ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଉଥିବା ଲକ୍ଷ କରାଯାଉଛି । ଜିଲ୍ଲାରେ ଆଜି ନୂଆ ୧୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାରେ ସକ୍ରିୟ ମାମଲା ୧୨୫୭ ବୋଲି ଜଣାଯାଇଛି । ଜିଲ୍ଲାରେ କରୋନା ମହାମାରୀରେ ୬୨ ଜଣଙ୍କ କରୋନା ମୃତ୍ୟୁ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।






