Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଂକ୍ରମିତଙ୍କ ଚିକିତ୍ସାରେ ଅବହେଳା ଅଭିଯୋଗ, ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ

by ସଞ୍ଜୟ ସ୍ୱାଇଁ
July 10, 2021
in Health, State
ସଂକ୍ରମିତଙ୍କ ଚିକିତ୍ସାରେ ଅବହେଳା ଅଭିଯୋଗ, ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ
57
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କରୋନା ଦ୍ୱିତୀୟ ଲହର ସଂକ୍ରମଣ ସମୟରେ ବୁର୍ଲା ଭିମସାରରେ ସଂକ୍ରମିତଙ୍କ ଚିକିତ୍ସାରେ ଅବହେଳା ହୋଇଥିବା ଅଭିଯୋଗ ହୋଇଛି। ଏହି ମାମଲାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଅବସରପ୍ରାପ୍ତ ଜିଲ୍ଲା ଜଜ୍ ପାହ୍ୟାର ଅଧିକାରୀ ଅଭିଯୋଗର ତଦନ୍ତ କରି ହାଇକୋର୍ଟରେ ରିପୋର୍ଟ ଦାଖଲ କରିବେ। ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଓ ଜଷ୍ଟିସ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କିତ ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୮ରେ ହେବ। କରୋନାର ଦ୍ୱିତୀୟ ଲହର ବେଳେ ଭିମସାରରେ ଚିକିତ୍ସାରେ ଅବହେଳା ହୋଇଥିବା ଅଭିଯୋଗ କରି ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ପଢୁଥିବା ବରଗଡର ଆଇନ ଛାତ୍ର ଜ୍ଞାନଦତ୍ତ ଚୌହାନ ଜନସ୍ୱାର୍ଥ ମାମଲା କରିଥିଲେ। ଏନେଇ ଜ୍ଞାନଦତ୍ତ କହିଛନ୍ତି, ମହାମରୀ କରୋନା ସମୟରେ ଉପଯୁକ୍ତ ଚିକିତ୍ସା ନ ପାଇ ବହୁ ଲୋକ ଆଖି ବୁଜିଛନ୍ତି। ଆଇସିୟୁ ତଥା, ଅକ୍ସିଜେନ ଅଭାବରୁ ବହୁ ଜୀବନ ଯାଇଛି। ସରକାରଙ୍କ ଦାୟିତ୍ୱହୀନତା ଯୋଗୁ ଏପରି ଘଟଣା ଘଟିଛି। କୋର୍ଟ ଏହାକୁ ଗୁରୁତର ସହ ନେବା ସହ ନଭେମ୍ବର ୧୫ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!