Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିକ୍ଅପ୍ ଭ୍ୟାନ୍ ଓଲଟି ୧ମୃତ, ୨ଆହତ

by ସଞ୍ଜୟ ସ୍ୱାଇଁ
September 20, 2018
in Sports
34
VIEWS
Share on FacebookShare on Twitter

ଓଡ଼ଗାଁ (ବାଘୁଆବାର୍ତ୍ତା ବ୍ୟୁରୋ): ଗୁରୁବାର ୨:୩୦ ସମୟରେ ଓଡଗାଁ ଥାନା ବାହାଡାଝୋଲା ଫାଣ୍ଡି ଅନ୍ତର୍ଗତ ନୂଆଗାଁ ବ୍ଲକ କାପ୍ତାପଲ୍ଲୀ ପଞ୍ଚାୟତ ଅଞ୍ଚଳରେ ଏକ ଡାଲା ପିକ୍ଅପ୍ ଭ୍ୟାନ ଓଲଟି ପଡିବାରୁ ଗାଡି ମାଲିକ ତଥା ଚାଳକ ଅନ୍ତର୍ଯ୍ୟାମୀ ନାୟକ(୨୭)ଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି । ଘଟଣାରୁ ଜଣାଯାଏ ଓଡଗାଁ ଥାନା ଅନ୍ତର୍ଗତ କୁଶଢିପି ଗ୍ରାମର ଅନ୍ତର୍ଯ୍ୟାମୀ ନାୟକ ନିଜ ମହିନ୍ଦ୍ରା ପିକ୍ଅପ୍ ଭ୍ୟାନ୍ ଓଡି-୨୫ଏଫ୍-୭୯୩୯ ରେ ଆମ୍ବ ବୋଝେଇ କରି ଗାଁକୁ ଫେରୁଥିବା ବେଳେ ଭଣ୍ଡାରିବାରୀ ମୋଡରେ ଗାଡିଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା ।

ଏଥିରେ ଅନ୍ତର୍ଯ୍ୟାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସହିତ ଥିବା କୁଶଢିପି ଗ୍ରାମର ମହେଶ୍ୱର ନାୟକ(୩୫) ଓ ସନ୍ତୋଷ ସାହୁ(୫୫) ଗୁରୁତର ଆହତ ହୋଇଥିଲେ । ଖବର ପାଇ ଓଡଗାଁ ଅଗ୍ନିଶମ ସଂସ୍ଥାର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ମୃତ ଯୁବକ ଓ ଆହତଙ୍କୁ ଉଦ୍ଧାର କରି ଓଡଗାଁ ମେଡିକାଲରେ ଭର୍ତି କରିଥିଲେ । ପୁଲିସ ଶବକୁ ଜବତ କରି ବ୍ୟବଛେଦ ପାଇଁ ପଠାଇଥିଲା । ଏଥି ସହିତ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ୯୬/୧୮ରେ ଏକ ମାମଲା ରୁଜୁ କରି ତଦନ୍ତ ଚାଲୁ ରଖିଛି ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!