Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଳିଆ ଯୋଜନାର ଭୂମିହୀନ କୃଷକ ପରିବାର ପାଇଲେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା

by ସଞ୍ଜୟ ସ୍ୱାଇଁ
June 30, 2021
in Feature News
ଓମ୍‌ଫେଡ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା
186
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କାଳିଆ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାର ମାନଙ୍କୁ ୩୮୬ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ବାରା ୧୮ ଲକ୍ଷ ଭୂମିହୀନ କୃଷକ ପରିବାର ଉପକାର ପାଇବେ। ଏଥିରେ ପ୍ରତ୍ଯେକ ଭୂମିହୀନ ଚାଷୀ କାଳିଆ ଯୋଜନାର କିସ୍ତି ସହିତ ଅତିରିକ୍ତ ଭାବେ ୧୦୦୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ଅନ୍ତର୍ଭୁକ୍ତ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦବୋଧନ ଦେଇ କହିଛନ୍ତି ଯେ ରାଜ୍ୟର ୧୮ ଲକ୍ଷ ଭୂମିହୀନ ଚାଷୀ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରି ସେ ବହୁତ ଖୁସି। ଚାଷୀ, ଶ୍ରମିକ ଓ ମଜଦୁର ମାନଙ୍କ ପରି ଖଟିଖିଆ ବର୍ଗ ହେଉଛନ୍ତି ଆମ ଅର୍ଥନୀତି ନାଭିକେନ୍ଦ୍ର (Nucleus)। ଏ ସମସ୍ତଙ୍କ ତ୍ୟାଗ ହିଁ ଆମ ଅର୍ଥନୀତି କୁ ସମୃଦ୍ଧ କରିଥାଏ । କୃଷି କ୍ଷେତ୍ରର ସବୁ ସଫଳତା ପଛରେ ଭୂମିହୀନ ଚାଷୀ ର ତ୍ୟାଗ ଓ ପରିଶ୍ରମ ରହିଛି ବୋଲି ମତ ବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ତା’ର ତ୍ୟାଗକୁ ସମ୍ମାନ କରୁ । ତା’ର ସ୍ଵାର୍ଥର ସୁରକ୍ଷା ପାଇଁ ଆମର ଲଢେଇ ଜାରି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ M S Swaminathan Committee ର ସୁପାରିସ କୁ କାର୍ଯ୍ୟକାରୀ କରିବା ପାଇଁ ମୁଁ ସବୁବେଳେ ଦାବି କରି ଆସିଛି ଏବଂ ଏହା ପୂରଣ ହେଲା ପର୍ଯ୍ୟନ୍ତ ଆମର ଲଢେଇ ଜାରି ରହିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ହେଉଛନ୍ତି ଆମର ଗର୍ବ ଓ ଗୌରବ । ତେଣୁ ଚାଷୀର ସ୍ଵାର୍ଥର ସୁରକ୍ଷା ସବୁବେଳେ ତାଙ୍କର ପ୍ରାଥମିକତା ହୋଇ ରହି ଆସିଛି ବୋଲି ସେ ପ୍ରକାଶ କରିଥିଲେ । କାଳିଆ ଯୋଜନା ଯୋଗୁଁ ରାଜ୍ଯର ଲକ୍ଷ ଲକ୍ଷ ଚାଷୀ ପରିବାର ମୁହଁରେ ହସ ଆଣିଛି ଓ ମନରେ ଭରସା ଦେଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିପାଇଁ ,” କାଳିଆ ଯୋଜନା ମୋର ସବୁଠାରୁ ପ୍ରିୟ ଯୋଜନା । “ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ କୋଭିଡ ଯୋଗୁଁ ଅର୍ଥନୀତି ଉପରେ ଗଭୀର ପ୍ରଭାବ ପଢିଛି । ପ୍ରଥମ ଲହରରେ କୃଷି ହିଁ ଆମ ଅର୍ଥନୀତି କୁ ବଞ୍ଚାଇ ଥିଲା । ଦ୍ଵିତୀୟ ଲହରରେ ଲକଡାଉନ ସଟଡାଉନ ଯୋଗୁଁ ଲୋକଙ୍କ ଜୀବିକା ଉପରେ ଗଭୀର ପ୍ରଭାବ ପଡିଛି । ସେଥିପାଇଁ ରାଜ୍ୟ ସରକାର ଚାଷୀ,ଶ୍ରମିକ, ଉଠା ଦୋକାନୀ , ଦୁଗ୍ଧ ଚାଷୀ ଆଦି ବିଭିନ୍ନ ବର୍ଗର ଲୋକ ମାନଙ୍କ ପାଇଁ କୋଭିଡ ପ୍ଯାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ । ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ବିରୋଧରେ ଲଢେଇ କେବଳ ସରକାର ବା ଡାକ୍ତର ବା ସ୍ୱାସ୍ଥ୍ୟକର୍ମୀ ମାନଙ୍କର ନୁହେଁ । ଏହା ଆମ ସମସ୍ତଙ୍କର ଲଢେଇ । ତେଣୁ ଏହି ଲଢେଇରେ ବିଜୟ ପାଇଁ ଚାଷୀ ଭାଇ ମାନେ ସମସ୍ତେ ଟୀକା ନେବା ସହିତ କୋଭିଡର ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ । ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ କୃଷି ଓ କୃଷକ ମାନଙ୍କ ଉନ୍ନତି ପାଇଁ ରାଜ୍ୟ ସରକାର ନେଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । କୃଷକ ମାନଙ୍କ ସ୍ଵାର୍ଥର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂର ଦୃଷ୍ଟି ଓ ଦୃଢ ନେତୃତ୍ଵର ସେ ଉଚ୍ଚ ପ୍ରଶଂସା କରିଥିଲେ । କାର୍ଯ୍ୟକ୍ରମରେ କାଳିଆ ଯୋଜନା ଓ ଭୂମିହୀନ ଚାଷୀ ମାନଙ୍କ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶନ କରଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୩ ଜଣ ଭୂମିହୀନ ଚାଷୀଙ୍କ ସହିତ କାଳିଆ ଯୋଜନାର ସୁଫଳ ବିଷୟରେ ଆଲୋଚନା କରିଥିଲେ । ନିଜ ସଫଳତା ସମ୍ପର୍କରେ ବର୍ଣ୍ଣନା କରି ମାଳତି ମେଲେକା କହିଥିଲେ କାଳିଆ ଯୋଜନାରେ ପାଇଥିବା ସହାୟତାକୁ ସେ ଛତୁ ଚାଷରେ ବିନିଯୋଗ କରି ଲାଭବାନ ହୋଇଛନ୍ତି । ସେହିପରି ସୁନ୍ଦରଗଡ ର ସୂରଥ ମାଝୀ କାଳିଆ ଯୋଜନା ସହାୟତାରେ ଜାଲ କିଣି ମାଛ ଧରିବା ସହ ଚାଷ କରି ସେ କିପରି ଉପକୃତ ହୋଇଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥିଲେ । ଭଦ୍ରକର ଗଣେଶ ଦାସ କାଳିଆ ଯୋଜନା ସହାୟତାରେ ମାଛ ଓ ଶୁଖୁଆ ବେପାର କରି ପରିବାର ଭଲରେ ଚଳାଉଛନ୍ତି ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ବାବଦରେ ୧000 ଟଙ୍କା ଲେଖାଏଁ ସହାୟତା ପାଇ ସବୁ ଭୂମିହୀନ ଚାଷୀ ଖୁସି ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ଥିଲେ । ଏହି ସହାୟତା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟ ରେ ସିଧାସଳଖ ଜମା କରାଯାଇଛି ।କାଳିଆ ଯୋଜନାରେ ଚାଷୀମାନେ ୩ ଟି କିସ୍ତି ରେ ୧୨,୫୦୦ ଟଙ୍କା ପାଇଥାନ୍ତି । ସୂଚନାଯୋଗ୍ୟ ଯେ ବଳରାମ ଯୋଜନାରେ ମଧ୍ୟ ଭୂମିହୀନ ଚାଷୀ ମାନଙ୍କୁ ବିଭିନ୍ନ ପ୍ରକାର ଆନୁଷଙ୍ଗିକ କାର୍ଯ୍ୟ ପାଇଁ କୃଷିଋଣ ସହାୟତା ଯୋଗାଇ ଦିଆଯାଉଛି । ମୁଖ୍ୟମନ୍ତ୍ରୀଙ୍କ ସଚିବ(5T) ଶ୍ରୀ ଭି . କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । କୃଷି ବିଭାଗ କମିଶନର ତଥା ସଚିବ ଶ୍ରୀ ଏସ . କେ . ବଶିଷ୍ଠ ସ୍ଵାଗତ ଭାଷଣ ଦେଇଥିଲେ ଏବଂ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର , କୃଷି ଉତ୍ପାଦନ କମିଶନର ଏବଂ ୩୦ ଟି ଜିଲ୍ଲା ର ଭୂମିହୀନ ଚାଷୀ ମାନେ ଭିଡିଓ କାନଫରେନସିଂ ଜରିଆରେ ଯୋଗ ଦେଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!