Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ ବନ୍ଧୁକ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
July 18, 2021
in Crime, State
୧୦ ବନ୍ଧୁକ ଜବତ, ୨ ଗିରଫ
100
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଏକ ଚୋରା ବନ୍ଧୁକ ରାକେଟ୍‌ର ପର୍ଦ୍ଦାଫାସ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌। ଏଥିରେ ୨ ଜଣ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ସେମାନଙ୍କ ଠାରୁ ୧୦ଟି ବନ୍ଧୁକ ଜବତ କରାଯାଇଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବସନ୍ତ ମହାରଣା ଓରଫ ବୁଟୁ ଓ କୃଷ୍ଣଚନ୍ଦ୍ର ଶ୍ରୀଚନ୍ଦନ ଓରଫ ଜଗା ଓରଫ ଜଗନ। ବସନ୍ତର ଘର ନୟାଗଡ଼ ଜିଲ୍ଲାର ରଣପୁରରେ ହୋଇଥିବା ବେଳେ କୃଷ୍ଣଚନ୍ଦ୍ରର ଘର ଖୋର୍ଦ୍ଧା ଟାଉନ୍‌ରେ। ବନ୍ଧୁକ କିଣାବିକା ପାଇଁ ଡିଲ୍‌ ଚାଲିଥିବା ନେଇ କୌଣସି ସୂତ୍ରରୁ ଖବର ପାଇ ଏସ୍‌ଟିଏଫ୍ ପକ୍ଷରୁ ଶନିବାର ଦିନ ଜଙ୍କିଆ ଥାନା ଅନ୍ତର୍ଗତ ସିକୋ ଗାଁରେ ଚଢ଼ାଉ କରାଯାଇଥିଲା। ଆଉ ଏହି ଚଢ଼ାଉ ବେଳେ ଦୁଇ ଅଭିଯୁକ୍ତଙ୍କୁ ଧରିବା ସହିତ ୧୦ଟି ବନ୍ଧୁକ ଜବତ କରିଥିଲା ଏସ୍‌ଟିଏଫ୍‌। ବନ୍ଧୁକ ସହିତ ୮ଟି ଜୀବନ୍ତ ଗୁଳି, ଗୋଟିଏ ଖୋଲା କ୍ୟାଟ୍ରିଜ୍‌ ଓ ଗୋଟିଏ ବାଇକ୍‌ ମଧ୍ୟ ଜବତ କରିଛି ଏସ୍‌ଟିଏଫ୍‌। ଗିରଫ ଦୁଇ ଅଭିଯୁକ୍ତଙ୍କ ନାଁରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏକାଧିକ ମାମଲା ରହିଥିବା ନେଇ ଏସ୍‌ଟିଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଚୋରା ବନ୍ଧୁକ କାରବାର ବିରୋଧରେ ଏସ୍‌ଟିଏଫ୍‌ ପକ୍ଷରୁ ୨୦୨୦ରୁ ସ୍ୱତନ୍ତ୍ର ଅଭିଯାନ ଚାଲିଛି। ବର୍ତ୍ତମାନ ସୁଦ୍ଧା ଏସ୍‌ଟିଏଫ୍‌ ୪୭ରୁ ଅଧିକ ଚୋରା ବନ୍ଧୁକ ଓ ୮୪ରୁ ଅଧିକ ଜୀବନ୍ତ ଗୁଳି ଜବତ କରିଥିବା ବେଳେ ଅନେକ ଅପରାଧୀଙ୍କୁ ଗିରଫ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!