Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପରିସରରେ ବନ ମହୋତ୍ସବ ପାଳିତ

by ସଞ୍ଜୟ ସ୍ୱାଇଁ
July 3, 2021
in Education, Literature, State
ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପରିସରରେ ବନ ମହୋତ୍ସବ ପାଳିତ
86
VIEWS
Share on FacebookShare on Twitter

ଚନ୍ଦାହାଣ୍ଡି, (ବାଘୁଆବାର୍ତ୍ତା): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଫଟକି ପଂଚାୟତ ଅନ୍ତର୍ଗତ ତିଲିମାଲ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପରିସରରେ ଶନିବାର ବନବିଭାଗ ଆନୁକୂଲ୍ୟରେ ବନ ମହୋତ୍ସବ ପାଳିତ ହୋଇଛି । ଉକ୍ତ କାର୍ୟ୍ୟକ୍ରମ ରେ ଅତିଥି ଭାବେ ପୂର୍ବତନ ସରପଞ୍ଚ ସୁଶାନ୍ତ ମାଝୀ, ସାମାଜିକ କର୍ମୀ ଦିଲୀପ ଦାସ, ପ୍ରମୁଖଙ୍କ ସହ ଶିଳ୍ପ ତାଲିମ ଅନୁଷ୍ଠାନ ଅଧ୍ୟକ୍ଷ ଇଂ ରଞ୍ଜନ କୁମାର ପରିଡା, ପ୍ରଶିକ୍ଷଣ ଅଧିକାରୀ ମାନଗୋବିନ୍ଦ ବାଗ, ବନପାଳ ପ୍ରଦୀପ୍ତ କୁମାର ଦାଶ ପ୍ରମୁଖ ଯୋଗ ଦେଇ ଆମ୍ବ, ପଣସ, ନଡ଼ିଆ, ଗୁଆ, କଇଁଥ, ଅଗସ୍ତି ମୁନିଙ୍ଗା, ତେନ୍ତୁଳି, କରଞ୍ଜ ପ୍ରଭୁତି ବୃକ୍ଷ ରୋପଣ କରିବା ସହ ଉପସ୍ଥିତ କର୍ମଚାରୀ, ଜନସାଧାରଣ ଙ୍କୁ ସଚେତନ କରାଇବା ସହ ନିଜ ଜମିହୁଡା ତଥା ବାଡ଼ିବଗିଚାରେ ବୃକ୍ଷ ରୋପଣ ଉପରେ ଗୁରୁତ୍ୱ ଦେବାକୁ କହିଥିଲେ । ଏହି କାର୍ୟ୍ୟକ୍ରମ ଚନ୍ଦାହାଣ୍ଡି ବନପାଳ ପ୍ରଦୀପ୍ତ କୁମାର ଦାଶ ଙ୍କ ପ୍ରତକ୍ଷ୍ୟ ତତ୍ଵାବଧାନରେ କରାଯାଇଥିବା ବେଳେ, ବନବିଭାଗ କର୍ମଚାରୀ, ଶିଳ୍ପ ତାଲିମ କେନ୍ଦ୍ର କର୍ମଚାରୀ ଜନସାଧାରଣ ଉପସ୍ଥିତ ଥିଲେ । ଆଗକୁ ବ୍ଲକ ର ବିଭିନ୍ନ ସରକାରୀ ଅନୁଷ୍ଠାନ ତଥା ଖୋଲା ସ୍ଥାନରେ ବୃକ୍ଷ ରୋପଣ କରାଯିବ ବୋଲି ବନପାଳ ସୂଚନା ଦେଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!