Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟି-୨୦ ପୁରୁଷ ବିଶ୍ୱକପ୍: ଗ୍ରୁପ୍ ଭିତରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

by ସଞ୍ଜୟ ସ୍ୱାଇଁ
July 16, 2021
in NATIONAL NEWS, Sports
ଟି-୨୦ ପୁରୁଷ ବିଶ୍ୱକପ୍: ଗ୍ରୁପ୍ ଭିତରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ
156
VIEWS
Share on FacebookShare on Twitter

ମୁମ୍ବାଇ, (ବାଘୁଆବାର୍ତ୍ତା): ମହାମାରୀ କରୋନାକୁ ମାତ୍ ଦେଇ ପୁଣି କମ୍ପିବ କିକେଟ୍ ମଇଦାନ୍ । ଦୁଇ ଚିର ପ୍ରତି ଦ୍ୱନ୍ଦୀ ଭାରତ-ପାକିସ୍ତାନ ଗ୍ରୁପ୍ ମଧ୍ୟରେ ମୁହାଁମୁହିଁ ଦେଖିବାକୁ ମିଳିବ । ୨୦୧୯ ଦିନିକିଆ ବିଶ୍ୱକପ୍ ପରେ ଆଉ ଏକ କ୍ରିକେଟ୍ ମହାକୁମ୍ଭରେ ଭାରତ ଓ ପାକିସ୍ତାନ ମଧ୍ୟରେ ଟକ୍କର ହେବାକୁ ଯାଉଛି। ଅକ୍ଟୋବର ମାସରେ ୟୁଏଇରେ ଆୟୋଜିତ ହେବାକୁ ଯାଉଥିବା ଆଇସିସି ଟି-୨୦ ବିଶ୍ୱକପ୍ ପାଇଁ ଆଇସିସି ଗ୍ରୁପ୍ର ଘୋଷଣା କରିଛି। ବଡ଼ କଥା ହେଉଛି ଟୁର୍ଣ୍ଣାମେଣ୍ଟରେ ଭାରତ ଓ ପାକିସ୍ତାନ ଗୋଟିଏ ଗ୍ରୁପରେ ସ୍ଥାନ ପାଇଛନ୍ତି । ଉଭୟ ଭାରତ ଓ ପାକିସ୍ତାନ ଟି-୨୦ ବିଶ୍ୱକପ୍ର ଗ୍ରୁପ୍-ବିରେ ରହିଛନ୍ତି । ଏହି ଗ୍ରୁପରେ ଭାରତ ଓ ପାକିସ୍ତାନ ବ୍ୟତୀତ ନ୍ୟୁଜିଲ୍ୟାଣ୍ଡ, ଆଫଗାନିସ୍ତାନ ଓ ଅନ୍ୟ ଦୁଇ କ୍ୱାଲିଫାୟର୍ସ ସ୍ଥାନ ପାଇଛନ୍ତି। ସେହିପରି ଗ୍ରୁପ୍-୧ରେ ଡିଫେଣ୍ଡିଂ ଚାମ୍ପିୟନ୍ ୱେଷ୍ଟଇଣ୍ଡିଜ୍, ଇଂଲଣ୍ଡ, ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ସହ ଦୁଇ କ୍ୱାଲିଫାୟର୍ସ ଟିମ୍ ରହିଛନ୍ତି । ଶେଷଥର ପାଇଁ ୨୦୧୯ରେ ଇଂଲଣ୍ଡରେ ଅନୁଷ୍ଠିତ ଦିନିକିଆ ବିଶ୍ୱକପରେ ଭାରତ ଓ ପାକିସ୍ତାନ ଗୋଟିଏ ଗ୍ରୁପରେ ସ୍ଥାନ ପାଇଥିଲେ। ଏବେ ପୁଣିଥରେ ଭାରତ ଓ ପାକିସ୍ତାନ ଗୋଟିଏ ଗ୍ରୁପରେ ସ୍ଥାନ ପାଇଥିବାରୁ ଫ୍ୟାନଙ୍କ ମଧ୍ୟରେ ଏବେଠାରୁ ନାହିଁ ନଥିବା ଉତ୍ସାହ ଦେଖିବାକୁ ମିଳିଲାଣି। ଟି-୨୦ ବିଶ୍ୱକପ୍ ଚଳିତ ବର୍ଷ ଅକ୍ଟୋବର ୧୭ରୁ ନଭେମ୍ବର ୧୪ ତାରିଖ ଯାଏ ୟୁଏଇ ଓ ଓମାନରେ ଆୟୋଜିତ ହେବ। ତେବେ ଟୁର୍ଣ୍ଣାମେଣ୍ଟର ଆୟୋଜନ ଭାର ଭାରତ ହାତରେ ରହିବ। କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗକୁ ଭାରତରେ ଟି-୨୦ ବିଶ୍ୱକପ୍ କରାଯାଇପାରିବ ନାହିଁ ବୋଲି ବିସିସିଆଇ ସ୍ପଷ୍ଟ କରିଦେଇଥିଲା। ଯାହା ପରେ ଆଇସିସି ଟି-୨୦ ବିଶ୍ୱକପକୁ ୟୁଏଇରେ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛି । ଶୁକ୍ରବାର ଆଇସିସି ଟି-୨୦ ବିଶ୍ୱକପ୍ର କ୍ରୀଡ଼ାସୂଚୀ ଘୋଷିତ କରିଛି। ପ୍ରଥମ ରାଉଣ୍ଡରେ ୮ଟି ଟିମକୁ ଦୁଇଟି ଗ୍ରୁପରେ ଭାଗ କରାଯାଇଛି। ପ୍ରଥମ ରାଉଣ୍ଡର ଗ୍ରୁପ୍-ଏ’ରେ ଶ୍ରୀଲଙ୍କା, ଆୟର୍ଲ୍ୟାଣ୍ଡ, ନେଦରଲ୍ୟାଣ୍ଡ ଓ ନାମିବିଆ ରହିଛନ୍ତି। ଗ୍ରୁପ୍-ବି’ରେ ବାଂଲାଦେଶ, ସ୍କଟଲ୍ୟାଣ୍ଡ, ପାପୁଆ ନ୍ୟୁ ଗିନି ଓ ଓମାନ୍ ଟିମ୍ ସ୍ଥାନ ପାଇଛନ୍ତି। ଉଭୟ ଗ୍ରୁପ୍ର ଶୀର୍ଷ ଦୁଇ ଟିମ୍ ସୁପର୍-୧୨କୁ କ୍ୱାଲିଫାଏ କରିବେ। ସୁପର୍-୧୨ର ମୁକାବିଲା ଗୁଡ଼ିକ ୟୁଏଇର ଆବୁଧାବି, ଦୁବାଇ ଓ ଶାରଜାରେ ଖେଳାଯିବ। ଏସବୁ ମ୍ୟାଚ୍ ଗୁଡ଼ିକ ଓମାନରେ ଅନୁଷ୍ଠିତ ହେବ। ସୁପର୍-୧୨ରେ ମୋଟ ୩୦ଟି ମ୍ୟାଚ୍ ଖେଳାଯିବ, ଯାହାର ଶୁଭାରମ୍ଭ ଅକ୍ଟୋବର ୨୪ ତାରିଖରୁ ଆରମ୍ଭ ହୋଇପାରେ। କରୋନା ଯୋଗୁ ଗତ ବର୍ଷ ଅଷ୍ଟ୍ରେଲିଆରେ ଆୟୋଜିତ ହେବାକୁ ଥିବା ଟି-୨୦ ବିଶ୍ୱକପକୁ ସ୍ଥଗିତ କରାଯାଇଥିଲା। ଏହି ବିଶ୍ୱକପ୍ ଆସନ୍ତାବର୍ଷ ଆୟୋଜନ କରାଯିବା ପାଇଁ ସ୍ଥିର ହୋଇଛି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!