Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ଷୁଦ୍ର ଶିଳ୍ପ ନିଗମର ବ୍ୟବସାୟକୁ ୧୦୦୦ କୋଟିରେ ପହଞ୍ଚାଇ ଗୋଲ୍ଡ କ୍ୟାଟେଗୋରି ସରକାରୀ ଉଦ୍ୟୋଗ କରାଯିବ

by ସଞ୍ଜୟ ସ୍ୱାଇଁ
June 24, 2021
in Feature News
କ୍ଷୁଦ୍ର ଶିଳ୍ପ ନିଗମର ବ୍ୟବସାୟକୁ ୧୦୦୦ କୋଟିରେ ପହଞ୍ଚାଇ ଗୋଲ୍ଡ କ୍ୟାଟେଗୋରି ସରକାରୀ ଉଦ୍ୟୋଗ କରାଯିବ
86
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆସନ୍ତା ବର୍ଷ ଶେଷ ସୁଦ୍ଧା ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ୧୦୦୦ କୋଟି ଟଙ୍କାର ବ୍ୟବସାୟରେ ପହଞ୍ଚାଇବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ସାକାର କରିବା ଏବଂ ଏହାକୁ ଏକ ଗୋଲ୍ଡ କ୍ୟାଟେଗୋରୀ ସରକାରୀ ଉଦ୍ୟୋଗରେ ପରିଣତ କରିବାକୁ ଆଜି ଅନୁଷ୍ଠିତ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ୨୦୫ତମ ବୋର୍ଡ ଅଫ୍‌ ଡାଇରେକଫରସ୍‌ ଭିଡ଼ିଓ କନ୍‌ଫରେନ୍ସିଂ ବୈଠକରେ ନିଗମର ଅଧ୍ୟକ୍ଷ ଶ୍ରୀ ଚିନ୍ମୟ କୁମାର ସାହୁ ଏହା ପ୍ରକାଶ କରିଛନ୍ତି । ବର୍ତ୍ତମାନ ନିଗମର କାର୍ଯ୍ୟ ପରିସରକୁ ବ୍ୟାପକ ଏବଂ ବର୍ତ୍ତମାନର ସମ୍ବଳକୁ ସର୍ବାଧିକ ବିନିଯୋଗ କରି ୬୧୩ କୋଟି ଟଙ୍କାର ବ୍ୟବସାୟ କରି ଅନନ୍ୟ ରେକର୍ଡ କରିଥିବାରୁ ବୋର୍ଡ ପରିଚାଳନା କର୍ତ୍ତୃପକ୍ଷଙ୍କୁ ସେ ସାଧୁବାଦ ଦେଇଛନ୍ତି । ନିଗମ କାର୍ଯ୍ୟଧାରାକୁ ଆହୁରି ବ୍ୟାପକ ଏବଂ ଆଧୁନିକୀକରଣ କରିବା ପାଇଁ ଏହି ବୋର୍ଡରେ ଆଲୋଚନା କରାଯାଇ ବିଭିନ୍ନ ବିଭାଗରେ ଥିବା ଭିତ୍ତିଭୂମି ନିର୍ମାଣ, ଇ-ସିଷ୍ଟମ୍‌ ଡେଭେଲପ୍‌ମେଣ୍ଟ ଏବଂ ଉନ୍ନତ ବୈଷୟିକ ଜ୍ଞାନ କ୍ଷେତ୍ରରେ ମଧ୍ୟ ବ୍ୟବସାୟ ହାତକୁ ନେବା ପାଇଁ ସର୍ବସମ୍ମତିରେ ସ୍ଥିର କରାଯାଇଛି । ଏହି କ୍ରମରେ ବିଭିନ୍ନ ସ୍ୱତନ୍ତ୍ର ସେବା ପ୍ରଦାନ କ୍ଷେତ୍ରରେ କାର୍ଯ୍ୟ ସଂପାଦନ କରିବା ପାଇଁ ସ୍ପେସାଲ୍‌ ପରପସ୍‌ ଭେଇକିଲ୍‌(ଏସ୍‌ପିିଭି) ଗଠନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏଥିରେ ଗୁଣୀ ଓ କୁଶଳୀ ମାନବସମ୍ବଳକୁ ଉପଯୋଗ କରାଯିବ । ଏସ୍‌ପିଭି ଗଠନ ପାଇଁ ସର୍ତ୍ତ ଓ ନିୟମାବଳୀ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି କାର୍ଯ୍ୟ ସଂପାଦନ କରିବା କ୍ଷେତ୍ରରେ ଅଧିକରୁ ଅଧିକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗଗୁଡ଼ିକୁ ପ୍ରାଧାନ୍ୟ ଦେବାକୁ ଆଲୋଚନାରେ ମତପ୍ରକାଶ ପାଇଛି । ନିଗମ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବା ଲାଗି ଖାଲି ପଡ଼ିଥିବା ମୂଳପଦବୀଗୁଡ଼ିକୁ ତୁରନ୍ତ ପୂରଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । କମ୍ପୁ୍ୟଟରୀକରଣ ଏବଂ ଡିଜିଟାଇଜେସନ୍‌ ପରି ଆଧୁନିକ ଜ୍ଞାନକୌଶଳ ସମ୍ବଳିତ କାର୍ଯ୍ୟଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ ଏବଂ ଆନୁଷଙ୍ଗିକ କଞ୍ଚାମାଲ୍‌ ଯୋଗାଇବା ପର୍ଯ୍ୟନ୍ତ ସରକାରଙ୍କର ବିଭିନ୍ନ ବିଭାଗରେ କାର୍ଯ୍ୟ କରିବାକୁ ଏହାର ପରିସରକୁ ବ୍ୟାପକ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ତତ୍‌ ସଙ୍ଗେ ସଙ୍ଗେ ନିଗମ ନିଜର ମୌଳିକ ଦାୟିତ୍ୱ ସଂପାଦନ କରିବାକୁ ମଧ୍ୟ ପ୍ରତିଶ୍ରୁତିବଦ୍ଧ । ଏହି ବୈଠକରେ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ପ୍ରଦୀପ୍ତ କୁମାର ସାହାଣୀ, ଏମ୍‌ଏସ୍‌ଏମ୍‌ଇ ବିଭାଗ ସ୍ୱତନ୍ତ୍ର ସଚିବ ଶ୍ରୀ ମନ୍ମଥ କୁମାର ବିଶ୍ୱାଳ, ଅର୍ଥ ବିଭାଗ ନିର୍ଦ୍ଦେଶକ(ଆଇଏଫ୍‌) ଡ. ପ୍ରଜ୍ଞାସ୍ମିତା ସାହୁ, ସ୍ୱାଧୀନ ନିର୍ଦ୍ଦେଶକ, ଶ୍ରୀମତୀ ନିରୁପମା ହାତି, ଓଏସ୍‌ମେ୍‌ର ଅଧ୍ୟକ୍ଷ ଶ୍ରୀ ଗୌରୀଶଙ୍କର ଦାଶ, ଓସିଆର ସଭାପତି ଶ୍ରୀ ସ୍ମରଜିତ୍‌ ମହାନ୍ତି. ଓଇଆର ସଭାପତି ଶ୍ରୀ ମିହିର କୁମାର କାନୁନଗୋ ଏବଂ ସ୍ୱାଧୀନ ଡାଇରେକଫର ଶ୍ରୀ ଭେଙ୍କଟେଶ୍ୱରଲୁ ସୁରୁ ଉପସ୍ଥିତ
ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!