Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାୟଗଡ଼ାରେ ହସ୍ପିଟାଲ ଛାତରୁ ଡେଇଁ ଆତ୍ମହତ୍ୟା କଲେ ମହିଳା

by ସଞ୍ଜୟ ସ୍ୱାଇଁ
July 10, 2021
in Crime, State
ରାୟଗଡ଼ାରେ ହସ୍ପିଟାଲ ଛାତରୁ ଡେଇଁ ଆତ୍ମହତ୍ୟା କଲେ ମହିଳା
19
VIEWS
Share on FacebookShare on Twitter

ରାୟଗଡ଼ା, (ବାଘୁଆବାର୍ତ୍ତା): ହସ୍ପିଟାଲ ଛାତ ଉପରୁ ତଳକୁ ଡେଇଁ ମହିଳାଙ୍କ ମୃତ୍ୟୁ । ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏହି ଘଟଣା ଘଟିଛି । ମେଡିସିନ୍ ଓ୍ୱାର୍ଡର ୩ ମହଲା କୋଠା ଉପରୁ ଡେଇଁ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ହେଲେ ୨୮ ବର୍ଷୀୟ ମହିଳା ରଜନୀ ମେଲେକା ଓ ତାଙ୍କ ଘର ତୁମ୍ବିଗୁଡାରେ ବୋଲି ଜଣା ପଡ଼ିଛି । ଜ୍ୱର ଯୋଗୁଁ ଗତ ୭ ତାରିଖରେ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ । ତାଙ୍କର ମେଡିସନ୍ ଓ୍ୱାର୍ଡରେ ଚିକିତ୍ସା ଚାଲିଥିଲା । ଗତକାଲି ରାତିରେ ବାଥରୁମ ଯାଇ ଆଉ ଫେରି ନଥିଲେ ମହିଳା । ଖୋଜାଖୋଜି ପରେ ରକ୍ତାକ୍ତ ଅବସ୍ତାରେ ତିନି ମହଲା ତଳେ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା । କେମିତି ଓ କେଉଁ ପରିସ୍ଥିତିରେ ସେ ଏଭଳି କାମ କଲେ ସେନେଇ ସ୍ପଷ୍ଟ ସୂଚନା ମିଳିଲାନି । ରୋଗାକ୍ରାନ୍ତ ଯୋଗୁଁ ମାନସିକ ଚାପରୁ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ରାୟଗଡ ଥାନା ଅଧିକାରୀ ରଶ୍ମି ରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି । ହସ୍ପିଟାଲ କର୍ମଚାରୀଙ୍କ ଉପସ୍ଥିତ ସତ୍ତ୍ୱେ ଜଣେ ରୋଗୀ କିଭଳି ହସ୍ପିଟାଲ ଛାତ ଉପରକୁ ତାକୁ ନେଇ ଉଠିଛି ପ୍ରଶ୍ନ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!