Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଂସଦ ଓ ବିଧାନସଭା କାର୍ଯ୍ୟକାଳର ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସଭା ବାଚସ୍ପତିଙ୍କ ଭର୍ଚୁଆଲ ବୈଠକ

by ସଞ୍ଜୟ ସ୍ୱାଇଁ
June 22, 2021
in Feature News
ସଂସଦ ଓ ବିଧାନସଭା କାର୍ଯ୍ୟକାଳର ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ  ଲୋକସଭା ବାଚସ୍ପତିଙ୍କ ଭର୍ଚୁଆଲ ବୈଠକ
87
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ସଂସଦ ଓ ବିଧାନସଭା କାର୍ଯ୍ୟକାଳର ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସଭା ବାଚସ୍ପତି ଡ. ଓମ୍‌ ବିର୍ଲା ଏକ ଭର୍ଚୁଆଲ୍‌ ସମୀକ୍ଷା ବୈଠକ କରିଛନ୍ତି । ଏଥିରେ ବିଭିନ୍ନ ରାଜ୍ୟର ବିଧାନସଭା ଓ ବିଧାନ ପରିଷଦର ଅଧ୍ୟକ୍ଷମାନେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ । ପ୍ରାରମ୍ଭରେ ସ୍ୱାଗତ ଭାଷଣ ଦେଇ ଲୋକସଭା ବାଚସ୍ପତି ସଂସଦୀୟ ଗଣତନ୍ତ୍ରର ମହାନ୍‌ ପରମ୍ପରା ବିଷୟ ଅବତାରଣା କରି ଗରୀୟାନ୍‌ ଗଣତାନ୍ତ୍ରିକ ମୂଲ୍ୟବୋଧର ସୁରକ୍ଷା ପାଇଁ ସମସ୍ତ ନିର୍ବାଚିତ ପ୍ରତିନିଧିଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ପ୍ରକାଶ କରିଥିଲେ । କୋଭିଡ୍‌ ପରିସ୍ଥିତିର ସଫଳ ମୁକାବିଲା ଦିଗରେ ଦଳମତ ନିର୍ବିଶେଷରେ ସମସ୍ତ ନିର୍ବାଚିତ ପ୍ରତିନିଧି ଏବଂ ଜନସାଧାରଣଙ୍କ ସକି୍ରୟ ସହଯୋଗର ମଧ୍ୟ ସେ ଭୂୟସୀ ପ୍ରଶଂସା କରିଥିଲେ । ଓଡ଼ିଶା ବିଧାନସଭା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ବୈଠକରେ ଅଂଶଗ୍ରହଣ କରି ଓଡ଼ିଶା ବିଧାନସଭା ତରଫରୁ ବର୍ଷକୁ ଅନ୍ତତଃ ୬୦ ଦିନ ବୈଠକ ବସୁଥିବା ବ୍ୟବସ୍ଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଦ୍ୱାରା ପ୍ରବର୍ତ୍ତିତ ହୋଇଥିବା ପ୍ରକାଶ କରିଥିଲେ । ଓଡ଼ିଶା ବିଧାନସଭାର ପ୍ରତ୍ୟେକ ଆଲୋଚନାକୁ ଜନସାଧାରଣଙ୍କ ନିକଟରେ ତ୍ୱରିତ ବେଗରେ ପହଞ୍ଚାଇବା ପାଇଁ ବିଧାନସଭାକୁ ଇ-ବିଧାନସଭାରେ ପରିଣତ କରାଯାଉଥିବା ମଧ୍ୟ ସେ ପ୍ରକାଶ କରିଥିଲେ । ବର୍ତ୍ତମାନ ତାରକାଚିହ୍ନିତ ପ୍ରଶ୍ନାବଳୀକୁ ଛାଡ଼ିଦେଲେ ବିଧାନସଭାର ଅନ୍ୟ ସମସ୍ତ କାର୍ଯ୍ୟକ୍ରମ ଓ ବିବରଣୀ ବିନା କାଗଜରେ ସଂପନ୍ନ ହେଉଥିବା ମଧ୍ୟ ସେ କହିଛନ୍ତି । ନେଭା ମାଧ୍ୟମରେ ବିଧାନସଭା ସଚିବାଳୟର ସମସ୍ତ କାର୍ଯ୍ୟ ଇ-ମୋଡ୍‌ରେ ହେଉଥିବା ମଧ୍ୟ ସେ ସୂଚନା ଦେଇଥିଲେ । ସମ୍ବିଧାନର ୧୦ମ ଅନୁଚ୍ଛେଦର ସଂଶୋଧନ ପାଇଁ ଆସାମ, ଓଡ଼ିଶା ଓ ରାଜସ୍ଥାନର ବାଚସ୍ପତିଙ୍କୁ ନେଇ ଏକ କମିଟି ଗଠନ ହୋଇଥିବା ଏବଂ କମିଟି ତା’ର ରିପୋର୍ଟ ପ୍ରଦାନ କରିଥିବା କହିଛନ୍ତି । ସଂସଦୀୟ ଗଣତାନ୍ତ୍ରକୁ ସୁଦୃଢ଼ କରିବା ପାଇଁ ନୂତନ ବ୍ୟବସ୍ଥା ଏବଂ ସମ୍ଭାବନାର ବୀଜବପନ କରାଯାଉଥିବା ମଧ୍ୟ ସେ କହିଛନ୍ତି । ଲୋକସଭା ବାଚସ୍ପତିଙ୍କ ପରାମର୍ଶ କ୍ରମେ ଗୁଜୁରାଟ, ଆସାମ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ ପ୍ରଭୃତି ରାଜ୍ୟର ପ୍ରବାସୀ ଓଡ଼ିଆମାନଙ୍କ ସୁରକ୍ଷିତ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବା ପାଇଁ ବାଚସ୍ପତିଙ୍କ କାର୍ଯ୍ୟାଳୟରେ ଏକ ପ୍ରକୋଷ୍ଠ ଖୋଲାଯାଇଥିବା ଏବଂ କୋଭିଡ୍‌ ପରିସ୍ଥିତିର ସଫଳ ମୁକାବିଲା ହେଉଥିବା ସେ ପ୍ରକାଶ କରିଛନ୍ତି । ଆସନ୍ତା ମାସରେ ପାର୍ଲିଆମେଣ୍ଟ ଅଧିବେଶନ ବସୁଥିବା ଦୃଷ୍ଟିରୁ ପରିସ୍ଥିତି ଉପରେ ନଜର ରଖି ଏବଂ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ ପାଳନ କରି ଓଡ଼ିଶା ବିଧାନସଭାର ମଧ୍ୟ ଅଧିବେଶନ ବସିବ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ଏବଂ ଅନ୍ୟ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!