Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୬ ଲକ୍ଷ ଶ୍ରମିକ ପାଇଲେ ୩୮୫ କୋଟି, ପ୍ରତ୍ୟେକ ନିର୍ମାଣ ଶ୍ରମିକ ହେଉଛନ୍ତି ଜଣେ ଜଣେ ବିଶ୍ୱକର୍ମା – ନବୀନ

by ସଞ୍ଜୟ ସ୍ୱାଇଁ
July 15, 2021
in Planning and Development, State
୨୬ ଲକ୍ଷ ଶ୍ରମିକ ପାଇଲେ ୩୮୫ କୋଟି, ପ୍ରତ୍ୟେକ ନିର୍ମାଣ ଶ୍ରମିକ ହେଉଛନ୍ତି ଜଣେ ଜଣେ ବିଶ୍ୱକର୍ମା – ନବୀନ
164
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ। ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ନିର୍ମାଣ ଶ୍ରମିକ ମାନଙ୍କୁ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି । ଏହି ପ୍ୟାକେଜରେ ପ୍ରତି ପଞ୍ଜୀକୃତ ନିର୍ମାଣ ଶ୍ରମିକ ୧୫୦୦ ଟଙ୍କା ଲେଖାଏ ପାଇଲେ। ଗତ ବର୍ଷ ମଧ୍ୟ କୋଭିଡର ପ୍ରଥମ ଲହର ସମୟରେ ନିର୍ମାଣ ଶ୍ରମିକ ମାନଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯାଇଥିଲା । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସମୟରେ ଏହି ସହାୟତା ନିର୍ମାଣ ଶ୍ରମିକଙ୍କ ଅସୁବିଧାକୁ ହ୍ରାସ କରିବାରେ ସହାୟକ ହେବ । ଅର୍ଥନୀତିରେ ଶ୍ରମିକ ମାନଙ୍କ ଗୁରୁତ୍ୱ ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶ୍ରମିକ ମାନଙ୍କ କଲ୍ୟାଣ ବିନା ଅର୍ଥନୀତି କେବେ ବି ସମୃଦ୍ଧ ହୋଇପାରିବ ନାହିଁ । ନିର୍ମାଣ ଶ୍ରମିକ ମାନଙ୍କୁ ଜଣେ ଜଣେ ବିଶ୍ବକର୍ମା ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନ୍ୟର ସୁବିଧା ପାଇଁ ସେମାନେ ନିଜ ସୁଖକୁ ଭୁଲିଯାନ୍ତି । ଖରାକୁ ପିଠି ଦେଖାଇ ବଡ ବଡ କୋଠା ତିଆରି କରନ୍ତି । ନିଜେ ଜଳି ଅନ୍ୟକୁ ଆଲୋକ ଦେଖାନ୍ତି । ନିଜେ ଅସୁବିଧାରେ ରହି ଅନ୍ୟ ପାଇଁ ଭଲ ଘର ତିଆରି କରନ୍ତି । ରାସ୍ତା, ସେତୁ ଆଦି କରନ୍ତି । ବିକାଶର ପ୍ରତିଟି ପୃଷ୍ଠାରେ ରହିଛି ଆମର ନିର୍ମାଣ ଶ୍ରମିକ ମାନଙ୍କର ତ୍ୟାଗ ଓ ପରିଶ୍ରମର କାହାଣୀ । ଗରିବ ଲୋକର ତ୍ୟାଗକୁ ସମ୍ମାନ ଦ୍ବାରା ହିଁ ଆମେ ବିକାଶ ସହ ସମସ୍ତଙ୍କ ଯୋଡି ପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ସହାୟତା ପାଇଥିବାରୁ ନିର୍ମାଣ ଶ୍ରମିକ ମାନେ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ । ଗଞ୍ଜାମର ରବୀନ୍ଦ୍ର ପ୍ରଧାନ, କଟକର ନବଘନ ପରିଡା, ବରଗଡର କେଶବ ପ୍ରଧାନ, ସୁନ୍ଦରଗଡର ରେଣୁ ମିଞ୍ଜ — ସମସ୍ତଙ୍କ ମୁହଁରେ ଗୋଟିଏ ଭାଷା ଥିଲା – ଧନ୍ୟବାଦ ମୁଖ୍ୟମନ୍ତ୍ରୀ ଆଜ୍ଞା। ଆପଣଙ୍କ ସହାୟତା ଆମକୁ ଏ ବିପଦ ସମୟରେ ବଞ୍ଚିବାର ରାହା ଦେଇଛି । ଗତ ବର୍ଷ ୧୫୦୦ ଟଙ୍କା ପାଇଥିଲୁ, ଏ ବର୍ଷ ମଧ୍ୟ ପାଇଲୁ । ତାସହିତ ପିଲାଙ୍କ ପାଠପଢା, ସାଇକେଲ, ଝିଅ ବାହାଘର – ସବୁ ସମୟରେ ଆମେ ସହାୟତା ପାଉଛୁ ବୋଲି ଖୁସିରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ସେମାନଙ୍କୁ କେତେ ଟଙ୍କା ପାଇଛ ବୋଲି ପଚାରି ବୁଝିଥିଲେ । କାର୍ୟ୍ୟକ୍ରମରେ ଯୋଗ ଦେଇ ଶ୍ରମ ଓ ଇ.ଏସ୍‌.ଆଇ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ ନିର୍ମାଣ ଶ୍ରମିକଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ, ଶ୍ରମ ଆଇନର କାର୍ୟ୍ୟକାରୀତା ଓ ନାଗରିକ କେନ୍ଦ୍ରୀକ ଯୋଜନା ଉପରେ ଆଲୋକପାତ କରିଥିଲେ । ଓଡିଶା କୋଠାବାଡି ଓ ଅନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ଶ୍ରୀ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ କହିଥିଲେ ଯେ ବୋର୍ଡ ଅଧୀନରେ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ୩୨ଟି ଯୋଜନା କାର୍ୟ୍ୟକାରୀ କରାଯାଉଛି ଏବଂ ଏହିସବୁ ସେବାକୁ ୫-ଟି ଜରିଆରେ ଦକ୍ଷତାର ସହ ତୁରନ୍ତ ଯୋଗାଇ ଦିଆଯାଉଛି । ଏହି କାର୍ୟ୍ୟକ୍ରମରେ ବ୍ରଜରାଜନଗରର ବିଧାୟକ ଶ୍ରୀ କିଶୋର ମହାନ୍ତି ଓ ବେଗୁନିଆ ବିଧାୟକ ଶ୍ରୀ ରାଜେନ୍ଦ୍ର ସାହୁ ପ୍ରମୁଖ ସେମାନଙ୍କର ମତାମତ ରଖି ଏହି ଗରିବ ଓ ଶ୍ରମିକ କଲ୍ୟାଣ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ। ବିଭାଗୀୟ ସଚିବ ଶ୍ରୀମତୀ ଚିତ୍ରା ଅର୍‌ମୁଗମ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଶ୍ରମ କମିଶନର ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ.ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ସାରା ରାଜ୍ୟର ୩୧୪ ବ୍ଲକ ର ନିର୍ମାଣ ଶ୍ରମିକ ମାନେ ଭିଡ଼ିଓ କନ୍ ଫରେନସ ଜରିଆରେ ଏହି କାର୍ୟ୍ୟକ୍ରମ ରେ ଭାଗ ନେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!