Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଣିଗୋଛା ଅଞ୍ଚଳରେ ପୁଣି ଏକ ହତ୍ୟାକାଣ୍ଡ: ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ

by ସଞ୍ଜୟ ସ୍ୱାଇଁ
June 20, 2021
in Crime, Nayagarh
ବାଣିଗୋଛା ଅଞ୍ଚଳରେ ପୁଣି ଏକ ହତ୍ୟାକାଣ୍ଡ: ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ
156
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ବର୍ତ୍ତମାନର ବଡ଼ ଖବର । ବାଣିଗୋଚ୍ଛା ଥାନା ଅଞ୍ଚଳରେ ପୁଣି ଏକ ହତ୍ୟାକାଣ୍ଡ ଘଟିଛି । ଜଙ୍ଗଲକୁ ଡାକିନେଇ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ସ୍ୱାମୀ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତ ମହିଳାଙ୍କ ଶବ ଜବତ କରିଥିବା ବେଳେ ସାଇଣ୍ଟିଫିକ୍ ଟିମ୍ ଅପେକ୍ଷାରେ ରହିଛି ବାଣିଗୋଛା ପୁଲିସ୍ । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ବାଣିଗୋଛା ଥାନା ଅଧିନରେ ଥିବା ବାମ ଚଢେୟାପଲ୍ଲୀ ଗାଁର ରାଧାକାନ୍ତ ନାଏକ ତାଙ୍କ ସ୍ତ୍ରୀ ସତ୍ୟଭାମା ନାଏକ(୪୦)ଙ୍କୁ ନିକଟସ୍ଥ ଜଙ୍ଗଲରୁ କାଠ ଆଣିବାକୁ ଡାକି ନେଇଥିଲେ । ତେବେ ଜଙ୍ଗଲରେ କୌଣସି ଘଟଣାକୁ ନେଇ ସ୍ୱାମୀ ରାଧାକାନ୍ତ ସ୍ତ୍ରୀ ସତ୍ୟଭାମାକୁ ଗାଙ୍ଗିଆରେ ହାଣି ହତ୍ୟା କରି ଫେରାର ହୋଇଯାଇଛି । ଖବର ପାଇ ବାଣିଗୋଛା ପୁଲିସ୍ ଓ ଦଶପଲ୍ଲା ପୁଲିସ୍ ମିଳିତ ଭାବେ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି । ଏନେଇ ବାଣିଗୋଛା ଥାନାରେ ୩୧/୨୦୨୧ରେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି । ତେବେ ହତ୍ୟାକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡିନଥିବା ବେଳେ ପୁଲିସ୍ ସାଇଣ୍ଟିଫିକ୍ ଟିମକୁ ଅପେକ୍ଷା କରିଥିବା ନେଇ ବାଣିଗୋଛା ଥାନା ଅଧିକାରୀ ବୈଦ୍ୟଭୂଷଣ ଭୋଇ ସୂଚନା ଦେଇଛନ୍ତି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!