Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପେଟ୍ରୋଲ ଟ୍ୟାଙ୍କରକୁ ଧକ୍କା ଦେଲା ବାଇକ୍‌, ୨ ଜଣଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
July 12, 2021
in Accident, State
ପେଟ୍ରୋଲ ଟ୍ୟାଙ୍କରକୁ ଧକ୍କା ଦେଲା ବାଇକ୍‌, ୨ ଜଣଙ୍କ ମୃତ୍ୟୁ
292
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଖୁଣ୍ଟୁଣୀ-ନରସିଂହପୁର ରାସ୍ତାରେ ଘଟିଛି। ଖୁଣ୍ଟୁଣୀ ଅଞ୍ଚଳର ପ୍ରଦୀପ ନାୟକ ଓ ପ୍ରକାଶ ନାୟକ ବାଇକ୍‌ରେ ଆଠଗଡ଼ ଅଭିମୁଖେ ଯାଉଛି। ଖୁଣ୍ଟୁଣୀ-ନରସିଂହପୁର ୬୫ ନଂ ରାଜ୍ୟ ରାଜପଥର କୁଲାଇଲୋଠାରେ ସମ୍ମୁଖରୁ ଆସୁଥିବା ପେଟ୍ରୋଲ ଟ୍ୟାଙ୍କରକୁ ଧକ୍କା ଦେଇଥିଲା ବାଇକ। ଫଳରେ ଦୁଇ ବାଇକ୍‌ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଧକ୍କା ପରେ ବାଇକ୍‌ରେ ନିଆଁ ଲାଗି ଯାଇଥିଲା। କ୍ଷଣକ ଭିତରେ ବାଇକ୍‌ଟି ପୋଡି ଯାଇଛି। ଦୁର୍ଘଟଣା ନେଇ ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସେପଟେ ପୁଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ପରିବାର ଲୋକଙ୍କ ଖବର ଦେଇଥିଲେ। ଦୁର୍ଘଟଣାରେ ଡ୍ରାଇଭର ଟ୍ୟାଙ୍କର ଛାଡ଼ି ଫେରାର ହୋଇ ଯାଇଛି। ପୁଲିସ ଟ୍ୟାଙ୍କରଟିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସେପଟେ ଆଜି ସକାଳେ ନୂଆପଡ଼ା ଦେଇ ଯାଇଥିବା ୩୫୩ ନମ୍ୱର ଜାତୀୟ ରାଜପଥର ଜଡ଼ାମୁଣ୍ଡା ଗାଁ ନିକଟରେ ବୋଲେରୋ ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!