Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରୀକ୍ଷା ଦେବେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ: ୧୫ ଦିନ ପରେ ବାହାରିବ ରେଜଲ୍ଟ

by ସଞ୍ଜୟ ସ୍ୱାଇଁ
July 2, 2021
in Education, State
ପରୀକ୍ଷା ଦେବେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ: ୧୫ ଦିନ ପରେ ବାହାରିବ ରେଜଲ୍ଟ
151
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଚଳିତ ବର୍ଷ ମାଟ୍ରିକ୍ ରେଜଲ୍ଟକୁ ନେଇ ଚାଲିଥିବା ବହୁ ବାଦ ବିବାଦଖୁ ନେଇ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ଯେଉଁ ଛାତ୍ରଛାତ୍ରୀମାନେ ସେମାନଙ୍କର ରେଜଲ୍ଟକୁ ନେଇ ଅସନ୍ତୁଷ୍ଟ ଅଛନ୍ତି ସେମାନେ ପରୀକ୍ଷା ଦେବେ। ଏଥିପାଇଁ ଜୁଲାଇ ୩୦ ରୁ ଅଗଷ୍ଟ ୫ ମଧ୍ୟରେ ପରିକ୍ଷା କରାଇବାକୁ ପ୍ରସ୍ତୁତି ଚାଲିଛି। ୭୦ ପ୍ରତିଶତ ମାର୍କରେ ପରୀକ୍ଷା କରାଯିବ। ପରୀକ୍ଷାର ୧୫ ଦିନ ପରେ ପରୀକ୍ଷା ଫଳ ପ୍ରକାଶ ପାଇବ। ପରୀକ୍ଷା ପ୍ରଶ୍ନପତ୍ର କିଭଳି କରାଯିବ ତାହା ବୋର୍ଡ କର୍ତ୍ତୃପକ୍ଷ ନିଷ୍ପତି କରିବେ। କୋଭିଡ୍ ଗାଇଡଲାଇନ ଅନୁସାରେ ପରୀକ୍ଷା କରାଯିବ। ୩୦% ସିଲାବସ୍ ହ୍ରାସ ହୋଇଥିବାରୁ ୭୦% ମଧ୍ୟରେ ପରୀକ୍ଷା ହେବ। ରେଜଲ୍ଟ ବାହାରିବା ପରେ ଯୁକ୍ତ ଦୁଇରେ ନାମଲେଖା ପାଇଁ ଛାତ୍ରଛାତ୍ରୀ ମାନେ ଆବେଦନ କରିପାରିବେ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି। ପ୍ରକାଶ ଥାଉକି ଜୁଲାଇ ୩୦ ତାରିଖରୁ ଦଶମ ଶ୍ରେଣୀ ପିଲାଙ୍କ ଅଫ୍‌ଲାଇନ୍ ପରୀକ୍ଷା ଆରମ୍ଭ ହେବ ବୋଲି ଗତକାଲି ରାଜ୍ୟ ସରକାର ଘୋଷଣା କରିଥିଲେ। ଚଳିତ ଥର ମାଟ୍ରିକ୍ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ। ଅଫ୍‌ଲାଇନ ପରୀକ୍ଷା ପାଇଁ ଫର୍ମ ଫିଲପ ତାରିଖ ମଧ୍ୟ ଘୋଷଣା କରାଯାଇଛି।। ପରୀକ୍ଷା ଦେବାକୁ ଚାହୁଁଥିବା ଛାତ୍ରଛାତ୍ରୀ ଜୁଲାଇ ୫ରୁ ୧୪ ତାରିଖ ମଧ୍ୟରେ ଫର୍ମ ଫିଲପ୍ କରିପାରିବେ। ଏବଂ ୩୦ର ତାରିଖରୁ ପରୀକ୍ଷା ଦେଇପାରିବେ। ତେବେ କରୋନା କାଳକୁ ଦେଖି ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ପରୀକ୍ଷା ଫି ଛାଡ଼ କରିଛନ୍ତି ରାଜ୍ୟ ସରକାର। ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଫି ଛାଡ଼ କରାଯାଇଛି। ସୂଚନା ଥାଉକି ଚଳିତ ଥର ମାଟ୍ରିକ ମୂଲ୍ୟାୟନରେ ଅନେକ ପିଲା ଅସନ୍ତୋଷ ପ୍ରକାଶ କରିଥିଲେ। ବିଶେଷକରି ଘରୋଇ ପିଲାଙ୍କ ମଧ୍ୟରେ ଅଧିକ ଅସନ୍ତୋଷ ଦେଖାଦେଇଥିଲା। ଏଥିସହିତ ସେମାନଙ୍କର ପରୀକ୍ଷା ଫଳ ୩୦ ପ୍ରତିଶତ ବଢ଼ାଯାଉ ବୋଲି ଦାବି କରିଥିଲା ଘରୋଇ ସ୍କୁଲ୍‌ର ଛାତ୍ରାଛତ୍ରୀ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!