ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଉତ୍ତରାଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂ ଧାମି । ଏନେଇ ଆଜି ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ତୀରଥ ସିଂହ ରାୱତ୍ ଇସ୍ତଫା ଦେବା ପରେ ମୁଖ୍ୟମନ୍ତ୍ରୀ ପଦ ଖାଲିଥିଲା । ତେବେ କିଏ ହେବ ଙ୍କୁ ନେଇ ଅଙ୍କକଶା ଚାଲିଥିଲା । ବିଜେପି ବିଧାୟକ ମାନଙ୍କ ବୈଠକରେ ଆଜି ଖଟିମା ଆସନରୁ ବିଧାୟକ ଥିବା ପୁଷ୍କର ସିଂ ଧାମିଙ୍କୁ ମୁଖ୍ୟମନ୍ତ୍ରୀ ହେବା ପାଇଁ ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି । ଦାୟିତ୍ଵ ଗ୍ରହଣ କରିବାର ମାତ୍ର ୪ ମାସ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦରୁ ସେ ଇସ୍ତଫା ଦେଇଥିଲେ । ଏହା ପୂର୍ବରୁ ଶୁକ୍ରବାର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଚିଠି ଲେଖି ଇସ୍ତଫା ଦେବାକୁ ଚାହୁଁଥିବା କହିଥିଲେ। ଚିଠିରେ ଉଲ୍ଲେଖ କରିଥିଲେ ଯେ, ‘ଭାରତୀୟ ସମ୍ପିଧାନର ଧାରା ୧୬୪-ଏ ଆଧାରରେ ମୁଖ୍ୟମନ୍ତ୍ରୀ ହେବାର ୬ ମାସ ମଧ୍ୟରେ ବିଧାନସଭାର ସଦସ୍ୟ ହେବାର ଥିଲା । କିନ୍ତୁ ଧାରା ୧୫୧ ଆଧାରରେ ଯଦି କୌଣସି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଏକ ବର୍ଷରୁ କମ ସମୟ ଥାଏ ତେବେ ସେଠାରେ ଉପ-ନିର୍ବାଚନ ହୋଇପାରିବ ନାହିଁ ।





