Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମିଶନ ଶକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ

by ସଞ୍ଜୟ ସ୍ୱାଇଁ
July 16, 2021
in Feature News
କୋଭିଡ କଟକଣାରେ ବିନା ଭକ୍ତରେ ଅନୁଷ୍ଠିତ ହେବ ରଥଯାତ୍ରା
104
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ଘୋଷଣା ଅନୁଯାୟୀ ରାଜ୍ୟର ୩୩୮ଟି ବ୍ଲକ୍‌ସ୍ତରୀୟ ମିଶନ ଶକ୍ତି ମହାସଂଘର ନିଜସ୍ବ ଘର ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏ ୧୬୯ କୋଟି ଟଙ୍କା ପ୍ରଦାନ କରାଯିବା ସହିତ ସେମାନଙ୍କୁ ବ୍ୟବସାୟରେ ସହାୟତା ପାଇଁ ୮୪.୫୦ କୋଟି ଟଙ୍କାର ଆବର୍ତ୍ତନ ପାଣ୍ଠି (Revolving Fund) ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କର ଋଣ ଉପରେ ସୁଧ ଫେରସ୍ତ ପାଇଁ (Interest Subvention) ପାଇଁ ୨୦୦ କୋଟି ଟଙ୍କା ପ୍ରଦାନ କରାଯିବ। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ମିଶନ ଶକ୍ତି ହେଉଛି, ଓଡିଶାର ୭୦ ଲକ୍ଷ ମା ମାନଙ୍କର ଏକ ବିରାଟ ଅନୁଷ୍ଠାନ। ଏହା ହେଉଛି ଓଡିଶାର ବିକାଶ ବାହିନୀ। ସେମାନଙ୍କ ଦକ୍ଷତା ଉପରେ ଆସ୍ଥାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ‘ଆପଣମାନେ ଆଗକୁ ବଢନ୍ତୁ, ମୁଁ ଆପଣମାନଙ୍କ ସାଥିରେ ଅଛି।’ କୋଭିଡ ସମୟରେ ମିଶନ ଶକ୍ତିର ମା ମାନେ ବହୁତ ଭଲ କାମ କରିଛନ୍ତି ବୋଲି କହି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇ କହିଲେ ଯେ ଆଜି ହେଉଛି ଏକ ଐତିହାସିକ ଦିବସ। ବ୍ଲକ୍‌ସ୍ତରରେ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଯେଉଁ ମିଶନ ଶକ୍ତି ଭବନ ଗଠନ ହେବ, ସେଥିରେ ମା ମାନେ ତାଲିମ ପାଇବେ, ଉତ୍ପାଦିତ ଦ୍ରବ୍ୟ ପାଇଁ ବିକ୍ରୟ କେନ୍ଦ୍ର ଖୋଲିପାରିବେ ଏବଂ ସେମାନଙ୍କ ନିଜସ୍ବ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା ପର୍ଯ୍ୟାଲୋଚନା କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ମା ମାନେ କୋଭିଡ ସମୟରେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଚାଳନା ଠାରୁ ଆରମ୍ଭ କରି ମାସ୍କ ତିଆରି, ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଆଦି ଅନେକ ଭଲ କାମ କରି ମିଶନ ଶକ୍ତି ଆନ୍ଦୋଳନର ସୁନାମ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଲେ, ‘ମୁଁ ସବୁବେଳେ କହି ଆସିଛି, ମା ସଶକ୍ତ ହେଲେ, ପରିବାର ସଶକ୍ତ ହେବ। ସମାଜ ସଶକ୍ତ ହେବ । ଗୋଟିଏ ଜାତି ସଶକ୍ତ ହେବ। ଇତିହାସର ଧାରା ମଧ୍ୟ ବଦଳିଯିବ ।’ ମିଶନ ଶକ୍ତିର ମା ମାନଙ୍କ ସଫଳତା ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଜୀବନଜୀବିକା ଠାରୁ ଆରମ୍ଭ କରି ବିଭିନ୍ନ ବିକାଶ କାମରେ ଆପଣମାନେ ସାମିଲ ହୋଇ ଭଲ କାମ କରିଛନ୍ତି। ଆଜିର ଆଲୋଚନାରେ ରାଜ୍ୟର ବିଭିନ୍ନ ଅଞ୍ଚଳର – କୋରାପୁଟର ବୋରିଗୁମା ଠାରୁ ଆରମ୍ଭ କରି କଟକର ନିଆଳୀ ପର୍ଯ୍ୟନ୍ତ, ଆମର ବ୍ଳକ୍‌ସ୍ତରୀୟ ମହାସଂଘର ମା ମାନଙ୍କର କାମ ଦେଖି ଯେ କେହି ଗର୍ବ ଅନୁଭବ କରିବ ବୋଲି ସେ ମତବ୍ୟକ୍ତ କରିଥିଲେ। ସେ କହିଥିଲେ ଯେ ‘ମୋର ବିଶ୍ବାସ, ଦିନେ ଆପଣମାନଙ୍କ ଭିତରୁ ବଡ ବଡ ଉଦ୍ୟୋଗୀ ବାହାରିବେ ।’ ରାଜ୍ୟ ସରକାର Block Level Federationର ଆବର୍ତ୍ତନ ପାଣ୍ଠି ଭାବରେ ୮୪.୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ମିଶନ ଶକ୍ତିର ମା ମାନଙ୍କୁ ରାଜ୍ୟ ସରକାର ବିନା ସୁଧରେ ଋଣ ଦେଉଛନ୍ତି। ଗତ ବର୍ଷ ସୁଧ ରିହାତି ଭାବରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କା ଦେଇଥିବା ବେଳେ, ଏବର୍ଷ ଏହାକୁ ୨୦୦ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ସେ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ଯୋଗ ଦେଇ ମହିଳା ଶିଶୁବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ମିଶନ ଶକ୍ତିର ମହିଳା ମାନଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରି କହିଥିଲେ ଯେ ଯେ କୌଣସି ବ୍ୟବସାୟ ପାଇଁ ପୁଞ୍ଜି ଯୋଗାଣ ସଞ୍ଜୀବନୀ ପରି କାର୍ଯ୍ୟ କରେ। ମହିଳା ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ଆବର୍ତ୍ତନ ପାଣ୍ଠି କରିଛନ୍ତି, ତାହା ମିଶନ ଶକ୍ତିକୁ ସ୍ବାବଲମ୍ବୀ କରିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। ମିଶନ ଶକ୍ତି ମା ମାନଙ୍କ ପାଇଁ ଏକ ସୁବର୍ଣ୍ଣ ଯୁଗ ଆଣିଛି ବୋଲି ସେମାନେ ମତ ଦେଇଥିଲେ । କାର୍ଯ୍ୟକ୍ରମରେ ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, କବିସୂର୍ଯ୍ୟନଗର ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ ଏବଂ ମିଶନ ଶକ୍ତିର ଉପଦେଷ୍ଟା ଡଃ ଲୋପାମୁଦ୍ରା ବକ୍‌ସିପାତ୍ର ପ୍ରମୁଖ ସେମାନଙ୍କର ମତାମତ ରଖି କହିଥିଲେ ଯେ ମିଶନ ଶକ୍ତି ଆଜି ମା ମାନଙ୍କ ସାମାଜିକ ଅର୍ଥନୈତିକ ପରିବର୍ତ୍ତନରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଭଳି ଏକ ନୀରବ ବିପ୍ଲବ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପର୍ଣ୍ଣ ନେତୃତ୍ବରେ ସେମାନେ ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ମୟୁରଭଂଜ ମୋରଡା ମିଶନ ଶକ୍ତି ମହାସଂଘର ଅଧ୍ୟକ୍ଷା ବିଷ୍ଣୁପ୍ରିୟା ଦାସ, କଟକ କଣ୍ଟାପଡା ମିଶନ ଶକ୍ତି ମହାସଂଘର ସଂପାଦିକା ବିଷ୍ଣୁପ୍ରିୟା ପାତ୍ର, ସମ୍ବଲପୁର ନାକଟିଦେଉଳ ମିଶନ ଶକ୍ତି ମହାସଂଘର ସଂପାଦିକା ଗୀତାଞ୍ଜଳି ପ୍ରଧାନ, କୋରାପୁଟ ନନ୍ଦପୁର ମିଶନ ଶକ୍ତି ମହାସଂଘର ସଂପାଦିକା ହେମଲତା ପ୍ରଧାନ ଓ ଢେଙ୍କାନାଳ ଗଁଦିଆ ମିଶନ ଶକ୍ତି ମହାସଂଘର ସଂପାଦିକା ନିର୍ମଳା ସାହୁ ପ୍ରମୁଖ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରି ଏହି ସ୍ବତନ୍ତ୍ର ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆମେ ସମସ୍ତେ ଆଜି ନିଜର ପରିଚୟ ପାଇପାରିଛୁ । ମୁଖ୍ୟମନ୍ତ୍ରୀ ଆମ ମାନଙ୍କ ପାଖରେ, ଆମ ସୁଖଦୁଃଖରେ ସବୁବେଳେ ଠିଆ ହୋଇଛନ୍ତି । ତେଣୁ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଆମେ କୃତଜ୍ଞ। ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ । ଏହି ଅବସରରେ ବ୍ରହ୍ମପୁର, ଢେଙ୍କାନାଳ ଓ ବାରିପଦାର ୩ଟି ସ୍ବୟ ସହାୟକ ଗୋଷ୍ଠୀ ମାନଙ୍କୁ ଆଚାର ବ୍ୟବସାୟ ପାଇଁ HDFC Bank ତରଫରୁ ଏକକାଳୀନ ୪୭ ଲକ୍ଷ ଟଙ୍କାର ଋଣ ଦିଆଯାଇଥିଲା। ସୂଚନାଯୋଗ୍ୟ ଯେ ସେମାନଙ୍କ ଦ୍ବାରା ଉତ୍ପାଦିତ ୧୨୦ ମେଟ୍ରିକ ଟନ୍ ଆଚାର ମିଶନ ଶକ୍ତି ଦ୍ବାରା ପରିଚାଳିତ ରାଜ୍ୟର ୧୭୭ଟି ଆହାର କେନ୍ଦ୍ରରେ ବ୍ୟବହାର ହେଉଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ନିଜର ସ୍ବାଗତ ଭାଷଣ ରଖି ମିଶନ ଶକ୍ତିର କମିଶନର ତଥା ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟ କହିଲେ ଯେ ଗୋଟିଏ ଯୋଜନାକୁ ଏକ ସ୍ବତନ୍ତ୍ର ବିଭାଗ ଭାବରେ କାର୍ଯ୍ୟକାରୀ କରିବାରେ ଓଡିଶା ହେଉଛି ସାରା ଭାରତବର୍ଷରେ ଏକମାତ୍ର ରାଜ୍ୟ। ଏଥିରୁ ମହିଳା ମାନଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ କେତେ ଗୁରୁତ୍ବ ଦେଉଛନ୍ତି, ତାହା ଅନୁମେୟ।ସୂଚନାଯୋଗ୍ୟ ଯେ ଗତ ଦୁଇ ବର୍ଷରେ ମିଶନ ଶକ୍ତିର ବିଭିନ୍ନ ସ୍ବୟ ସହାୟକ ଗୋଷ୍ଠୀ ମାନଙ୍କ ଠାରୁ ୨୮୦୦ କୋଟି ଟଙ୍କାର ବିଭିନ୍ନ ଦ୍ରବ୍ୟ ଓ ସେବା କ୍ରୟ କରାଯାଇଛି । ସେ କହିଥିଲେ ଯେ ୨୦୨୧-୨୨ ବର୍ଷ ପାଇଁ ମିଶନ ଶକ୍ତିର ମା ମାନଙ୍କ ପାଇଁ ୬୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଛି । ମିଶନ ଶକ୍ତିର ନିର୍ଦ୍ଦେଶିକା ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!