Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନନ୍ୟା ଫାଉଣ୍ଡେସନ ତରଫରୁ ବିଭିନ୍ନ ସ୍ଥାନରେ ସେବା ଜାରି

by ସଞ୍ଜୟ ସ୍ୱାଇଁ
July 19, 2021
in Planning and Development, State
ଅନନ୍ୟା ଫାଉଣ୍ଡେସନ ତରଫରୁ ବିଭିନ୍ନ ସ୍ଥାନରେ ସେବା ଜାରି
288
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ଅନନ୍ୟା ଫାଉଣ୍ଡେସନ୍ ତରଫରୁ ପାଣିପୋଇଲା ଅନାଥ ଆଶ୍ରମରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଥିଲା। ଏହି କାର୍ୟ୍ୟକ୍ରମରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଘଉଉ – ୧୧ର ସହଯୋଗ ରହିଥିଲା। କାର୍ୟ୍ୟକ୍ରମ ଆରମ୍ଭରେ ଅନନ୍ୟା ଫାଉଣ୍ଡେସନ ସଦସ୍ୟଙ୍କ ତରଫରୁ ଆଶ୍ରମରେ ରହୁଥିବା ପିଲାମାନଙ୍କ ଭିତରେ କିଛି ମନୋରଞ୍ଜନ କାର୍ୟ୍ୟକ୍ରମ କରା ଯାଇଥିଲା ଓ ପରେ ଆଶ୍ରମର ଅନ୍ତେବାସୀଙ୍କ ସହ ଅନନ୍ୟା ଫାଉଣ୍ଡେସନର ସଦସ୍ୟମାନେ ମିଶି ମଧ୍ୟାହ୍ନ ଭୋଜନ କରିଥିଲେ। ଗତ କିଛି ସପ୍ତାହ ଧରି ଅନନ୍ୟା ଫାଉଣ୍ଡେସନ ତରଫରୁ ବିଭିନ୍ନ ବୃଦ୍ଧାଶ୍ରମ ଓ ଅନାଥ ଆଶ୍ରମରେ ଖାଦ୍ୟ ବଣ୍ଟନ ଜାରି ରହିଛି। ପୂର୍ବ ସପ୍ତାହରେ ପଥରା ଓ ସୁନାଖଳା ବୃଦ୍ଧାଶ୍ରମରେ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଥିଲା। ଆଗାମୀ ସପ୍ତାହ ଗୁଡିକରେ ନୟାଗଡ଼ର ସମସ୍ତ ବୃଦ୍ଧାଶ୍ରମ ଓ ଅନାଥ ଆଶ୍ରମରେ ରନ୍ଧା ଖାଦ୍ୟ ବଣ୍ଟନ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି। ଦର୍ପନାରାୟଣ ପୁରର ବିଭିନ୍ନ ବଜାର, ମେଡ଼ିକାଲ, ଥାନା, ବ୍ୟାଙ୍କ, ରାଜସ୍ୱ କାର୍ୟ୍ୟାଳୟ ଓ ପଞ୍ଚାୟତ ଗୁଡ଼ିକରେ ମାସ୍କ୍ ବଣ୍ଟନ କରା ଯାଇଥିଲା। ଅନୁଷ୍ଠାନ ପକ୍ଷରୁ ପାଖାପାଖି ୨୦୦ ମାସ୍କ ବଣ୍ଟନ କରାଯାଇଛି। ଆଗକୁ ଏହି କାର୍ୟ୍ୟକ୍ରମ ଜାରି ରହିବ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ଏହି କାର୍ୟ୍ୟକ୍ରମରେ ଆଶୁତୋଷ, ସନ୍ତୋଷ, ଶିବାଶିଷ ଓ ଚନ୍ଦନଙ୍କ ସହଯୋଗ ଥିଲା।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!