Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ବଲପୁର ଜିଲ୍ଲା ଗସ୍ତରେ କୃଷି ମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର ସମୀକ୍ଷା

by ସଞ୍ଜୟ ସ୍ୱାଇଁ
July 16, 2021
in Planning and Development, State
ସମ୍ବଲପୁର ଜିଲ୍ଲା ଗସ୍ତରେ କୃଷି ମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର ସମୀକ୍ଷା
145
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ସମ୍ବଲପୁର ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି । ସଠିକ ସମୟରେ କାର୍ଯ୍ୟ ସାରିବା ପାଇଁ ପରାମର୍ଶ ଦେଇଛନ୍ତି । କୃଷକ ମାନଙ୍କ ପରିଶ୍ରମ ଲାଗି ଓଡିଶା ଏହି ଗର୍ବ ଅନୁଭବ କରୁଛି । ମନ୍ତ୍ରୀ ଶ୍ରୀ ସାହୁ ଜିଲ୍ଲାର ବିଭିନ୍ନ ସ୍ଥାନ ଗସ୍ତ କରି ମତ୍ସ୍ୟ ଓ ପଶୁପାଳନ ବିଭାଗର ସମୀକ୍ଷା କରିଛନ୍ତି । ହୀରାକୁଦ ମହମ୍ମଦପୁର ସ୍ଥିତ କେଜ୍ କଲଚର, ଚିପିଲିମାସ୍ଥିତ ମେଗା ମତ୍ସ୍ୟ ଯାଆଁଳ ଉତ୍ପାଦନ କେନ୍ଦ୍ର ପରିଦର୍ଶନ କରି ସେଠାକାର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହା ସହ ହୀରାକୁଦ ଜଳଭଣ୍ଡାରରେ ଆରମ୍ଭ ହୋଇଥିବା କେଜ୍ ଫିସିଂ ପ୍ରକଳ୍ପ ଗୁଡିକ ବୁଲି ଦେଖିଥିଲେ । ଆସନ୍ତା ଜୁନ୍ ବେଳକୁ କିପରି ମତ୍ସ୍ୟ ଯାଆଁଳା ଉତ୍ପାଦନ ହୋଇପାରିବ ସେନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିବା କହିଛନ୍ତି ମନ୍ତ୍ରୀ । ଚିପିଲିମା କେନ୍ଦ୍ରରୁ ଉଭୟ ପ୍ରଜାତିର ୫୦ କୋଟି ଯାଆଁଳ ଉତ୍ପାଦନର ଲକ୍ଷ୍ୟ ରଖାଯାଇଥିବା ମନ୍ତ୍ରୀ କହିଛନ୍ତି । ସେହିପରି ଏପ୍ରିଲରୁ ଜୁନ ମଧ୍ୟରେ ୩୦ କୋଟି ଯାଆଁଳ ଉତ୍ପାଦନ ଟାର୍ଗେଟ ଥିବା ନେଇ ସମୀକ୍ଷା କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି । ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ମତ୍ସ୍ୟ ଓ ପଶୁପାଳନ ବିଭାଗ ସଚିବ ଆର ରଘୁପ୍ରସାଦ, ନିର୍ଦ୍ଦେଶକ ସ୍ମୃତି ରଂଜନ ପଧାନ ପ୍ରମୁଖ ସାମିଲ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!