Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୟୁଟ୍ୟୁବରେ ପାଠ ପଢିବେ ଯୁକ୍ତ ୨ ଛାତ୍ରଛାତ୍ରୀ

by ସଞ୍ଜୟ ସ୍ୱାଇଁ
June 30, 2021
in Education, State
ୟୁଟ୍ୟୁବରେ ପାଠ ପଢିବେ  ଯୁକ୍ତ ୨ ଛାତ୍ରଛାତ୍ରୀ
321
VIEWS
Share on FacebookShare on Twitter

ଭୁବନେଣ୍ବର, (ବାଘୁଆବାର୍ତ୍ତା): ଏଣିକି ସ୍କୁଲ ପିଲାଙ୍କ ପରି +୨ ଛାତ୍ରଛାତ୍ରୀ ମଧ୍ୟ ୟୁ-ଟ୍ୟୁବରେ ପାଠ ପଢିବେ। ପ୍ରାଥମିକ, ମାଧ୍ୟମିକ ପରେ ଏବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ଛାତ୍ରଛାତ୍ରୀଙ୍କୁ ୟୁଟ୍ୟୁବ୍‌ରେ ପଢ଼ାଇବା ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ପ୍ରାଥମିକ ପର୍ୟ୍ୟାୟରେ +୨ ୨ୟ ବର୍ଷର ଛାତ୍ରଛାତ୍ରୀଙ୍କୁ ଖୁବ୍‌ଶୀଘ୍ର ୟୁଟ୍ୟୁବ୍‌ରେ ଶିକ୍ଷା ଦିଆଯିବ। ପ୍ରଥମ ପର୍ୟ୍ୟାୟରେ ୭ଟି ସ୍ଥାନ ଯଥାଗ ଭୁବନେଶ୍ବରର ବିଜେବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ରମାଦେବୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଟକର ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପୁରୀର ଏସ୍‌ଏସ୍‌ସିଏସ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବାରିପଦାର ଏମ୍‌ପିସି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବାଲେଶ୍ବରର ଫକୀର ମୋହନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଏହି ପାଠପଢ଼ା ଆରମ୍ଭ ହେବ। ତେଣୁ କଲେଜଗୁଡ଼ିକ ଏ ଦିଗରେ ପଦକ୍ଷେପ ନେବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ନିର୍ଦେଶକ ବିକାଶ ଚନ୍ଦ୍ର ମହାପାତ୍ର ଉକ୍ତ ୭ଟି କଲେଜ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପାଠପଢ଼ା ପାଇଁ କଲେଜର ଗୋଟିଏ ରୁମ୍‌କୁ ପ୍ରସ୍ତୁତ କରାଯିବ। ଯେଉଁଠାରେ ପର୍ୟ୍ୟାପ୍ତ ଲାଇଟ୍‌ ସୁବିଧା ସହ କାନ୍ଥ ଧଳାରଙ୍ଗ ହୋଇଥିବା ଆବଶ୍ୟକ। ପର୍ୟ୍ୟାପ୍ତ ବିଦ୍ୟୁତ୍‌ ପ୍ଲଗ୍‌ ସହ କୋଠରି ଶୀତତାପ ନିୟନ୍ତ୍ରିତ ହୋଇଥିବା ଆବଶ୍ୟକ। ବିଦ୍ୟାଳୟ ଉନ୍ନୟନ ପାଣ୍ଠିରୁ ଏସି, ଇଲେକ୍ଟ୍ରି ଫିଟିଂ ଓ ଧଳା ରଙ୍ଗ ଲଗାଇବା ପାଇଁ ୫୦ହଜାର ଟଙ୍କା ପର୍ୟ୍ୟନ୍ତ ଖର୍ଚ୍ଚ କରିପାରିବେ। ଯଦି କୌଣସି ଅସୁବିଧା ହୁଏ, ତେବେ ନିର୍ଦେଶାଳୟ ସହ ଯୋଗାଯୋଗ କରିବେ। ଏହି କାର୍ୟ୍ୟରେ ନିୟୋଜିତ ହେବାକୁ ଥିବା ବ୍ୟକ୍ତିଙ୍କ ନାମ‌, ମୋବାଇଲ୍‌ ନମ୍ବର, ହ୍ବାଟସପ୍‌ ନମ୍ବର ଓ ଇ-ମେଲ୍‌ ଆଇଡି ନିର୍ଦେଶାଳୟକୁ ଯେତେ‌ଶୀଘ୍ର ସମ୍ଭବ ପଠାଇବେ। ଫଳରେ ନିୟମିତ ବ୍ୟବଧାନରେ ସେମାନଙ୍କ ସହ ଯୋଗାଯୋଗ କରାଯିବା ସହ ତାଲିମ୍‌ ଦିଆଯିବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!