Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରାକୃତିକ ବିପର୍ୟ୍ୟୟ ର ସଫଳ ମୁକାବିଲା ପାଇଁ ମକ ଡ୍ରିଲ

by ସଞ୍ଜୟ ସ୍ୱାଇଁ
June 20, 2021
in Literature, State
ପ୍ରାକୃତିକ ବିପର୍ୟ୍ୟୟ ର ସଫଳ ମୁକାବିଲା ପାଇଁ ମକ ଡ୍ରିଲ
52
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା):- ପ୍ରାକୃତିକ ବିପର୍ୟ୍ୟୟ ର ସଫଳ ମୁକାବିଲା କିପରି କରାଯାଇପାରିବ, ଏନେଇ ମକଡ୍ରିଲ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ପ୍ରାକୃତିକ ବିପର୍ୟ୍ୟୟ ମୁକାବିଲା ପରିଚାଳନା ବିଭାଗ ରୁ ଜିଲ୍ଲା ବନ୍ୟା ନିୟନ୍ତ୍ରଣ କକ୍ଷ କୁ ଖବର ଆସିବା ପରେ, ସେହି ଖବରକୁ କାଳବିଲମ୍ବ ନ କରି ସଂଗେ ସଂଗେ ଜିଲ୍ଲାର ତହସିଲଦାର, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଅଗ୍ନିଶମ ବିଭାଗ, ସ୍ୱାସ୍ଥ ବିଭାଗଙ୍କ ବ୍ୟତୀତ ସଂପୃକ୍ତ ବିଭାଗ କୁ ଅବଗତ କରାଯାଉଥିଲା। ଉକ୍ତ ଖବର ପାଇଲା ପରେ ବ୍ଲକ ସ୍ତରରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରି, ତାହାର ଏକ ସମ୍ପୂର୍ଣ୍ଣ ବିବରଣୀ ଜିଲ୍ଲା ଜରୁରୀ କାଳୀନ ବିଭାଗକୁ ପ୍ରେରଣ କରୁଥିଲେ, ଏବଂ ସେହି ବିବରଣୀ କୁ ଜିଲ୍ଲା ଜରୁରୀକାଳୀନ ବିଭାଗ ରାଜ୍ୟ ପ୍ରାକୃତିକ ବିପର୍ୟ୍ୟୟ ମୁକାବିଲା ଓ ପରିଚାଳନା ବିଭାଗକୁ ପ୍ରେରଣ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଥିଲେ । ଏହି କାର୍ୟ୍ୟକ୍ରମ ସକାଳ ଏଗାର ଘଣ୍ଟା ସମୟରୁ ଅପରାହ୍ନ ଏକ ଘଣ୍ଟା ପର୍ୟ୍ୟନ୍ତ ଚାଲିଥିଲା।ଏହି କାର୍ୟ୍ୟକ୍ରମ ରେ ନବରଙ୍ଗପୁର ଜିଲ୍ଲାପାଳ, ଡ଼ଃ ଅଜିତ କୁମାର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ, ରତ୍ନାକର ସାହୁ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ମୌସୁମୀ ନାୟକ, ଜିଲ୍ଲାର ସମସ୍ତ ଅଗ୍ନିଶମ ବିଭାଗ ଅଧିକରୀ , ସମସ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର, ସ୍ୱାସ୍ଥ ଅଧିକାରୀ ସମେତ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ , ବ୍ଲକ ସ୍ତରୀୟ ଅଧିକାରୀ, ଯୋଗ ଦେଇଥିଲେ । ଏତତ ବ୍ୟତୀତ ଏହି କାର୍ୟ୍ୟକ୍ରମରେ ବନ୍ୟା, ବାତ୍ୟା ଆଶ୍ରୟ ସ୍ଥଳୀର ସମସ୍ତ ସଭାପତି, ସମ୍ପାଦକ, ଏବଂ ନୋଡାଲ ଏନ.ଜି.ଓ ସମ୍ପର୍କ ର ଶ୍ରୀ କାର୍ତିକ ମଲ୍ଲିକ ଯୋଗ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!