ୍ ପ୍ରସ୍ତୁତ କରାଯାଇଛି । ଗତ ମେ’ ମାସରେ ୮୪୪ ପୋଷ୍ୟ ବିଦ୍ୟାଳୟର ପ୍ରଧାନଶିକ୍ଷକ ନିଜ ନିଜ ସ୍କୁଲ୍ର ମେଣ୍ଟର, ସମ୍ପୃକ୍ତ ସ୍କୁଲ୍ର ପୁରାତନ ଛାତ୍ରଛାତ୍ରୀ, ସ୍କୁଲ୍ ପରିଚାଳନା କମିଟି ସଦସ୍ୟ, ଅଭିଭାବକ ଏବଂ ଶିକ୍ଷା ବିଭାଗର ଅଧିକାରୀମାନଙ୍କୁ ନେଇ ଭର୍ଚୁଆଲ ବୈଠକର ଆୟୋଜନ କରିଛନ୍ତି । ଏହି ବୈଠକରେ ରାଜ୍ୟ ଏବଂ ରାଜ୍ୟ ବାହାରୁ ୧୪ ହଜାରରୁ ଊଦ୍ଧ୍ୱର୍ ପୁରାତନ ଛାତ୍ରଛାତ୍ରୀ, ମେଣ୍ଟର ଏବଂ ଅନ୍ୟମାନେ ଅଂଶଗ୍ରହଣ କରି ବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ । ମୋ ସ୍କୁଲ୍ ଅଭିଯାନ ଅନ୍ତର୍ଗତ ‘୫ଟି- ହାଇସ୍କୁଲ୍ ଟ୍ରାନ୍ସଫର୍ମେଶନ କାର୍ଯ୍ୟକ୍ରମ’ରେ ଡିଜିଟାଲ ଶିକ୍ଷା ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇଛି । ସ୍ମାର୍ଟ କ୍ଲାସ୍ରୁମ୍ ସହ ଡିଜିଟାଲ କଣ୍ଟେଣ୍ଟ୍, ପ୍ରଯୁକ୍ତିବିଦ୍ୟାରେ ଦକ୍ଷ ହେବାକୁ ଶିକ୍ଷକଙ୍କ ପାଇଁ ସ୍ୱତନ୍ତ୍ର ପ୍ରଶିକ୍ଷଣ ବ୍ୟବସ୍ଥା, ବିଜ୍ଞାନ ଓ ଗଣିତ ଶିକ୍ଷକଙ୍କ ପାଇଁ ଭର୍ଚୁଆଲ ଟ୍ରେନିଂ କାର୍ଯ୍ୟକ୍ରମର ଆୟୋଜନ କରାଯିବ । ସେହିଭଳି ‘୫ଟି- ହାଇସ୍କୁଲ୍ ଟ୍ରାନ୍ସଫର୍ମେଶନ କାର୍ଯ୍ୟକ୍ରମ’ ପାଇଁ ପ୍ରଥମ ପର୍ଯ୍ୟାୟରେ ମନୋନୀତ ହୋଇଥିବା ସମସ୍ତ ୧ ହଜାର ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ କୋଡିଂ ଶିଖାଇବାକୁ ପ୍ରତ୍ୟେକ ବିଦ୍ୟାଳୟରେ ‘କୋଡ୍ କ୍ଲବ୍’ର ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନିଆଯାଇଛି । କୋଭିଡ୍ ପରିସ୍ଥିତିରେ ବିଦ୍ୟାଳୟଗୁଡ଼ିକ ବନ୍ଦ ରହିଥିବାରୁ ପିଲାମାନଙ୍କର ପଢିବା ଅଭ୍ୟାସ ବିଶେଷଭାବେ ପ୍ରଭାବିତ ହୋଇଛି । ଏଭଳିସ୍ଥଳେ ଛାତ୍ରଛାତ୍ରୀଙ୍କୁ ପୁସ୍ତକ ପ୍ରତି ପୁଣିଥରେ ଆକୃଷ୍ଟ କରିବାକୁ ‘ମୋ ସ୍କୁଲ୍’ ଦ୍ୱାରା ୧୦ ହଜାର ଗାଁରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସ୍ଥିର ହୋଇଥିଲା । ରାଜ୍ୟରେ ଲକ୍ଡାଉନ୍ ପରିସ୍ଥିତି କୋହଳ ହେବା ପରେ ଏହି କାର୍ଯ୍ୟକ୍ରମ କରିବାକୁ ନିଷ୍ପତ୍ତି ନିଆଯାଇଛି । ନିର୍ଦ୍ଧାରିତ ସମୟରେ ମୋ ସ୍କୁଲ୍ ଅନ୍ତର୍ଗତ ପ୍ରକଳ୍ପଗୁଡ଼ିକୁ ଶେଷ କରିବାକୁ ବିଦ୍ୟାଳୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି । କାର୍ଯ୍ୟରେ ସ୍ୱଚ୍ଛତା ବଜାୟ ରଖିବାକୁ ସ୍ୱତନ୍ତ୍ର ଅଡିଟର୍ମାନଙ୍କୁ ନିୟୋଜିତ କରାଯାଇଛି । ଏହି ବୈଠକରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଓଏସ୍ଇପିଏ, ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା, ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା, ନିର୍ଦ୍ଦେଶକ, ଟିଇ, ଏସ୍ସିଇଆର୍ଟି, ବିଭାଗୀୟ ଅତିରିକ୍ତ ଶାସନ ସଚିବ, ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଏବଂ ଭାରପ୍ରାପ୍ତ ଅଧିକାରୀ, ମୋ ସ୍କୁଲ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!