Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବକଳେବର ହେବ ବିଜୁ ଜନତା ଦଳର ମୁଖ୍ୟାଳୟ, ଶିଳାନ୍ୟାସ କଲେ ନବୀନ ପଟ୍ଟନାୟକ

by ସଞ୍ଜୟ ସ୍ୱାଇଁ
July 12, 2021
in Planning and Development, State
ନବକଳେବର ହେବ ବିଜୁ ଜନତା ଦଳର ମୁଖ୍ୟାଳୟ, ଶିଳାନ୍ୟାସ କଲେ ନବୀନ ପଟ୍ଟନାୟକ
184
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ନବକଳେବର ହେବ ବିଜୁ ଜନତା ଦଳର ମୁଖ୍ୟାଳୟ। କର୍ପୋରେଟ୍‌ ଢାଞ୍ଚାରେ ନିର୍ମାଣ ହେବ ନୂଆ କୋଠା। ଏଥିପାଇଁ ପବିତ୍ର ରଥଯାତ୍ରା ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନୂଆ ରାଜ୍ୟ ମୁଖ୍ୟାଳୟ ଭୂମି ପୂଜନ ଉତ୍ସବରେ ଯୋଗ ଦେଇଛନ୍ତି। କୋଭିଡ ପ୍ରଟୋକଲରେ ସମସ୍ତ କାର୍ୟ୍ୟ ହୋଇଥିବା ବେଳେ ବିଜେଡିର ବରିଷ୍ଠ ଓ କିଛି ଟାଣୁଆ ନେତା ଭୂମି ପୂଜନ ସମାରୋହରେ ଉପସ୍ଥିତ ଥିବାର ଦେଖିବାକୁ ମିଳିଛି। ମିଳିଥିବା ସୂଚନା ମୁତାବିକ, ଆଇଆର୍-୩ କ୍ବାର୍ଟର୍ସ ବିଜେଡିର ରାଜ୍ୟ କାର୍ୟ୍ୟାଳୟ ପାଇଁ ଆବଣ୍ଟନ ହୋଇଥିବା ବେଳେ ବିଜେଡି ତାର ମୁଖ୍ୟାଳୟ ସମ୍ପ୍ରସାରଣ ଓ ନୂଆ କାର୍ୟ୍ୟାଳୟ ପାଇଁ ୟୁନିଟ-୬ରେ କ୍ୟାପିଟାଲ ହସ୍ପିଟାଲ ଡାକ୍ତରଙ୍କୁ ଆବଣ୍ଟନ ହେଉଥିବା କ୍ବାର୍ଟର୍ସ ଭି ୨/୧ ଏବଂ ଭି ୨/୨କୁ ନେଇଛି। ଏହି ଦୁଇଟି କ୍ବାର୍ଟର୍ସର ଜମି ବିଜେଡିକୁ ଲିଜ୍ ଆକାରରେ ଦିଆଯିବା ପରେ ବିଜେଡି ଏହାକୁ ଫ୍ରି ହୋଲ୍ଡ କରି ନେଇଥିବା ସୂଚନା ରହିଛି। ଅର୍ଥାତ୍ ଏହି କ୍ବାର୍ଟର୍ସ ଯେଉଁ ଜମିରେ ନିର୍ମାଣ ହୋଇଛି ତାହାକୁ ବିଜେଡି ସରକାରୀ ବେଞ୍ଚମାର୍କ ମୂଲ୍ୟ ଅନୁସାରେ ଟଙ୍କା ଜମା କରି କିଣି ନେଇଛି। ଏବେ ଏଠାରେ ନୂଆ କୋଠା ନିର୍ମାଣ ହେବ। ଏଥିପାଇଁ ଡିଜାଇନ୍ ପ୍ରସ୍ତୁତ ହୋଇସାରିଛି।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!