Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀ ଛାଡିବାକୁ ପର୍ଯ୍ୟଟକଙ୍କୁ ନିର୍ଦ୍ଦେଶ

by ସଞ୍ଜୟ ସ୍ୱାଇଁ
July 10, 2021
in State, Toursimi
ପୁରୀ ଛାଡିବାକୁ ପର୍ଯ୍ୟଟକଙ୍କୁ ନିର୍ଦ୍ଦେଶ
181
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ମଝିରେ ଆଉ ମାତ୍ର ଗୋଟିଏ ଦିନ । ଏହାପରେ ଆସନ୍ତା ସୋମବାର ପୁରୀରେ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ବଡ଼ଦାଣ୍ଡକୁ ଓହ୍ଲାଇବେ ଶ୍ରୀବିଗ୍ରହ । ଏଥିପାଇଁ ରଥ ଆଉ ପଥ ପ୍ରସ୍ତୁତ । ଏହାକୁ ନଜରରେ ରଖି ପୁରୀରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏଥିପାଇଁ ରବିବାର ରାତିରୁ ମଙ୍ଗଳବାର ରାତି ଯାଏ ସହରରେ ଲାଗୁ ହେବ କର୍ଫ୍ୟୁ। କର୍ଫ୍ୟୁକୁ ଆଖି ଆଗରେ ରଖି ଆଜି ପୁରୀରେ ଲାଗୁ ହେବନି ସପ୍ତାହାନ୍ତ ସଟଡାଉନ୍‌ କଟକଣା । ଶନିବାର ଥିଲେ ମଧ୍ୟ ରଥଯାତ୍ରା ପାଇଁ ପୁରୀ ସହରରେ ଆଜି ସଟଡାଉନ କୋହଳ କରାଯିବା ନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଟ୍ୱିଟ୍ କରିଛନ୍ତି । ପୂର୍ବରୁ ସ୍ୱତନ୍ତ୍ର ରିଲିଫ୍ କମିଶନର ମଧ୍ୟ ଏନେଇ ବିଜ୍ଞପ୍ତି ଜାରି କରିଥିଲେ । ଆସନ୍ତା ସୋମବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ୧୧ ତାରିଖ ରବିବାର ରାତି ୮ଟାରୁ ୧୩ ତାରିଖ ମଙ୍ଗଳବାର ରାତି ୮ଟା ଯାଏଁ କର୍ଫ୍ୟୁ ଲାଗିବ । ସହରବାସୀ ଆଗୁଆ ଅତ୍ୟାବଶ୍ୟକ ସାମଗ୍ରୀ ସାଇତି ରଖିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ଯଦି କୌଣସି ପର୍ୟ୍ୟଟକ କିମ୍ବା ଅତିଥି ପୁରୀ ସହରର ହୋଟେଲ, ଲଜ୍, ଧର୍ମଶାଳା, ଗେଷ୍ଟ ହାଉସରେ ରହୁଥିବେ ଆଜି ସୁଦ୍ଧା ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। କର୍ଫ୍ୟୁ ବଳବତ୍ତର ଥିବା ସମୟରେ ବଡ଼ଦାଣ୍ଡରେ ଯାନବାହନ ଚଳାଚଳ ଉପରେ କଟକଣା ଲଗାଯାଇଛି । ଏହାବ୍ୟତୀତ ବଡ଼ଦାଣ୍ଡରେ ଥିବା କୌଣସି ଦୋକାନ ଖୋଲାଯିବ ନାହିଁ । କର୍ଫ୍ୟୁ ସମୟରେ ସହରର ଅନ୍ୟ ସ୍ଥାନଗୁଡ଼ିକରେ କେବଳ ଔଷଧ ଦୋକାନ, ମେଡ଼ିକାଲ୍ ଉପକରଣ ଦୋକାନ ଏବଂ ଚଷମା ଦୋକାନ ଗୁଡ଼ିକୁ ଖୋଲିବା ନିମନ୍ତେ ଅନୁମତି ମିଳିଛି। ପୁରୀ ଜିଲ୍ଲା ବାହାରୁ ଆସୁଥିବା ଲୋକଙ୍କ ଚଳପ୍ରଚଳକୁ ରୋକିବା ପାଇଁ ସମସ୍ତ ପ୍ରବେଶ ପଥକୁ ସିଲ୍ କରାଯିବା ସହ ୮ଟି ଚେକିଂ ପଏଣ୍ଟର ବ୍ୟବସ୍ଥା କରାଯିବ ବୋଲି ଚିଠିରେ ଉଲ୍ଲେଖ କରିଛି ପୁରୀ ଜିଲ୍ଲା ପ୍ରଶାସନ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!