Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେକ୍‌ କାଟି ଖୁସି ମନାଇଲେ ବନବିଭାଗ କର୍ମଚାରୀ

by ସଞ୍ଜୟ ସ୍ୱାଇଁ
June 30, 2021
in State
କେକ୍‌ କାଟି ଖୁସି ମନାଇଲେ ବନବିଭାଗ କର୍ମଚାରୀ
375
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗଡ଼ ନିଆଳି ଗାଁରୁ ଉଦ୍ଧାର ଅଜଗର ସାପ ଅଣ୍ଡାରୁ ଫୁଟିଲା ଛୁଆ । ଗତ ମେ ମାସରେ ଗାଁ ନିକଟ ଜଙ୍ଗଲରୁ ଉଦ୍ଧାର ହୋଇଥିଲା ଅଜଗର । ଖୋର୍ଦ୍ଧା ଜିଲ୍ଲା ଗଡନିଆଳି ଗାଁରୁ ଉଦ୍ଧାର ହୋଇଥିବା ଅଜଗର ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ ହୋଇଛି । କେତେକ ଅଣ୍ଡାରୁ ଛୁଆ ବାହାରିଥିବା ବେଳେ ଆଉ କେତେକ ଅଣ୍ଡାରୁ ଛୁଆ ଫୁଟିବା ବାକି ରହିଛି । ତେବେ ଅଜଗର ଅଣ୍ଡାରୁ ଛୁଆ ଫୁଟିବା ପରେ କେକ୍‌ କାଟି ଖୁସି ମନାଇଛନ୍ତି ବନବିଭାଗ କର୍ମଚାରୀ । ଗତ ମେ ମାସରେ ଗାଁ ନିକଟ ଜଙ୍ଗଲ ଭିତରେ ଏକ ଗାତରେ ବିରାଟ ଅଜଗର ଦେଖିବାକୁ ମିଳିଥିଲା । ଏନେଇ ସ୍ନେକ ହେଲ୍ପ ଲାଇନ୍ ସଦସ୍ୟଙ୍କୁ ଜଣାଇଥିଲେ ଗ୍ରାମବାସୀ । ପରେ ଉଭୟ ବନ ବିଭାଗ ଓ ସ୍ନେକ୍ ହେଲ୍ପ ଲାଇନ୍ ସଦସ୍ୟ ଶୁଭେନ୍ଦୁ ମଲ୍ଲିକ ପହଂଚି ସାପଟି ଅଣ୍ଡା ଦେଇଥିବା ଜାଣି ପାରିଥିଲେ । ସାପଟି ସେହିଠାରେ ରହି ଅଣ୍ଡାରୁ ଛୁଆ ଫୁଟାଇବା ଯାଏଁ ତାକୁ ଗ୍ରାମବାସୀ ସୁରକ୍ଷା ଦେବେ ବୋଲି ନିଷ୍ପତ୍ତି ନେଇଥିଲେ । କିନ୍ତୁ ବର୍ଷାଦିନ ଆସିବାରୁ ଅଣ୍ଡା ଗୁଡିକର ସୁରକ୍ଷା ଜରୁରୀ ହୋଇପଡିଲା । ଏହା ପରେ ଅଣ୍ଡାଗୁଡିକୁ ଖୋର୍ଦ୍ଧା ହଳଦିଆ ରେଞ୍ଜରେ ଆଣି ରଖିଥିଲେ । ୧୮ ଦିନ ପରେ ମା ଅଜଗର ଅଣ୍ଡା ଗୁଡିକୁ ବସାରେ ଛାଡି ବାହାରକୁ ପଳେଇ ଯାଇଥିଲା । ଦୀର୍ଘ ୧୦ ଘଣ୍ଟା ଅପେକ୍ଷା କରିବା ପରେ ବନ ବିଭାଗ ସ୍ନେକ ହେଲ୍ପ ଲାଇନ ସହାୟତାରେ ମା’ ଅଜଗରକୁ ଧରି ଚନ୍ଦକା ଅଭୟାରଣ୍ୟରେ ଛାଡି ଥିଲା । ଅଣ୍ଡା ଗୁଡିକୁ ପ୍ରଥମେ ନିଆଳି ଗ୍ରାମରେ ଥିବା ପ୍ରାଥମିକ ସ୍କୁଲରେ ରଖା ଯାଇଥିଲା । କିନ୍ତୁ ସେଠାରେ ପିମ୍ପୁଡି ଲାଗିବା ଫଳରେ ଦିନକ ପରେ ଅଣ୍ଡା ଗୁଡିକୁ ମିନଚିନ୍ ପାଟଣା ରେଞ୍ଜ କାର୍ୟ୍ୟାଳୟରେ ସ୍ନେକ ହେଲ୍ପଲାଇନ ତରଫରୁ କୃତ୍ରିମ ଉପାୟରେ ଫୁଟେଇବା ପାଇଁ ବ୍ୟବସ୍ଥା କରାଯାଇଥିଲା । ଜୁନ ୨୯ ତାରିଖରେ ପ୍ରଥମ ଅଜଗର ଅଣ୍ଡା ଫୁଟି ବାହାରିଥିଲା । ଆଜି ଏ ପର୍ୟ୍ୟନ୍ତ ମୋଟ ୪ ଅଣ୍ଡା ଫୁଟି ସାରିଛି ଏବଂ ଅନ୍ୟ ୨୩ ଅଣ୍ଡା ଫୁଟିବା ପାଇଁ ବାକି ଅଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!