କରଞ୍ଜିଆ, (ବାଘୁଆବାର୍ତ୍ତା): ଡାହାଣୀ ସନ୍ଦେହରେ ହତ୍ୟା। ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ବାଲିଭୋଳ ଗ୍ରାମ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ହୋଇଛି। ମହିଳାଙ୍କୁ ଗଣ୍ଡିରୁ ମୁଣ୍ଡ ଅଲଗା କରି କେହି ଦୁର୍ବୃତ୍ତ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ମୃତକ ମହିଳା ଜଣକ ହେଉଛି ସେହି ଗାଁର ଯମୁନା ହାଁସଦା। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ତେବେ ମହିଳାଙ୍କୁ ଡାହାଣୀ ସନ୍ଦେହରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ କରଞ୍ଜିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।





