Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁଜାଲିରେ ଆକ୍ରମଣ କରି ୯ହଜାର ଟଙ୍କା ଓ ବାଇକ ଲୁଟି ନେଇଛନ୍ତି ୨ ଜଣ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
July 19, 2021
in Crime, State
ଭୁଜାଲିରେ ଆକ୍ରମଣ କରି ୯ହଜାର ଟଙ୍କା ଓ ବାଇକ ଲୁଟି ନେଇଛନ୍ତି ୨ ଜଣ ଦୁର୍ବୃତ୍ତ
99
VIEWS
Share on FacebookShare on Twitter

ଭୋଗରାଇ, (ବାଘୁଆବାର୍ତ୍ତା): ଭୁଜାଲିରେ ଆକ୍ରମଣ କରି ପରିବା ବ୍ୟବସାୟୀଙ୍କ ଠାରୁ ଲୁଟିନେଲେ ନଗଦ ୯ ହଜାର ଟଙ୍କା ଓ ବାଇକ୍। ଗତକାଲି ବିଳମ୍ବିତ ରାତିରେ ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତାର ବାଟଗ୍ରାମ ପୋଲ ନିକଟରେ ଜଣେ ପରିବା ବେପାରୀଙ୍କୁ ଭୁଜାଲିରେ ଆକ୍ରମଣ କରି ତାଙ୍କ ଠାରୁ ନଗଦ ୯ ହଜାର ଟଙ୍କା ଓ ବାଇକ୍ ଲୁଟି ନେଇଛନ୍ତି ୨ ଜଣ ଦୁର୍ବୃତ୍ତ। ପରିବା ବ୍ୟବସାୟୀଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଭୋଗରାଇ ବ୍ଲକ ନିମାତପୁର ପଞ୍ଚୟତର କୁଚିଲାଡଙ୍ଗର ଗ୍ରାମର ଶଶିକାନ୍ତ ପରିଡା (୪୦) ଗତକାଲି ବିଳମ୍ବିତ ରାତିରେ ପରିବା କିଣିବା ପାଇଁ ବାଲିଆପାଳ ସିମୁଳିଆ ବଜାରକୁ ଯାଉଥିଲେ। ଏହି ସମୟରେ ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତାର ବାଟଗ୍ରାମ ପୋଲ ନିକଟରେ ଦୁଇଜଣ ଦୁର୍ବୁତ୍ତ ମୋଟର ସାଇକେଲ୍‌ରେ ଆସି ତାଙ୍କୁ ଅଟକାଇଥିଲେ। ଏହାପରେ ତାଙ୍କୁ ଭୁଜାଲିରେ ଆକ୍ରମଣ କରି ତାଙ୍କ ଠାରୁ ନଗଦ ୯ ହଜାର ଟଙ୍କା ଓ ବାଇକ୍ ଲୁଟି ନେଇଛନ୍ତି। ତେବେ ଶଶିକାନ୍ତଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ ଜଳେଶ୍ଵରପୁର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କର ସ୍ଵାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ବାଲେଶ୍ଵର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!