Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କୁ ଅକ୍ସିଜେନ୍‌ କନ୍‌ସେନ୍‌ଟ୍ରେଟର ପ୍ରଦାନ

by ସଞ୍ଜୟ ସ୍ୱାଇଁ
June 22, 2021
in Feature News
ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କୁ ଅକ୍ସିଜେନ୍‌ କନ୍‌ସେନ୍‌ଟ୍ରେଟର ପ୍ରଦାନ
58
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ୍‌ ତି୍ରପାଠୀଙ୍କୁ ଆଇସିଆଇସିଆଇ ଫାଉଣ୍ଡେସନ୍‌ ଓ ଆଇସିଆଇସିଆଇ ବ୍ୟାଙ୍କ ତରଫରୁ କୋଭିଡ୍‌ ଆକ୍ରାନ୍ତ ବରଗଡ଼ ଓ ବଲାଙ୍ଗୀର ଜିଲ୍ଲା ପାଇଁ ୧୦ଟି ଅକ୍ସିଜେନ୍‌ କନ୍‌ସେନ୍‌ଟ୍ରେଟର ପ୍ରଦାନ କରାଯାଇଛି । ଫାଉଣ୍ଡେସନ୍‌ ଓ ବ୍ୟାଙ୍କ ତରଫରୁ ଓଡ଼ିଶା ଜୋନ୍‌ର ମୁଖ୍ୟ ଶ୍ରୀ ପ୍ରଦୋଷ ରଞ୍ଜନ ରାଉତ, ଆଞ୍ଚଳିକ ମୁଖ୍ୟ, ସରକାରୀ ବ୍ୟାଙ୍କିଂ, ଓଡ଼ିଶା ଶ୍ରୀ ଅରୂପ କୁମାର ମହାପାତ୍ର ଓ ଶ୍ରୀ ଅରୁଣ କୁମାର ମିଶ୍ର ଏହି ଉପକରଣକୁ ପ୍ରଦାନ କରିଥିଲେ । କୋଭିଡ୍‌ ଚିକିତ୍ସା ନିମନ୍ତେ ପଶ୍ଚିମ ଓଡ଼ିଶାର ବହୁଳ ଭାବେ ପ୍ରଭାବିତ ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାର ଜିଲ୍ଲାପାଳମାନଙ୍କ ନିକଟକୁ ଏହି କନ୍‌ସେନ୍‌ଟ୍ରେଟରଗୁଡ଼ିକ ପଠାଇ ଦିଆଯିବ । ପ୍ରତି ଅକ୍ସିଜେନ୍‌ କନ୍‌ସେନ୍‌ଟ୍ରେଟର ୧୦ଲିଟର କ୍ଷମତା ବିଶିଷ୍ଟ ଏବଂ ଏଗୁଡ଼ିକୁ ହସ୍‌ପିଟାଲ୍‌ଗୁଡ଼ିକରେ ମଧ୍ୟ ବ୍ୟବହାର କରାଯାଇପାରିବ ବୋଲି କୁହାଯାଇଛି । ଆଗକୁ ବ୍ୟାଙ୍କ ତରଫରୁ ଏପରି ଅଧିକ ଉପକରଣ ପ୍ରଦାନ ପାଇଁ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ରାଉତ କହିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ମିଶ୍ର ମଧ୍ୟ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!