ନୟାଗଡ଼, । (ବାଘୁଆବାର୍ତ୍ତା): ଅଖିଳ ଭାରତ କଂଗ୍ରେସ କମିଟି ସଭାନେତ୍ରୀ ସୋନିଆ ଗାନ୍ଧୀଙ୍କ ଆହ୍ୱାନ କ୍ରମେ ପେଟ୍ରୋଲ ଡିଜେଲ ରନ୍ଧନଗ୍ୟାସ, ଖାଇବା ତେଲ ସହ ଅତ୍ୟାବଶ୍ୟକ ଖାଦ୍ୟସାମଗ୍ରୀ ଉପରେ କେନ୍ଦ୍ର ମୋଦି ସରକାରଙ୍କ ଅହେତୁକ ମୂଲ୍ୟବୃଦ୍ଧି ସାଙ୍ଗକୁ ଧାନ ର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୯୩୦ ଟଙ୍କାକୁ ବୃଦ୍ଧି, ଧାନ କିଣା ସମୟ ସୀମାକୁ ଜୁନ ୩୦ ପରିବର୍ତ୍ତେ ଜୁଲାଇ ୨୫ ତାରିଖ ପର୍ୟ୍ୟନ୍ତ ବୃଦ୍ଧି କରିବାକୁ ଦାବି କରାଯାଇଛି । ସରକାର ଯେଉଁ ଚାଷୀଙ୍କ ଠାରୁ ଧାନ କିଣି ପାରି ନାହାଁନ୍ତି ସେମାନଙ୍କୁ ଆର୍ଥିକ କ୍ଷତିପୂରଣ ଏବଂ ରିହାତି ମୂଲ୍ୟରେ ଚାଷୀଙ୍କୁ ସାର କୀଟନାଶକ ଔଷଧ ପ୍ରଦାନ ଦାବି ପ୍ରତିବାଦରେ ଦେଶବ୍ୟାପି କଂଗ୍ରେସ ଦଳ ବିକ୍ଷୋଭ କାର୍ୟ୍ୟକ୍ରମ ପରିପ୍ରେକ୍ଷୀରେ ନୟାଗଡ ବ୍ଲକ କଂଗ୍ରେସ ପକ୍ଷରୁ ନୟାଗଡ ବ୍ଲକ ସାମ୍ନାରେ ଆଜି ପୂର୍ବାହ୍ନ ୧୦. ୩୦ ଘଟିକା ସମୟରେ ଧାରଣା ଦେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ନୟାଗଡ ବ୍ଲକ କଂଗ୍ରେସ ସଭାପତି ପୂର୍ବତନ ସରପଞ୍ଚ ଫକୀର ଚରଣ ମଲ୍ଲଙ୍କ ଆବାହକତ୍ୱରେ ଆୟୋଜିତ ଏହି ବିକ୍ଷୋଭ କାର୍ୟ୍ୟକ୍ରମରେ ପ୍ରଦେଶ ଯୁବ କଂଗ୍ରେସ ସମ୍ପାଦକ ଆଦିତ୍ୟ ପ୍ରସାଦ ପରିଡା,ଜିଲ୍ଲା ଯୁବ କଂଗ୍ରେସ କାର୍ୟ୍ୟକାରୀ ସଭାପତି ପ୍ରତୀକ ମହାପାତ୍ର, ଜିଲ୍ଲା କଂଗ୍ରେସ ସଂଖ୍ୟାଲଘୁ ସେଲ ଅଧ୍ୟକ୍ଷ ଅମଜାଦ ଖାଁ, ଜିଲ୍ଲା କଂଗ୍ରେସ ହରିଜନ ସେଲ ଅଧ୍ୟକ୍ଷ ଭଗବାନ ମଲିକ ପ୍ରମୁଖଙ୍କ ସହ ଦଳୀୟ କର୍ମୀ ଉପସ୍ଥିତ ଥିଲେ ।





