Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ରାଜ୍ୟ ବ୍ୟାପୀ ଗଡ଼ିଲା ବସ୍‌

by ସଞ୍ଜୟ ସ୍ୱାଇଁ
July 19, 2021
in Business, State
ଆଜିଠୁ ରାଜ୍ୟ ବ୍ୟାପୀ ଗଡ଼ିଲା ବସ୍‌
115
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅଢ଼େଇ ମାସର ବିରତି ପରେ ଆଜିଠୁ ରାଜ୍ୟବ୍ୟାପୀ ଗଡ଼ିଲା ବସ୍ । ଦାବି ପୂରଣ ଲାଗି ସରକାରଙ୍କ ପ୍ରତିଶ୍ରୁତି ପରେ ଘରୋଇ ବସ୍ ମାଲିକ ସଂଘ ବସ୍‌ ଚଳାଚଳ ପାଇଁ ନିଷ୍ପତ୍ତି ନେଇଥିଲା । ଏଥିପାଇଁ ବସ ମାଲିକଙ୍କଠାରୁ ଆରମ୍ଭ କରି ଡ୍ରାଇଭର, ହେଲପର ସମସ୍ତେ ଉତ୍ସାହିତ ଅଛନ୍ତି । ଲକ୍‌ଡାଉନ୍‌ରେ ବସ୍ ଚଳାଚଳ ବନ୍ଦ ଯୋଗୁ ରୋଜଗାର ହରାଇଥିଲେ କର୍ମଚାରୀ । ଏବେ କିନ୍ତୁ ବସ୍ ଚାଲିବା ନେଇ ସଂଘର ଘୋଷଣା ପରେ ପରିବାର ପେଟକୁ ଦାନା ଯୋଗାଡ଼ ପାଇଁ ଆଶା ବାନ୍ଧିଛନ୍ତି । ନିର୍ଦ୍ଦେଶ ଅନୁଯାୟୀ କେବଳ ଯେତିକି ସିଟ୍, ସେତିକି ଯାତ୍ରୀ ହିଁ ଯାଇପାରିବେ । ଯାତ୍ରୀଙ୍କ ସୁରକ୍ଷାକୁ ନଜରରେ ରଖି ବସ୍‌କୁ ସାନିଟାଇଜ୍ କରାଯାଉଛି । ଆଗକୁ ତୃତୀୟ ଲହର ଡର ବି ରହିଛି । ତେଣୁ ପାଖାପାଖି ଦୁଇ ମାସ ଯାଏଁ କ୍ଷତିରେ ହିଁ ଚଲାଇବାକୁ ପଡ଼ିବ ବୋଲି ମାଲିକଙ୍କ ମନରେ ଆଶଙ୍କା ବି ରହିଛି । ଶୁକ୍ରବାର ଘରୋଇ ବସ୍ ମାଲିକ ସଂଘର ୭ ଦଫା ଦାବି ନେଇ ସରକାରଙ୍କ ସହ ଆଲୋଚନା ହୋଇଥିଲା । ଅଗଷ୍ଟ ଓ ସେପ୍ଟେମ୍ବର ମାସର ଟିକସ ଛାଡ ପାଇଁ ବିଚାର ବିମର୍ଶ କରାଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା କହିଥିଲେ ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ । ସେହିପରି ଆଜିଠୁ ୧୬ଟି ରୁଟ୍‌ରେ ମୋ ବସ୍‌ ବି ଗଡ଼ିବା ଆରମ୍ଭ କରିଛି। ପ୍ରାଥମିକ ପର୍ୟ୍ୟାୟରେ ୮୭ଟି ବସ ଚାଲିବ । ସୋମବାରରୁ ଶୁକ୍ରବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ମୋ ବସ ଚାଲୁ ରହିବ। କୌଣସି ଯାତ୍ରୀଙ୍କୁ ଠିଆହୋଇ ଯିବାକୁ ଅନୁମତି ଦିଆଯିବ ନାହଁ । ଯାତ୍ରୀମାନଙ୍କୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ମାସ୍କ ନଥିଲେ ମୋ ବସରେ ଚଢିବାକୁ ଦିଆଯିବ ନାହିଁ। ସପ୍ତାହାନ୍ତରେ ମୋ ବସ୍‌ ସେବା ବନ୍ଦ ରହିବ। କିନ୍ତୁ ଉକ୍ତ ୨ ଦିନ ଏୟାରପୋର୍ଟ ଓ ଟ୍ରେନ ଷ୍ଟେଶନରୁ ମୋ ବସ୍‌ ସେବା ଚାଲୁ ରହିବବୋଲି କ୍ୟାପିଟାଲ ରିଜିୟନ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ କୁହାଯାଇଛି।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!